ସଂରକ୍ଷଣ ରାୟକୁ ବିରୋଧ କରି ପଟ୍ଟାଙ୍ଗି ଓ ସୁଙ୍କିରେ ଭାରତ ବନ୍ଦ ପାଳନ

ପଟ୍ଟାଙ୍ଗି୨୧।୮(ଶରତ ଧଳ): ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ସ୍ଥାନ ସଂରକ୍ଷଣ ସଂକ୍ରାନ୍ତରେ ସୁପ୍ରିମକୋର୍ଟଙ୍କ ରାୟକୁ ବିରୋଧ କରି ଅନୁସୂଚିତ ଜାତି ଜନଜାତି , ପଛୁଆବର୍ଗ , ସଂଖାଲଘୁ ମିଳିତ କ୍ରିୟାନୁଷ୍ଠାନ କମିଟିର ଆହ୍ବାନ କ୍ରମେ ହୋଇଥିବା ଭାରତ ବନ୍ଦ ଡାକରା୍‌ର ପ୍ରଭାବ କୋରାପୁଟ ଜିଲା ତଥା ପଡୋଶୀ ଆନ୍ଧ୍ର ରାଜ୍ୟ ସୀମାକୁ ଲାଗି ରହିଥିବା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଯଥା ବସଷ୍ଟାଣ୍ଡ ଉପରେ ଦେଖିବାକୁ ମିଳିଛି ।

ସୂଚନା କ୍ରମେ ଉକ୍ତ ବସଷ୍ଟାଣ୍ଡ ଉପରେ ବ୍ଲକର ଗଦବା ସମ୍ପ୍ରଦାୟର ଶୁକ୍ରା ଖରା , ଡମ ସମ୍ପ୍ରଦାୟର ଅର୍ଜୁନ ବାଙ୍କା , ପରଜା ସମ୍ପ୍ରଦାୟର ସୁବାଷ ଗାଲୁଙ୍ଗୁ ବଇ ଦୋରା ସମ୍ପ୍ରଦାୟର ବୈଦ୍ୟନାଥ ଗେମେଲ ଏବଂ କନ୍ଧ ସମ୍ପ୍ରଦାୟର ପୁଲୁ ମାରି ପ୍ରମୁଖଙ୍କ ନେତୃତ୍ୱରେ ଜାତୀୟ ରାଜପଥ ଉପରେ ଧାରଣା ଦେଇ ଆନ୍ଦୋଳନ କରା ଯାଇଥିବା ସହ ସମସ୍ତ ଦୋକାନ ବଜାର , ଶିକ୍ଷା ଅନୁଷ୍ଠାନ , ସରକାରୀ କାର୍ଯ୍ୟାଳୟ ଏବଂ ବ୍ୟାଙ୍କ ଗୁଡିକ ପ୍ରମୁଖକୁ ମଧ୍ୟ ବନ୍ଦ କରାଇ ସୁପ୍ରିମକୋର୍ଟଙ୍କ ରାୟ ଅନୁସୂଚିତବର୍ଗଙ୍କ ସଂରକ୍ଷଣ ବ୍ୟବସ୍ଥାକୁ ଅକାମୀ କରିଦେବ ଓ ଅଧିକ ସଂଖ୍ୟକ ସାଧାରଣ ବର୍ଗର ବ୍ୟକ୍ତିମାନେ ଏହାଦ୍ୱାରା ଉପକୃତ ହେବେ । ଏହି ଆନ୍ଦୋଳନରେ ପୂର୍ବତନ ଏମପି ତଥା କଂଗ୍ରେସ ନେତା ଜୟରାମ ପାଙ୍ଗି, ପୂର୍ବତନ ବ୍ଲକ ଅଧ୍ୟ ଜଗତଜ୍ୟୋତି ପାଙ୍ଗି, ଜିଲା ପରିଷଦ ସଭ୍ୟା ଜୋନ ୧ ଟିକାଇ ଗେମଲ, ଜୋନ୍‌ ୨ ଜିଲା ପରିଷଦ ସଭ୍ୟ ଲଇଚନ ଖରା ଏବଂ ସିମିଳିଗୁଡା ଜିଲା ପରିଷଦ ସଭ୍ୟ ମୋହନ ଜାନୀ ଇତ୍ୟାଦି ସାମିଲ ଥିଲେ।

ଉକ୍ତ ବନ୍ଦ ପାଳନ ପ୍ରଭାବରେ ସମସ୍ତ ଯାତ୍ରୀ ଅସୁବିଧାର ସମ୍ମୁଖିନ ହୋଇଥିବା ବେଳେ କୈଣସି ଅପ୍ରୀତିକର ପରିସ୍ଥିତିକୁ ଦୃଷ୍ଟିରେ ରଖି ପଟ୍ଟାଙ୍ଗି ଓ ସୁଙ୍କି ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣା: ୨ ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ,୨୩।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ତପୁର ବିଧାନସଭା କ୍ଷେତ୍ରର ପୂର୍ବତନ କଂଗ୍ରେସ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ନନ୍ଦିପଦା ପୋଲିସ…

ବାଇକ ସହ ମୁହାଁମୁହିଁ ହେଲା ଭାଜପା ନେତାଙ୍କ ଗାଡ଼ି, ଚିଟିଙ୍ଗ ଘାଟିରେ….

ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଚିଟିଙ୍ଗ ଘାଟିରେ ସଡ଼କ ଦୁର୍ଘଟଣା ହୋଇଛି । କାର – ବାଇକ ମୁହାଁ ମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଚନ୍ଦ୍ରଗିରି ଚିଟିଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri