ସିନେମା ହଲ୍‌ରେ ଭାରତ-ପାକିସ୍ତାନ ମ୍ୟାଚ୍‌

ବ୍ରହ୍ମପୁର ଅଫିସ,୨୩।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ ରବିବାର ଅନୁଷ୍ଠିତ ଟି-୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ନେଇ ବ୍ରହ୍ମପୁର ସହରର କ୍ରିକେଟପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ସହରସ୍ଥିତ ପାୟଲ ସିନେମା ହଲ୍‌ରେ ପ୍ରଥମକରି ବଡ଼ ପରଦାରେ ଲାଇଭ୍‌ ମ୍ୟାଚ୍‌ ପ୍ରଦର୍ଶିତ ହୋଇଥିଲା। ଅପରାହ୍ନ ୧.୩୦ରେ ମ୍ୟାଚ୍‌ ଆରମ୍ଭ ହୋଇଥିବା ବେଳେ ହଲ୍‌ରେ ଏହା ଦେଖିବାକୁ କ୍ରିକେଟପ୍ରେମୀଙ୍କ ବେଶ୍‌ ଭିଡ଼ ଜମିଥିଲା।

ହଲ୍‌ ପକ୍ଷରୁ ମ୍ୟାଚ୍‌ ନିମନ୍ତେ ଟିକେଟ ପାଇଁ ସ୍ବତନ୍ତ୍ର କାଉଣ୍ଟର କରାଯାଇଥିଲା। ବାଲ୍‌କୋନି ଟିକେଟ ମୂଲ୍ୟ ୨୦୦ ଓ ଫାଷ୍ଟ କ୍ଲାସ୍‌ ୧୦୦ ଟଙ୍କା ରଖାଯାଇଥିଲା। ଟିକେଟ ମୂଲ୍ୟ ବୃଦ୍ଧି ସତ୍ତ୍ୱେ କ୍ରିକେଟ୍‌ପ୍ରେମୀଙ୍କ ଗହଳି ଜମିଥିଲା। ପ୍ରାୟ ୧୦୦ ଦର୍ଶକ ହଲ୍‌ ପରିସରରେ ମ୍ୟାଚ୍‌ ଉପଭୋଗ କରିଥିଲେ। ଟିମ୍‌ ଇଣ୍ଡିଆର ବିଜୟ ପରେ ଦର୍ଶକ ବିଜୟ ଉତ୍ସବ ପାଳନ କରିଥିଲେ। ପ୍ରଥମଥର ପାଇଁ ହଲ୍‌ ମାଲିକଙ୍କ ପକ୍ଷରୁ ଏଭଳି ପଦକ୍ଷେପକୁ ବହୁ କ୍ରିକେଟ୍‌ପ୍ରେମୀ ଖୁବ୍‌ ପ୍ରଶଂସା କରିଛନ୍ତି। ବ୍ରହ୍ମପୁରରେ କ୍ରିକେଟ୍‌ପ୍ରେମୀଙ୍କୁ ଦୃଷ୍ଟିରେ ରଖି ଏଭଳି ବଡ଼ ପରଦାରେ ମ୍ୟାଚ୍‌ ପ୍ରଦର୍ଶନ କରାଯାଇଥିବା ପାୟଲ ହଲ୍‌ ମ୍ୟାନେଜର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri