ତାଲିବାନ୍‌ ସହ ଭାରତର ଆଲୋଚନା

ନୂଆଦିଲ୍ଲୀ,୩୧।୮- ଆଫଗାନିସ୍ତାନକୁ ନିୟନ୍ତ୍ରଣକୁ ନେବା ପରେ ତାଲିବାନ୍‌ ସହ ମଙ୍ଗଳବାର ପ୍ରଥମ ଥର ପାଇଁ ଭାରତ କୁଟନୈତିକ ଆଲୋଚନା ଆରମ୍ଭ କରିଛି। ଭାରତୀୟ ଆମ୍ବାସାଡର ଆତଙ୍କବାଦୀ ସଂଗଠନର ନେତାଙ୍କୁ କତାରର ରାଜଧାନୀ ଦୋହାଠାରେ ଭେଟିଛନ୍ତି। ଆଫଗାନିସ୍ତାନର ନୂଆ ଶାସକଙ୍କ ଅନୁରୋଧ କ୍ରମେ ଏହି ବୈଠକ ଆୟୋଜିତ ହୋଇଥିଲା।

କତାରରେ ଥିବା ଭାରତୀୟ ଆମ୍ବାସାଡର ଦୀପକ ମିତ୍ତଲ ତାଲିବାନ୍‌ର ରାଜନୈତିକ ଦଳର ମୁଖ୍ୟ ଶେର ମହମ୍ମଦ ଆବ୍ବାସ ଷ୍ଟାନିକଜାଇଙ୍କ ସହ ଆଲୋଚନା କରିଥିବା ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ବିବୃତି ଜାରି କରାଯାଇଛି। ଏହି ବୈଠକ ଦୋହାସ୍ଥିତ ଭାରତୀୟ ଏମ୍ବାସିରେ ବସିଥିଲା।

ଆଫଗାନିସ୍ତାନର ମାଟିକୁ ଆତଙ୍କବାଦ ଓ ଭାରତ ବିରୋଧୀ କାର୍ଯ୍ୟାକଳାପରେ ବ୍ୟବହୃତ ହୋଇପାରେ ବୋଲି ଭାରତ ଚିନ୍ତା ପ୍ରକଟ କରିଥିଲା। କିନ୍ତୁ ଷ୍ଟାନିକଜାଇ ତାଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ, ଆତଙ୍କବାଦ ଭଳି ସମସ୍ୟାର ସକାରାତ୍ମକ ସମାଧାନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

AIକୁ ନେଇ ବିଲ ଗେଟ୍ସଙ୍କ ଚେତାବନୀ, କହିଲେ ‘କୋଟି କୋଟି ଲୋକଙ୍କର ହେବ ମୃତ୍ୟୁ’, ଚିନ୍ତାରେ ସାରା ବିଶ୍ୱ!

ଓ୍ବାଶିଂଟନ,୨୭।୯: କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବୃଦ୍ଧି ପାଉଥିବା ଶକ୍ତି ଏବଂ ଏହାର ବିପଦପୂର୍ଣ୍ଣ ପରିଣାମ ସମ୍ପର୍କରେ ସାରା ବିଶ୍ୱରେ ପୁଣି ଥରେ ଏକ ବଡ଼ ବିତର୍କ…

ଲିଟର ପିଛା ମାତ୍ର ୨୫ ଟଙ୍କାରେ ଚାଲିବ କାର୍‌; ବଡ଼ ଘୋଷଣା କଲେ ନୀତିନ ଗଡ଼କରୀ, ଅକ୍ଟୋବରରୁ…

ନୂଆଦିଲ୍‌ଲୀ,୨୭।୯: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଇଥାନଲକୁ ନେଇ ଏକ ନୂଆ ସ୍ୱପ୍ନ ଦେଖାଇଛନ୍ତି। ତାଙ୍କ କହିବା କଥା ହେଉଛି, ଅକ୍ଟୋବର ମାସରୁ ହିଁ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?