Posted inଖେଳ

ଆଜି ଭାରତ-ପାକିସ୍ତାନ ହାଇଭୋଲଟେଜ୍‌ ମ୍ୟାଚ୍‌: ଜାଣନ୍ତୁ କେବେ, କେଉଁଠି ଖେଳାଯିବ ମ୍ୟାଚ୍‌

ଦୁବାଇ,୪।୯: ଏସିଆ କପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହାଇ ଭୋଲଟେଜ ମ୍ୟାଚ ରବିବାର ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ଆଠ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଉଭୟ ଦଳ ମୁହାଁମୁହିଁ ହେବେ। ସୁପର-୪ ରାଉଣ୍ଡରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏହା ପ୍ରଥମ ମ୍ୟାଚ ହେବ। ରୋହିତ ଶର୍ମାଙ୍କ ନେତୃତ୍ୱରେ ଦଳ ଗ୍ରୁପ ରାଉଣ୍ଡରେ ଦୁଇଟି ମ୍ୟାଚ ଜିତିଥିଲା। ଏଥି ସହିତ ବାବର ଆଜାମଙ୍କ ନେତୃତ୍ୱରେ ଦଳ ଗୋଟିଏ ବିଜୟ ହାସଲ କରିଛି। ଯଦିଓ ପାକିସ୍ତାନ ଶେଷ ମ୍ୟାଚକୁ ବିପୁଳ ବ୍ୟବଧାନରେ ଜିତିଥିଲା, ତଥାପି ହଂକଂ ବିପକ୍ଷରେ ବିଜୟ ହାସଲ କରିବା କଷ୍ଟସାଧ୍ୟ ଥିଲା।
ପୂର୍ବ ମ୍ୟାଚରେ ଭାରତ ପାକିସ୍ତାନକୁ ପାଞ୍ଚ ଉଇକେଟରେ ପରାସ୍ତ କରିଥିଲା। ଭାରତ ସେହି ଫର୍ମ ଜାରି ରଖିବାକୁ ଚାହିଁବ। ଏହାସହ ପାକିସ୍ତାନ ବିପକ୍ଷ ଏସିଆ କପରେ କ୍ରମାଗତ ପଞ୍ଚମ ବିଜୟ ହାସଲ କରିବାକୁ ଚାହୁଁଛି।
ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଏସିଆ କପରେ ସୁପର-୪ ରାଉଣ୍ଡର ଏହି ମ୍ୟାଚ ସେପ୍ଟେମ୍ବର ୪ରେ ରବିବାର ଖେଳାଯିବ। ଏହି ମ୍ୟାଚ ଦୁବାଇ ଇଣ୍ଟରନ୍ୟାସନାଲ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ୍‌ରେ ଟସ ଭାରତୀୟ ସମୟ ସା ୭ଟା ସମୟରେ ଅନୁଷ୍ଠିତ ହେବ। ମ୍ୟାଚ୍‌ ସା ୭.୩୦ରୁ ଆରମ୍ଭ ହେବ। ଷ୍ଟାର୍‌ ସ୍ପୋର୍ଟସ ନେଟୱାର୍କର ଏସିଆ କପ ପ୍ରସାରଣ କରିବାର ଅଧିକାର ଅଛି। ଏହି ମ୍ୟାଚ ଷ୍ଟାର୍‌ ସ୍ପୋର୍ଟସ ୧, ଷ୍ଟାର୍‌ ସ୍ପୋର୍ଟସ ୩, ଷ୍ଟାର୍‌ ସ୍ପୋର୍ଟସ ସିଲେକ୍ଟ ଏଚ୍‌ଡିରେ ଦେଖିପାରିବେ। ଏହି ମ୍ୟାଚର ଲାଇଭ ଷ୍ଟ୍ରିମିଂ ଡିଜନି ପ୍ଲସ ହଟଷ୍ଟାର୍‌ ଆପରେ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି: ଅମିତ ଶାହାଙ୍କ ବଡ଼ ବୈଠକ

ଅହମଦାବାଦ,୨୮ା୮: ଭାରତରେ ୨୦୩୦ ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ପ୍ରସ୍ତୁତି ଏବଂ ଦେଶର ୨୦୩୬ ଅଲିମ୍ପିକ ବିଡ୍‌ ସମ୍ପର୍କରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri