Posted inଖେଳ

କ୍ଲିନ୍‌ ସୁଇପ୍‌ ଲକ୍ଷ୍ୟରେ ଭାରତ:ଜାଣନ୍ତୁ କେଉଁଠି, କେତେବେଳେ ଦେଖିପାରିବେ ମ୍ୟାଚ୍‌

ହାଇଦ୍ରାବାଦ, ୧୨।୧୦ (ପି.ଟି.):ଭାରତ ଓ ବାଂଲାଦେଶ ମଧ୍ୟରେ ଚଳିତ ସିରିଜର ତୃତୀୟ ତଥା ଅନ୍ତିମ ଟି୨୦ କ୍ରିକେଟ ମ୍ୟାଚ ଶନିବାର ଏଠାରେ ଅନୁଷ୍ଠିତ ହେବ। ପ୍ରଥମ ୨ଟି ଗେମ୍‌ ଜିତି ଭାରତ ୩ ମ୍ୟାଚ ବିଶିଷ୍ଟ ସିରିଜକୁ ଆଗୁଆ ଜିତି ସାରିଛି। ତେଣୁ ଆସନ୍ତା ମ୍ୟାଚରେ ରିଜର୍ଭ ଖେଳାଳିଙ୍କୁ ସୁଯୋଗ ମିଳିବା ସମ୍ଭାବନା ରହିଛି। ଦିଲ୍ଲୀରେ ଅନୁଷ୍ଠିତ ଗତ ମ୍ୟାଚରେ ନୀତୀଶ କୁମାର ରେଡ୍ଡୀ ଉଭୟ ବ୍ୟାଟ୍‌ ଓ ବଲ୍‌ରେ ଚମତ୍କାର ପ୍ରଦର୍ଶନ କରିଛନ୍ତି, ତେଣୁ ତାଙ୍କ ଉପରେ ନଜର ରହିବ। ସେହିପରି ଦ୍ରୁତ ବୋଲର ମୟଙ୍କ ଯାଦବ ଓ ସଫଳ ପ୍ରତ୍ୟାବର୍ତ୍ତନକାରୀ ବରୁଣ ଚକ୍ରବର୍ତ୍ତୀ ମଧ୍ୟ ପ୍ରଭାବୀ ବୋଲିଂ କରିବାରେ ସକ୍ଷମ ହୋଇଛନ୍ତି। ଓପନିଂକୁ ନେଇ ଭାରତର ଚିନ୍ତା ରହିଛି। ସଞ୍ଜୁ ସାମସନ ଓ ଅଭିଷେକ ଶର୍ମା ଏପର୍ଯ୍ୟନ୍ତ ଦକ୍ଷତା ଅନୁସାରେ କ୍ଲିକ୍‌ କରିନାହାନ୍ତି। ଚଳିତ ସିରିଜରେ ସାମସନଙ୍କୁ ଇନିଂସ ଓପନର ସୁଯୋଗ ମିଳିଛି। ବିସ୍ଫୋରକ ବ୍ୟାଟିଂ ଜରିଆରେ ପାଓ୍ବାର ପ୍ଲେର ଫାଇଦା ନେବାକୁ ତାଙ୍କ ନିକଟରେ ସୁଯୋଗ ରହିଛି। ମାତ୍ର ୨ଟି ମ୍ୟାଚରେ ସେ ୧୯ବଲ୍‌ରୁ ୨୯ ଓ ୭ ବଲ୍‌ରୁ ୧୦ ରନ କରିବାକୁ ସକ୍ଷମ ହୋଇଛନ୍ତି। ତେଣୁ ଆଗାମୀ ମ୍ୟାଚରେ ଦ୍ୱିତୀୟ ପସନ୍ଦ ଉଇକେଟ କିପର ଜୀତେଶ ଶର୍ମାଙ୍କ ଉପରେ ଚୟନକର୍ତ୍ତାଙ୍କ ନଜର ପଡ଼ିପାରେ। ସେହିପରି ଧୂଆଁଧାର ବ୍ୟାଟିଂ ପାଇଁ ପରିଚିତ ଅଭିଷେକ ଏପର୍ଯ୍ୟନ୍ତ ସଫଳ ହୋଇ ନାହାନ୍ତି। ସେ ୨ ମ୍ୟାଚରେ ଯଥାକ୍ରମେ ୧୫ ଓ ୧୬ ରନ କରିଛନ୍ତି। ଓପନରଙ୍କ ବିଫଳତା ଯୋଗୁ ମିଡିଲ ଅର୍ଡର ବ୍ୟାଟରଙ୍କ ଉପରେ ଚାପ ବଢ଼ୁଛି। ସେହିପରି ଅପେକ୍ଷା କରି ରହିଥିବା ଲେଗ୍‌ ସ୍ପିନର ରବି ବିଷ୍ଣୋଇ ଓ ଅଲ୍‌ ରାଉଣ୍ଡର ହର୍ଷିତ ରାଣାଙ୍କୁ ସୁଯୋଗ ମିଳୁଛି କି ନାହିଁ ତା’ ଉପରେ ନଜର ରହିଛି।

ଏହି ମ୍ୟାଚ୍‌ Sports18 Network ରେ ଦେଖିପାରିବେ। ଏହାସହ JioCinemaରେ ଲାଇଭ୍‌ ଷ୍ଟ୍ରିମିଂ ମଧ୍ୟ ଦେଖିପାରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri