Posted inଖେଳ

ଭାରତ-ପାକିସ୍ତାନ ମଧ୍ୟରେ କ୍ରିକେଟ ଖେଳ ନେଇ ପ୍ରସ୍ତାବ

ଇସଲାମାବାଦ୍‌,୨୨।୩: ଭାରତ ପାକିସ୍ତାନ ମଧ୍ୟରେ ଶେଷଥର ପାଇଁ କ୍ରିକେଟ ଖେଳ ୨୦୧୨-୧୩ରେ ହୋଇଥିଲା। ଏହାପରେ କ୍ରିକେଟପ୍ରେମୀ ଦୁଇ ଦେଶ ମଧ୍ୟରେ ହେଉଥିବା ରୋମାଞ୍ଚକର ଖେୂ ଦେଖିବାରୁ ବଞ୍ଚିତ ରହିଛନ୍ତି। ତେବେ ଦୁଇ ଦେଶ ମଧ୍ୟରେ ପୁଣି କ୍ରିକେଟ ଖେଳ ଆରମ୍ଭ ପାଇଁ ପାକିସ୍ତାନ କ୍ରିକେଟ ବୋର୍ଡର ପୂର୍ବତନ ଅଧ୍ୟକ୍ଷ ଜାକା ଅଶରଫ ପ୍ରସ୍ତାବ ଦେଇଛନ୍ତି। ଯଦି ନିଜ ନିଜ ଦେଶରେ ମ୍ୟାଚ୍‌ ଖେଳା ଯାଇ ନ ପାରୁଛି ତେବେ ଏହାକୁ ୟୁଏଇ, ଶ୍ରୀଲଙ୍କା, ଦକ୍ଷିଣ ଆଫ୍ରିକା କିମ୍ବା ଅନ୍ୟ ଦେଶରେ ଆୟୋଜନ କରାଯାଇ ପାରିବ ବୋଲି ସେ କହିଛନ୍ତି। ଏହା ସହିତ ଦୁଇ ଦେଶ ମଧ୍ୟରେ କ୍ରିକେଟ ସମ୍ପର୍କ ବୃଦ୍ଧି ପାଇବ। ଇଣ୍ଟର ନ୍ୟାଶନାଲ କ୍ରିକେଟ କାଉନସିଲ୍‌(ଆଇସିସି) ର ପରିବର୍ତ୍ତିତ ନିୟମ ଦ୍ୱାରା ସଦସ୍ୟ ଦେଶ ନିଜ ଇଛା ଅନୁସାରେ ଅନ୍ୟ ଦେଶ ସହିତ କ୍ରିକେଟ ମ୍ୟାଚ୍‌ ଖେଳି ପାରିବେ। ମାତ୍ର ଏହା ଦ୍ୱାରା ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେଉଥିବା ରୋମାଞ୍ଚକର କ୍ରିକେଟ ଆଉ ଦେଖିବାକୁ ମିଳୁନି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ମହାକାଳଙ୍କ ଶରଣରେ କାର୍ତ୍ତିକ

ମୁମ୍ବାଇ:ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟ୍ୟନ୍‌ଙ୍କୁ ନିକଟରେ ତାଙ୍କ ଅଭିନୀତ ଚଳଚ୍ଚିତ୍ର ‘ଚନ୍ଦୁ ଚାମ୍ପିୟନ’(୨୦୨୪) ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହା ତାଙ୍କର ପ୍ରଥମ ଜାତୀୟ ପୁରସ୍କାର।…

ଶରଦ ପାଓ୍ବାରଙ୍କ ହାତ ଧରି ଆଣିଲେ ମୋଦି: ରାଜନୀତିରେ ବଡ଼ ହଲହଲ

ନୂଆଦିଲ୍ଲୀ,୨୨।୭: ଜନ୍ତରମନ୍ତରରେ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ଏବଂ ପ୍ରତିବାଦ ମଧ୍ୟରେ ଏନସିପି ମୁଖ୍ୟ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ ବୁଧବାର ସଂସଦ ଭବନରେ…

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri