Posted inଖେଳ

ଭାରତ ପାଇଁ ନିନ୍ଦା ଆଣିଲା ଦିଲ୍ଲୀ ବାୟୁ ପ୍ରଦୂଷଣ: ଇଣ୍ଡିଆ ଓପନରୁ ଓହରିଲେ ବିଶ୍ୱର ୨ ନମ୍ବର ଖେଳାଳି

ନୂଆଦିଲ୍ଲୀ,୧୪।୧: ଦିଲ୍ଲୀରେ ଭୟାଭୟ ବାୟୁ ପ୍ରଦୂଷଣ ଏବେ ଭାରତ ସରକାରଙ୍କ ତଣ୍ଟିରେ କଣ୍ଟା ଭଳି ଲାଗିଛି। ପୂର୍ବରୁ ଏହାକୁ ନେଇ ଦିଲ୍ଲୀ ସରକାର ସମାଲୋଚନା ସହୁଥିବା ବେଳେ ଏବେ ଭାରତ ସରକାର ମଧ୍ୟ ଏହାର ସାମ୍ନା କରିଛନ୍ତି। ବାୟୁ ପ୍ରଦୂଷଣକୁ କାରଣ ଦର୍ଶାଇ ଦିଲ୍ଲୀରେ ଚାଲିଥିବା ଇଣ୍ଡିଆ ଓପନରୁ ଓହରିଛନ୍ତି ବିଶ୍ୱର ୨ ନମ୍ବର ଖେଳାଳି।

ରିପୋର୍ଟ ଅନୁସାରେ ରାଜଧାନୀ ଦିଲ୍ଲୀର ଭୟାବହ ବାୟୁ ପ୍ରଦୂଷଣ ଏବଂ ଖେଳାଳିଙ୍କ ରହିବା ଓ ଅଭ୍ୟାସ ସ୍ଥଳରେ ଅସ୍ୱାସ୍ଥ୍ୟକର ପରିବେଶକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଏହି କାରଣରୁ ବିଶ୍ୱର ଦ୍ୱିତୀୟ ମାନ୍ୟତା ପ୍ରାପ୍ତ ଡେନମାର୍କ ବ୍ୟାଡମିଣ୍ଟନ ତାରକା ଆଣ୍ଡର୍ସ ଆଣ୍ଟୋନସେନ୍ ଚଳିତ ‘ଇଣ୍ଡିଆ ଓପନ୍ ୨୦୨୬’ରୁ ନିଜ ନାମ ପ୍ରତ୍ୟାହାର କରିନେଇଛନ୍ତି।

ଆଣ୍ଟୋନସେନ୍ ସୋସିଆଲ ମିଡିଆରେ ଜଣାଇଛନ୍ତି ଯେ, ଦିଲ୍ଲୀର ଅତ୍ୟଧିକ ପ୍ରଦୂଷଣ କାରଣରୁ ଲଗାତାର ତୃତୀୟ ବର୍ଷ ପାଇଁ ସେ ଏହି ଟୁର୍ଣ୍ଣାମେଣ୍ଟରେ ଭାଗ ନେଉନାହାନ୍ତି। ତାଙ୍କ ମତରେ ଏଭଳି ପରିବେଶ ବ୍ୟାଡମିଣ୍ଟନ ଖେଳ ପାଇଁ ଆଦୌ ଉପଯୁକ୍ତ ନୁହେଁ। ଟୁର୍ଣ୍ଣାମେଣ୍ଟରୁ ଓହରିଯିବା କାରଣରୁ ବିଶ୍ୱ ବ୍ୟାଡମିଣ୍ଟନ ମହାସଂଘ (BWF) ତାଙ୍କ ଉପରେ ପ୍ରାୟ ୪.୧୫ ଲକ୍ଷ ଟଙ୍କାର ଜୋରିମାନା ଲଗାଇଛି।

