ପରମାଣୁ ବେସର ଲିଷ୍ଟ ଶେୟାର କଲେ ଭାରତ-ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ,୧ ।୧: ନୂଆବର୍ଷ ଅବସରରେ ଏସିଆ ମହାଦେଶର ଦୁଇଟି ଚୀର ପ୍ରତିଦ୍ୱନ୍ଦି ରାଷ୍ଟ୍ର ପରସ୍ପର ମଧ୍ୟରେ ପରମାଣୁ ବେସର ଲିଷ୍ଟ ଶେୟାର କରିଛନ୍ତି । ଏମାନଙ୍କ ମଧ୍ୟରୁ ଗୋଟିଏ ହେଉଛି ଭାରତ ଅନ୍ୟଟି ହେଉଛି ପାକିସ୍ତାନ । ଏହା ପୂର୍ବରୁ ଏହି ଦୁଇ ଦେଶ ପରସ୍ପର ମଧ୍ୟରେ ବନ୍ଦୀ ଥିବା ନାଗରିକ ଓ ମତ୍ସଜୀବୀଙ୍କ ତାଲିକା ବି ଶେୟାର କରିଥିଲେ ।

ପରମାଣୁ ସ୍ଥାନଗୁଡିକର ତାଲିକା ଶେୟାର କରିବାକୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ହୋଇଥିବା ଚୁକ୍ତିନାମା ୩୦ ବର୍ଷରୁ ଅଧିକ ପୁରୁଣା । ସେହି ଚୁକ୍ତି ଅନୁଯାୟୀ, ଉଭୟ ଦେଶ ଜାନୁୟାରୀ ୧ରେ ପରମାଣୁ ଭିତ୍ତିଭୂମି ତାଲିକା ପରସ୍ପର ସହ ଶେୟାର କରିଥାଆନ୍ତି ।
ଭାରତ-ପାକିସ୍ତାନ ପରମାଣୁ ବେସର ଲିଷ୍ଟ ଶେୟାର କରିବା ଓ ଏହା ସହ ଜଡିତ ଅନ୍ୟ ତଥ୍ୟ ପରସ୍ପର ସହ ଶେୟାର କରିବା ଚୁକ୍ତି ୧୯୮୮ରେ ହୋଇଥିଲା । ଏହି ଚୁକ୍ତିରେ ଉଭୟ ଦେଶର ସରକାର ୩୧ ଡିସେମ୍ବର ୧୯୯୮ରେ ହସ୍ତାକ୍ଷର କରିଥିଲେ ଓ ୨୭ ଜାନୁୟାରୀ ୧୯୯୧ରେ ଏହାକୁ ଲାଗୁ କରାଯାଇଥିଲା ।
ଏହି ଚୁକ୍ତି ଅନୁଯାୟୀ, ଭାରତ-ପାକିସ୍ତାନ ମଧ୍ୟରେ ପରମାଣୁ ବେସର ପ୍ରଥମ ଲିଷ୍ଟ ୧ ଜାନୁୟାରୀ ୧୯୯୨ରେ ଶେୟାର କରାଯାଇଥିଲା । ଏହାପରେ ଉଭୟ ଦେଶ ପ୍ରତିବର୍ଷ ଜାନୁୟାରୀ ୧ରେ ଏହି ଲିଷ୍ଟ ଶେୟାର କରି ଆସୁଛନ୍ତି । ସୂଚନାଯୋଗ୍ୟ, ଭାରତ-ପାକିସ୍ତାନ ମଧ୍ୟରେ ପରମାଣୁ ବିପଦକୁ ନେଇ ଅଫିସିୟାଲ ଟ୍ରିଟି ରହିଛି, ଯାହା ୨୦୧୭ରେ ୫ ବର୍ଷ ପାଇଁ ବଢାଇ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri