Posted inଜାତୀୟ

ଦେଶର ନାଗରିକ ‘ଇଣ୍ଡିଆ’ ଅବା ‘ଭାରତ’ କହିବାକୁ ସ୍ବାଧୀନ: ୨୦୧୬ମସିହାରେ କହିଥିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୯: ଇଣ୍ଡିଆ ବନାମ ବନାମ ଭାରତକୁ ନେଇ ଜାତୀୟ ରାଜନୀତି ସରଗରମ ରହିଛି। ରାଜନେତାଙ୍କ ଠାରୁ ଆରମ୍ଭ କରି ସେଲିବ୍ରେଟି ଓ ଖେଳାଳୀମାନେ ମଧ୍ୟ ଏପ୍ରସଙ୍ଗରେ ମତ ରଖୁଛନ୍ତି। ତେବେ ଏଠାରେ କହି ରଖୁଛୁ ଏହି ବିାଦ ଏବେର ନୁହେଁ। ଏହି ସମାନ ବିବାଦ ୨୦୧୬ମସିହାରେ ମୁଣ୍ଡ ଟେକିଥିଲା। ଯାହାକୁ ନେଇ ସୁପ୍ରିମକୋର୍ଟରେ ଏକ ଜନହିତ ଯାଚିକା ଦାଖଲ କରାଯାଇଥିଲା।

ସେହି ସମୟରେ ଏହି ମାମଲାକୁ ଖାରଜ କରିଥିଲେ ସୁପ୍ରିମକୋର୍ଟ। ମାମଲାର ଶୁଣାଣି କରି କୋର୍ଟ କହିଥିଲେ, ସମ୍ବିଧାନର ଧାରା ୧ଅନୁସାରେ ଇଣ୍ଡିଆ ହେଉଛି ଭାରତ। ଦେଶର ସମସ୍ତ ନାଗରିକ ଦେଶକୁ ଇଣ୍ଡିଆ ହେଉ କି ଭାରତ ସ୍ବାଧୀନ ଭାବେ କହିପାରିବେ।

ସୂଚନାଯୋଗ୍ୟ, ଭାରତକୁ ନେଇ ଦେଶରେ ମହାଭାରତ ଆରମ୍ଭ ହୋଇଛି। ଜି -୨୦ ସମ୍ମିଳନୀରେ ଅନୁଷ୍ଠିତ ରାତ୍ରୀଭୋଜନରେ ଅତିଥିଙ୍କୁ ଦିଆଯାଇଥିବା ନିମନ୍ତ୍ରଣ ପତ୍ରରେ ପ୍ରେସିଡେଣ୍ଟ ଅଫ୍‌ ଇଣ୍ଡିଆ ପରିବର୍ତ୍ତେ ଭାରତ ଲେଖାଯାଇଥିଲା। ଯାହାକୁ ନେଇ ବିବାଦ ଦେଖାଦେଇଛି। ତେବେ ଏହି ସମୟରେ ୨୦୧୬ରେ ସୁପ୍ରିମକୋର୍ଟଙ୍କ ଆଭିମୁଖ୍ୟ ପ୍ରାସଙ୍ଗିକ ହୋଇପାଡିଛି।

ତତ୍କାଳୀନ ପ୍ରଧାନ ବିଚାରପତି ଟି.ଏସ ଠାକୁର ଏବଂ ଜଷ୍ଟିସ ୟୁୟୁ ଲଲିତଙ୍କ ଖଣ୍ଡପୀଠ ମହାରାଷ୍ଟ୍ରର ନିରଂଜନ ଭଟୱାଲଙ୍କ ଦ୍ୱାରା ଦାଖଲ ପିଟିଶନକୁ ପ୍ରତ୍ୟାଖ୍ୟାନ କରିଥିଲେ। କୋର୍ଟ ଏହି ମାମଲାର ଶୁଣାଣି କରି କହିଥିଲେ, ଯଦି କେହି ଦେଶକୁ ଭାରତ ବୋଲି କହିବାକୁ ଚାହାଁନ୍ତି ତେବେ ସେମାନେ ଭାରତ ବୋଲି କୁହନ୍ତୁ। ତେବେ ସେହି ସମୟରେ କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ନିଜର ଆଭିମୁଖ୍ୟ ଉପସ୍ଥାପନ କରି କହିଥିଲେ, ଇଣ୍ଡିଆ ବଦଳରେ ଦେଶକୁ ଭାରତ ବୋଲି କହିବାର କୌଣସି ଆବଶ୍ୟକତା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

ବଡ଼ ଯା’ ହତ୍ୟା ମାମଲା: ସାନ ଯା’ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୦।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବିଞ୍ଜିଗିରି ଗ୍ରାମର ବଡ ଯାଆ ସଙ୍ଗୀତା ସାଇଁଙ୍କୁ ତାଙ୍କ ସାନ ଯା’ ଅମି ସାଇଁ ଯୋଜନାବଦ୍ଧ ଭାବେ ଗତ…

ମହିଳାଙ୍କୁ ମିଳିବ ଗୋଟିଏ ବର୍ଷ ପାଇଁ ମାଗଣା ମୋବାଇଲ ରିଚାର୍ଜ! ଶେଷରେ ମୋଦି ସରକାର ଦେଲେ ସଫେଇ

ନୂଆଦିଲ୍ଲୀ,୧୦।୮: ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ ଭିଡିଓ ପ୍ରାୟତଃ ଭାଇରାଲ ହୁଏ। ଏଥିରେ ପ୍ରାୟତଃ ସରକାରୀ ଘୋଷଣା ଏବଂ ଯୋଜନା ବିଷୟରେ ସୂଚନା ଥାଏ। ଏହି…

ପଛକୁ ପଛ ଲଘୁଚାପ: ଏହି ସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଓଡ଼ିଶାକୁ ଜାରି ହେଲା…

ଭୁବନେଶ୍ୱର,୧୦।୮: ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri