Posted inଖେଳ

ପୁଣି ହେବ ଭାରତ-ପାକିସ୍ତାନ ମୁକାବିଲା!

ନୂଆଦିଲ୍ଲୀ,୧୯।୧୧: ଦୀର୍ଘ ଦିନ ହେବ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦ୍ୱିପାକ୍ଷିକ ସିରିଜ ଖେଳାଯାଉନାହିଁ। ଶେଷ ଥର ପାଇଁ ୨୦୧୨-୧୩ ରେ ଉଭୟ ଦେଶ ମଧ୍ୟରେ ସିରିଜ ଖେଳାଯାଇଥିଲା । ନିକଟରେ ଭାରତ ଏବଂ ପାକିସ୍ତାନର ଦଳ ଟି -୨୦ ବିଶ୍ୱକପ ୨୦୨୧ରେ ମୁହାଁମୁହିଁ ହୋଇଥିଲେ। ଏହି ମ୍ୟାଚକୁ ପାକିସ୍ତାନ ୧୦ ଉଇକେଟରେ ଜିତି ନେଇଛି। ଭବିଷ୍ୟତରେ ଦ୍ୱିପାକ୍ଷିକ ସିରିଜର ସମ୍ଭାବନା ମଧ୍ୟ କମ ବୋଲି ପିସିବି ଅଧ୍ୟକ୍ଷ ରାମିଜ ରାଜା କହିଛନ୍ତି। କିନ୍ତୁ ଉଭୟ ଦେଶ ତ୍ରିରାଷ୍ଟ୍ରୀୟ ସିରିଜରେ ପରସ୍ପର ବିପକ୍ଷରେ ଖେଳିପାରନ୍ତି ବୋଲି ସେ କହିଛନ୍ତି।
ନିକଟରେ ଆଇସିସି ଚାମ୍ପିଅନ୍ସ ଟ୍ରଫିର ହୋଷ୍ଟିଂ ପାକିସ୍ତାନକୁ ଦେଇଛି। ଏଭଳି ପରିସ୍ଥିତିରେ ଟିମ ଇଣ୍ଡିଆ ଆଇସିସି ଟୁର୍ନାମେଣ୍ଟ ଖେଳିବା ପାଇଁ ପାକିସ୍ତାନ ଗସ୍ତ କରିବ କି? ଏହା ଉପରେ ରଜିମ ରାଜା କହିଛନ୍ତି, କୌଣସି ଅନ୍ତର୍ଜାତୀୟ ଟୁର୍ନାମେଣ୍ଟରୁ ବାହାରିବା ସହଜ ନୁହେଁ। କାହାକୁ ହୋଷ୍ଟିଂ ଅଧିକାର ପ୍ରଦାନ କରିବା ସମୟରେ ଏହା ବିବେଚନା କରାଯାଏ। ମୋ ମତରେ ଭାରତ ଏଥିରୁ ପଛଘୁଞ୍ଚା ଦେବ ନାହିଁ।
ରମିଜ ରାଜା କହିଛନ୍ତି ଯେ ସୌରଭ ଗାଙ୍ଗୁଲିଙ୍କ ସହ ମୋର ଭଲ ସମ୍ପର୍କ ଅଛି ଏବଂ ଆମର ଭଲ ଯୋଗାଯୋଗ ଅଛି। ଯେତେବେଳେ ୨ ଜଣ ପୂର୍ବତନ କ୍ରିକେଟର ପରିଚାଳନା କରୁଛନ୍ତି ଏବଂ ସେମାନେ କ୍ରିକେଟ ବିଷୟଗୁଡ଼ିକର ଯତ୍ନ ନିଅନ୍ତି। ତେଣୁ ଏହିପରି ଭାବରେ କାର୍ଯ୍ୟ ସହଜ ହୋଇଯାଏ। ୨୦୨୩ ଦିନିକିଆ ବିଶ୍ୱକପ ଭାରତରେ ଅନୁଷ୍ଠିତ ହେବ। ଏଥିରେ ଯୋଗଦେବା ପାଇଁ ପାକିସ୍ତାନ ଦଳକୁ ଭାରତ ଗସ୍ତ କରିବାକୁ ପଡିବ। ପାକିସ୍ତାନ ଦଳ ମଧ୍ୟ ୨୦୧୬ ରେ ଟି -୨୦ ବିଶ୍ୱକପରେ ଭାଗ ନେବାକୁ ଭାରତ ଆସିଥିଲା।
ଆସନ୍ତା ବର୍ଷ ଶ୍ରୀଲଙ୍କାରେ ଟି -୨୦ ଏସିଆ କପ ଏବଂ ଅଷ୍ଟ୍ରେଲିଆରେ ଟି -୨୦ ବିଶ୍ୱକପ ଅନୁଷ୍ଠିତ ହେବ। ଉଭୟ ଟୁର୍ନାମେଣ୍ଟରେ ଭାରତ ଏବଂ ପାକିସ୍ତାନ ମଧ୍ୟ ମ୍ୟାଚ୍‌ ଖେଳାଯିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri