Posted inଜାତୀୟ

ଅସ୍ତ୍ରବିରତି ପାଇଁ ଭାରତ, ପାକ୍‌ ରାଜି

ନୂଆଦିଲ୍ଲୀ, ୨୬।୨(ପି.ଟି.):ନିୟନ୍ତ୍ରଣ ରେଖା (ଏଲ୍‌ଓସି) ସମେତ ଅନ୍ୟାନ୍ୟ ସେକ୍ଟରରେ ଅସ୍ତ୍ରବିରତି ରାଜିନାମାକୁ କଡ଼ାକଡ଼ି ପାଳନ କରିବା ଲାଗି ଭାରତ ଓ ପାକିସ୍ତାନ ସହମତ ହୋଇଥିବା ଗୁରୁବାର ଏକ ମିଳିତ ବିବୃତିରେ ପ୍ରକାଶ କରିଛନ୍ତି। ବୁଧବାର ମଧ୍ୟରାତ୍ରରୁ ଏହି ନିଷ୍ପତ୍ତି କାର୍ଯ୍ୟକାରୀ ହୋଇଛି। ଦୁଇ ଦେଶର ସାମରିକ ଅଭିଯାନର ମହାନିର୍ଦ୍ଦେଶକ (ଡିଜିଏମ୍‌ଓ)ଙ୍କ ମଧ୍ୟରେ ହୋଇଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଥିଲା। ହଟ୍‌ଲାଇନ ଯୋଗାଯୋଗ ଜରିଆରେ ଡିଜିଏମ୍‌ଓମାନେ ଆଲୋଚନା କରିବା ସହ ନିୟନ୍ତ୍ରଣ ରେଖା ଓ ଅନ୍ୟାନ୍ୟ ସେକ୍ଟରର ସ୍ଥିତି ସମୀକ୍ଷା କରିଥିଲେ। ସୀମାରେ ଶାନ୍ତି ବଜାୟ ରଖିବା ଲାଗି କିଛି ମାସ ପୂର୍ବରୁ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ୍‌ ଡୋଭାଲ ତାଙ୍କ ପାକ୍‌ ପ୍ରତିପକ୍ଷ ମୋଇଦ୍‌ ଡବ୍ଲ୍ୟୁ ୟୁସୁଫଙ୍କ ମଧ୍ୟରେ ବ୍ୟାକ୍‌ ଚ୍ୟାନେଲରେ କଥାବାର୍ତ୍ତା ହୋଇଥିଲା ବୋଲି ଜଣାପଡ଼ିଛି।
ସୀମାରେ ଆପୋସ ସୁବିଧା ଏବଂ ଦୀର୍ଘମିଆଦୀ ଶାନ୍ତି ବଜାୟ ରଖିବା ପାଇଁ ଦୁଇ ଡିଜିଏମ୍‌ଓ ପରସ୍ପରର ପ୍ରମୁଖ ପ୍ରସଙ୍ଗ ଓ ଉଦ୍‌ବେଗ ଦୂର କରିବା ଲାଗି ରାଜି ହୋଇଥିଲେ। ନିୟନ୍ତ୍ରଣ ରେଖା ଓ ଅନ୍ୟାନ୍ୟ ସେକ୍ଟରରେ ସମସ୍ତ ରାଜିନାମା, ବୁଝାମଣା ଓ ଅସ୍ତ୍ରବିରତିକୁ କଡ଼ାକଡ଼ି ପାଳନ କରିବା ଲାଗି ସେମାନଙ୍କ ମଧ୍ୟରେ ସହମତି ହୋଇଥିଲା। କୌଣସି ଅଦୃଷ୍ଟ ସ୍ଥିତି କିମ୍ବା ଭୁଲ୍‌ ବୁଝାମଣାର ସମାଧାନ ବର୍ତ୍ତମାନର ହଟ୍‌ଲାଇନ ଯୋଗାଯୋଗ ବ୍ୟବସ୍ଥା ଏବଂ ସୀମାନ୍ତ ଫ୍ଲାଗ୍‌ ମିଟିଂ ମାଧ୍ୟମରେ କରାଯିବ ବୋଲି ଉଭୟ ପକ୍ଷ ଦୋହରାଇଥିଲେ।
ସରକାରୀ ତଥ୍ୟ ଅନୁଯାୟୀ ଗତ ୩ ବର୍ଷ ମଧ୍ୟରେ ଭାରତ-ପାକ୍‌ ସୀମାରେ ପାଖାପାଖି ୧୧ ହଜାର ଥର ଅସ୍ତ୍ରବିରତି ଉଲ୍ଲଂଘନ ହୋଇଛି। ଏଥିରେ ଯବାନ ଓ ସାଧାରଣ ନାଗରିକଙ୍କ ସମେତ ୧୪୦ରୁ ଊର୍ଦ୍ଧ୍ୱ ଲୋକ ପ୍ରାଣ ହରାଇଛନ୍ତି। ଗତବର୍ଷ ପାକିସ୍ତାନ ୫,୧୩୩ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଥିଲା। ଏଥିରେ ୪୬ ସୁରକ୍ଷା ଯବାନଙ୍କ ମୃତ୍ୟୁ ହୋଇଥିବା ପ୍ରତିରକ୍ଷା ମନ୍ତ୍ରୀ ନିକଟରେ ପାର୍ଲାମେଣ୍ଟରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri