Posted inଖେଳ

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର ୫ରୁ ୧୪ ତାରିଖ ପର୍ଯ୍ୟନ୍ତ ଓମାନରେ ଏହି ଟୁର୍ନାମେଣ୍ଟ ଖେଳାଯିବ। ଏଥିରେ ଭାରତ ଓ ପାକିସ୍ତାନ ସମେତ ମୋଟ ୮ଟି ଦଳ ଅଂଶଗ୍ରହଣ କରିବେ। ସବୁଠାରୁ ରୋମାଞ୍ଚକର କଥା ହେଉଛି, ନଭେମ୍ବର ୮ ତାରିଖ ଦୀପାବଳି ଦିନ ଭାରତ ଓ ପାକିସ୍ତାନ ମଧ୍ୟରେ ହେବ ମହାମୁକାବିଲା।

ଏଥର ଅଣ୍ଡର-୧୯ ଏସିଆ କପ ଏକଦିବସୀୟ ଫର୍ମାଟ୍‌ରେ ଖେଳାଯିବ। ଅଂଶଗ୍ରହଣ କରୁଥିବା ୮ଟି ଦଳକୁ ଦୁଇଟି ଗ୍ରୁପ୍‌ରେ ରଖାଯାଇଛି। ଗ୍ରୁପ-ଏରେ ଭାରତ, ପାକିସ୍ତାନ, ନେପାଳ ଓ ୟୁଏଇ ଥିବାବେଳେ ଗ୍ରୁପ-ବିରେ ଆଫଗାନିସ୍ତାନ, ବାଂଲାଦେଶ, ଶ୍ରୀଲଙ୍କା ଓ ମାଲେସିଆ ରହିଛନ୍ତି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ନଭେମ୍ବର ୫ରେ ଖେଳାଯିବ। ଗ୍ରୁପ ପର୍ଯ୍ୟାୟରେ ପ୍ରତ୍ୟେକ ଦଳ ନିଜ ଗ୍ରୁପ୍‌ର ଅନ୍ୟ ଦଳଗୁଡ଼ିକ ସହ ମ୍ୟାଚ ଖେଳିବ।

ଅଣ୍ଡର-୧୯ ଏସିଆ କପ୍‌ରେ ଭାରତୀୟ ଦଳ ନଭେମ୍ବର ୬ରେ ନେପାଳ ବିପକ୍ଷରେ ନିଜର ଅଭିଯାନ ଆରମ୍ଭ କରିବ। ଏହି ମ୍ୟାଚ ଓମାନର ଅଲ ଆମେରାତ୍‌ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବ। ଏହାପରେ ନଭେମ୍ବର ୮ରେ ଭାରତୀୟ ଯୁବ ଦଳ ପାକିସ୍ତାନକୁ ଭେଟିବ। ଏହି ମ୍ୟାଚ ଅଲ ଆମେରାତ୍‌ କ୍ରିକେଟ ଗ୍ରାଉଣ୍ଡର ମିନିଷ୍ଟ୍ରି ଟର୍ଫ-୨ରେ ଖେଳାଯିବ। ଭାରତୀୟ ସମୟ ଅନୁସାରେ ମ୍ୟାଚ୍‌ଟି ସକାଳ ୧୦ଟା ୩୦ ମିନିଟ୍‌ରେ ଆରମ୍ଭ ହେବାର ସୂଚନା ରହିଛି।

ଗ୍ରୁପ ପର୍ଯ୍ୟାୟର ଶେଷ ମ୍ୟାଚ୍‌ରେ ଭାରତ ନଭେମ୍ବର ୧୦ରେ ୟୁଏଇ ସହ ମୁକାବିଲା କରିବ। ତେଣୁ ଭାରତୀୟ ଦଳ ପାଇଁ ପାକିସ୍ତାନ ବିପକ୍ଷ ମ୍ୟାଚ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ରହିବ। ଗ୍ରୁପ ପର୍ଯ୍ୟାୟର ମ୍ୟାଚ ଶେଷ ହେବା ପରେ ନଭେମ୍ବର ୧୨ ତାରିଖରେ ଦୁଇଟି ସେମିଫାଇନାଲ ଖେଳାଯିବ।

ପ୍ରଥମ ସେମିଫାଇନାଲ୍‌ରେ ଗ୍ରୁପ-ଏର ଶୀର୍ଷ ଦଳ ଗ୍ରୁପ-ବିର ଦ୍ୱିତୀୟ ସ୍ଥାନରେ ଥିବା ଦଳକୁ ଭେଟିବ। ଦ୍ୱିତୀୟ ସେମିଫାଇନାଲ୍‌ରେ ଗ୍ରୁପ-ବିର ଶୀର୍ଷ ଦଳ ଗ୍ରୁପ-ଏର ଦ୍ୱିତୀୟ ସ୍ଥାନରେ ଥିବା ଦଳ ସହ ଖେଳିବ। ନଭେମ୍ବର ୧୪ରେ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ।

ଅଣ୍ଡର-୧୯ ଏସିଆ କପ୍‌ରେ ଭାରତୀୟ ଦଳର ରେକର୍ଡ ଉଲ୍ଲେଖନୀୟ ରହିଛି। ଭାରତ ଏହି ଟୁର୍ନାମେଣ୍ଟରେ ୮ ଥର ଚାମ୍ପିୟନ ହୋଇଥିବା ବେଳେ ୨ ଥର ରନର୍ସଅପ ହୋଇଛି। ଏବେ ଦଳର ଲକ୍ଷ୍ୟ ରହିବ ଆଉ ଏକ ଟାଇଟଲ ହାସଲ କରିବା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ସୁନ୍ଦରଗଡ଼ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ବାସଭବନରେ ଭିଜିଲାନ୍ସ ରେଡ୍‌

ସୁନ୍ଦରଗଡ,୯।୧୦(ଜୟ ନାରାୟଣ ମେଣ୍ଡୁଳି): ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ପ୍ରସନ୍ନ କୁମାର…

ପୁଣି ନୋବେଲ ଶାନ୍ତି ପୁରସ୍କାର ଦାବିକଲେ ଟ୍ରମ୍ପ୍‌, ୮ଯୁଦ୍ଧ ରୋକିଥିବା ଦାବି ଦୋହରାଇଲେ

ଓ୍ବାଶିଂଟନ,୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ପୁଣି ଥରେ ଦାବି ଉପସ୍ଥାପନ କରିଛନ୍ତି । ସେ ୮ଟି ଯୁଦ୍ଧର ସମାଧାନ କରିଛନ୍ତି…

ଭାରତର ନୂଆ କ୍ରିକେଟ୍‌ ବିସ୍ମୟ ତନ୍ମୟ: ଗୋଟିଏ ଟେଷ୍ଟରେ ୧୪ ଉଇକେଟ ନେଇ ରଚିଲେ ଇତିହାସ

ଅହମ୍ମଦାବାଦ,୯।୧୦: କ୍ରିକେଟ ପଡ଼ିଆରେ ଭାରତୀୟ ଯୁବ ସ୍ପିନର ତନ୍ମୟ ବଲୋଦାଙ୍କ କମାଲ। ଅଷ୍ଟ୍ରେଲିଆର ଅଣ୍ଡର-୧୯ ଦଳ ବିପକ୍ଷରେ ଦ୍ୱିତୀୟ ଅନୌପଚାରିକ ଟେଷ୍ଟ ମ୍ୟାଚ୍‌ରେ ନିଜର ଘାତକ ବୋଲିଂରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?