ଅନ୍ୟତମ ଡେନମାର୍କ ଖେଳାଳି ମିଆ ବ୍ଲିଚଫେଲ୍ଟ ମଧ୍ୟ ଇନ୍ଦିରା ଗାନ୍ଧୀ ଇନଡୋର ଷ୍ଟାଡିୟମର ପରିବେଶକୁ ନେଇ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଯେ ୱାର୍ମ-ଅପ୍ ଏରିଆ ଅତ୍ୟନ୍ତ ଅପରିଷ୍କାର ଏବଂ କୋର୍ଟ ଉପରେ ପାରା ମଳ ପଡ଼ିଥିବାର ଦେଖିବାକୁ ମିଳିଛି।

ତେବେ ଭାରତୀୟ ବ୍ୟାଡମିଣ୍ଟନ ଆସୋସିଏସନ (BAI) ଏହି ଅଭିଯୋଗକୁ ଖଣ୍ଡନ କରିଛି। ସାଧାରଣ ସମ୍ପାଦକ ସଞ୍ଜୟ ମିଶ୍ର କହିଛନ୍ତି ଯେ, ମୁଖ୍ୟ ଖେଳାଳି କୋର୍ଟ ସମ୍ପୂର୍ଣ୍ଣ ପରିଷ୍କାର ରହିଛି। ଖେଳାଳିମାନେ କେବଳ ଅଭ୍ୟାସ କୋର୍ଟର କିଛି ସମସ୍ୟା ବିଷୟରେ କହୁଛନ୍ତି, ଯାହାକୁ ସଂଶୋଧନ କରାଯାଉଛି।

ଆଗାମୀ ଅଗଷ୍ଟ ମାସରେ ଦିଲ୍ଲୀରେ ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍ ଅନୁଷ୍ଠିତ ହେବାକୁ ଥିବାବେଳେ, ଏଭଳି ଅଭିଯୋଗ ଆୟୋଜକଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

ଇରାନ ଉପରୁ କଟକଣା ହଟାଇଲେ ଟ୍ରମ୍ପ୍‌, ତେହରାନ କହିଲା ଆମ ପାଖରେ…

ଓ୍ବାଶିଂଟନ/ତେହରାନ୍‌,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହୁ ହୁ ହୋଇ ବଢ଼ିଚାଲିଥିବାବେଳେ ଏହାକୁ ପ୍ରଶମିତ କରିବା ପାଇଁ ଆମେରିକା ସମୁଦ୍ରରେ ଅଟକି…

ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି।…

ଆଇପିଏଲ୍‌ ପୂର୍ବରୁ କେକେଆରକୁ ବଡ଼ ଝଟ୍‌କା

କୋଲକାତା, ୨୧ା୩: ଭାରତ ସିମର ଆକାଶ ଦୀପ୍‌ଙ୍କ ପିଠିର ନିମ୍ନ ଭାଗରେ ଆଘାତ ଲାଗିଛି। ଫଳରେ ସେ ଅତି କମ୍‌ରେ ୮ ସପ୍ତାହ ଖେଳିପାରିବେନି। ଫଳରେ ଆସନ୍ତା…

ଗ୍ୟାସ୍‌କୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆସନ୍ତା ୨୩ରୁ…

ନୂଆଦିଲ୍ଲୀ,୨୧ା୩: କେନ୍ଦ୍ର ସରକାର ଏଲ୍‌ପିଜିକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶନିବାର ସରକାର କହିଛନ୍ତି, ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ (UT)କୁ ବାଣିଜ୍ୟିକ ଏଲ୍‌ପିଜିର ଆଉ…

ଭାରତ ପାଖରେ ବଡ଼ ଆଟାକ୍‌ କଲା ଇରାନ, ବିଶ୍ୱରେ ଚହଳ! ଆଗକୁ ବଡ଼ଯୁଦ୍ଧ…

ନୂଆଦିଲ୍ଲୀ,୨୧।୩: ଏସିଆର ଉପସାଗରୀୟ ଅଞ୍ଚଳରେ ସଂଘର୍ଷ ଅହରହ ଜାରି ରହିଛି, ଉଭୟ ପାର୍ଶ୍ୱରୁ ଆକ୍ରମଣ କରାଯାଉଛି। ଇରାନ ମଧ୍ୟ ଏହାର ଆକ୍ରମଣ ସହିତ ତା’ର ଶତ୍ରୁମାନଙ୍କୁ ସତର୍କତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri