Posted inଖେଳ

ପୁଣି ଭାରତ-ପାକିସ୍ତାନ ମ୍ୟାଚ

ଲାଉସାନେ(ସୁଇଜରଲାଣ୍ଡ),୨୮ା୬: ନଭେମ୍ବର ୨୮ରୁ ଡିସେମ୍ବର ୧୦ ପର୍ଯ୍ୟନ୍ତ ଚେନ୍ନାଇ ଓ ମଦୁରାଇରେ ଜୁନିୟର ପୁରୁଷ ହକି ବିଶ୍ୱକପ୍‌ ଆୟୋଜନ କରାଯାଇଛି। ଏଥିପାଇଁ ସ୍ଥାନୀୟ ଏଫ୍‌ଆଇଏଚ୍‌ ମୁଖ୍ୟ କାର୍ଯ୍ୟାଳୟରେ ଡ୍ର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ତଦନୁସାରେ ଗ୍ରୁପ୍‌ ‘ବି’ରେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ବ୍ୟତୀତ ଚିଲି ଓ ସୁଇଜରଲାଣ୍ଡ ସ୍ଥାନ ପାଇଛନ୍ତି।

ଏହି ସଂସ୍କରଣରେ ପ୍ରଥମ ଥର ୨୪ଟି ଦଳ ଅଂଶଗ୍ରହଣ କରିବେ। ପୁଲ୍‌ ‘ଏ’ରେ ଜର୍ମାନୀ, ଦକ୍ଷିଣ ଆଫ୍ରିକା, କାନାଡା ଓ ଆୟର୍ଲାଣ୍ଡ ସ୍ଥାନ ପାଇଥିବା ବେଳେ ପୁଲ୍‌ ‘ସି’ରେ ଆର୍ଜେଣ୍ଟିନା, ନ୍ୟୁଜିଲାଣ୍ଡ, ଜାପାନ ଓ ଚାଇନାକୁ ସ୍ଥାନ ମିଳିଛି। ପୁଲ୍‌‘ଡି’ରେ ସ୍ପେନ, ବେଲଜିୟମ, ଇଜିପ୍ଟ ଓ ନାମ୍ବିଆ ଏବଂ ପୁଲ୍‌ ‘ଇ’ରେ ନେଦରଲାଣ୍ଡ୍ସ, ମାଲେସିଆ, ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ରହିଛନ୍ତି। ସେହିପରି ପୁଲ୍‌ ‘ଏଫ୍‌’ରେ ଫ୍ରାନ୍ସ, ଅଷ୍ଟ୍ରେଲିଆ, କୋରିଆ ଓ ବାଂଲାଦେଶକୁ ନିଆଯାଇଛି।

ଇଣ୍ଟରନ୍ୟାଶନାଲ ହକି ଫେଡେରେଶନ ସଭାପତି ତୟାବ ଇକ୍ରାମ, ହକି ଇଣ୍ଡିଆ ସାଧାରଣ ସମ୍ପାଦକ ଭୋଳାନାଥ ସିଂ ଏବଂ ହକି ଇଣ୍ଡିଆ ମହାନିର୍ଦ୍ଦେଶକ ଆର୍‌.କେ. ଶ୍ରୀବାସ୍ତବ ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଜର୍ମାନୀ ବର୍ତ୍ତମାନ ଜୁନିୟର ପୁରୁଷ ବିଶ୍ୱକପ୍‌ ଚାମ୍ପିୟନ। ୨୦୨୩ ସଂସ୍କରଣରେ ଦଳ ଫାଇନାଲରେ ଫ୍ରାନ୍ସକୁ ୨-୧ ଗୋଲ୍‌ରେ ପରାସ୍ତ କରିଥିଲା। ଜର୍ମାନୀ ରେକର୍ଡ ସର୍ବାଧିକ, ସେ ୬ଥର ଏହି ଟୁର୍ନାମେଣ୍ଟର ଟାଇଟଲ ବିଜୟୀ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri