Posted inTrending, ଖେଳ

ଏହି ଦିନ ଖେଳାଯିବ ଭାରତ-ପାକିସ୍ତାନ ମହାମୁକାବିଲା: ପ୍ରତିଶୋଧ ନେବେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨।୧୧:ଆଗାମୀ ଏସିସି ରାଇଜିଂ ଷ୍ଟାର୍ସ ଏସିଆ କପ ପାଇଁ ଇଣ୍ଡିଆ-ଏ ଦଳ ଘୋଷଣା କରିଛି ବିସିସିଆଇ। ଦଳର ନେତୃତ୍ୱ ଭାର ତିଳକ ବର୍ମାଙ୍କୁ ଦିଆଯାଇଥିବା ବେଳେ ରଜତ ପଟିଦାରଙ୍କୁ ଉପଅଧିନାୟକ ନିଯୁକ୍ତ କରାଯାଇଛି। ଅଭିଷେକ ଶର୍ମା ଓ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ମଧ୍ୟ ଦଳରେ ସ୍ଥାନ ମିଳିଛି। କତାରର ଦୋହାରେ ନଭେମ୍ବର ୧୯ରୁ ଏହି ଟୁର୍ନାମେଣ୍ଟ ଆରମ୍ଭ ହେବ। ଇଣ୍ଡିଆ-ଏ ନଭେମ୍ବର ୨୦ରେ ନେପାଳ ବିପକ୍ଷରେ ପ୍ରଥମ ମ୍ୟାଚ ଖେଳି ଅଭିଯାନ ଆରମ୍ଭ କରିବ। ଏହି ମ୍ୟାଚ ୱେଷ୍ଟ ଏଣ୍ଡ ପାର୍କ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଖେଳାଯିବ।
ଟୁର୍ନାମେଣ୍ଟରେ ଭାରତୀୟ ଦଳର ଦ୍ୱିତୀୟ ମ୍ୟାଚ ପାକିସ୍ତାନ ବିପକ୍ଷରେ ହେବ। ନଭେମ୍ବର ୨୨ରେ ୱେଷ୍ଟ ଏଣ୍ଡ ପାର୍କ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଏହି ହାଇଭୋଲଟେଜ ମୁକାବିଲା ଖେଳାଯିବ। ଏହାପରେ ନଭେମ୍ବର ୨୪ରେ ଇଣ୍ଡିଆ-ଏ ତୃତୀୟ ମ୍ୟାଚ୍‌ରେ ୟୁଏଇକୁ ଭେଟିବ। ଏହି ମ୍ୟାଚ ୟୁନିଭର୍ସିଟି ଅଫ ଦୋହା ଫର୍‌ ସାଇନ୍ସ ଆଣ୍ଡ ଟେକ୍ନୋଲୋଜି ଗ୍ରାଉଣ୍ଡରେ ଖେଳାଯିବ।

ଭାରତୀୟ ଦଳ: ଅଭିଷେକ ଶର୍ମା, ବୈଭବ ସୂର୍ଯ୍ୟବଂଶୀ, ପ୍ରଭସିମରନ ସିଂହ (ଉଇକେଟକିପର), ତିଲକ ବର୍ମା (ଅଧିନାୟକ), ରଜତ ପାଟିଦାର (ଉପଅଧିନାୟକ), ରିଙ୍କୁ ସିଂହ, କୁମାର କୁଶାଗ୍ର (ଉଇକେଟକିପର), ସୂର୍ଯ୍ୟାଂଶ ସେଡଗେ, ଶାହବାଜ ଅହମ୍ମଦ, ବିପ୍ରଜ ନିଗମ, ହର୍ଷ ଦୁବେ, ତନୁଷ କୋଟିଆନ, ହର୍ଷିତ ରାଣା, ପ୍ରିନ୍ସ ଯାଦବ ଓ ଅର୍ଶଦ ଖାନ।

ଇଣ୍ଡିଆ-ଏ ଗ୍ରୁପ-ବି’ରେ ସ୍ଥାନ ପାଇଛି। ଏହି ଗ୍ରୁପ୍‌ରେ ଭାରତ ସହ ପାକିସ୍ତାନ, ନେପାଳ ଓ ୟୁଏଇ ରହିଛନ୍ତି। ଅନ୍ୟପଟେ ଗ୍ରୁପ-ଏ’ରେ ବାଂଲାଦେଶ-ଏ, ଶ୍ରୀଲଙ୍କା-ଏ, ଆଫଗାନିସ୍ତାନ-ଏ ଓ ହଂକଂ ଚାଇନା ରହିଛନ୍ତି।

ରାଉଣ୍ଡ ପର୍ଯ୍ୟାୟ ପରେ ଉଭୟ ଗ୍ରୁପ୍‌ର ଶ୍ରେଷ୍ଠ ଦୁଇଟି ଦଳ ସେମିଫାଇନାଲ୍କୁ ଉନ୍ନୀତ ହେବେ। ନଭେମ୍ବର ୨୬ ଓ ୨୭ରେ ଦୁଇଟି ସେମିଫାଇନାଲ ମ୍ୟାଚ ଖେଳାଯିବ। ନଭେମ୍ବର ୨୯, ରବିବାର ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ-ବିରାଟଙ୍କ ମଧ୍ୟରୁ ନ୍ୟୁଜିଲାଣ୍ଡ ମାଟିରେ କିଏ କରିବେ ଶତକର ବର୍ଷା? ହଇଚଇ ସୃଷ୍ଟି କଲା ପୂଜାରାଙ୍କ ଭବିଷ୍ୟବାଣୀ, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ, ୨।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯିବ। ନଭେମ୍ବର ୪ ତାରିଖରେ ଅକଲାଣ୍ଡର ଇଡେନ ପାର୍କରେ ପ୍ରଥମ ମ୍ୟାଚ…

ପୁଣି ବାତ୍ୟା ଓ ବନ୍ୟା ଆଶଙ୍କା, ପ୍ରଶାସନର ଜୋରଦାର ପ୍ରସ୍ତୁତି ୧୬ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କୁ ସ୍ଥାନାନ୍ତର

ପୁରୁଷୋତ୍ତମପୁର, ୨/୧୧ (ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ଯୋଗୁଁ ସୃଷ୍ଟି ହୋଇଥିବା ପ୍ରଳୟଙ୍କରୀ ବନ୍ୟାର ତିକ୍ତ ଅନୁଭୂତି ଏବେ ବି ଲୋକଙ୍କ ମନରୁ ଲିଭିନାହିଁ କି ଅନେକ…

ବଣୁଆ ହାତୀଙ୍କ ଉପଦ୍ରବ, ଭାଙ୍ଗିଲା ଘରଦ୍ୱାର:, ସମ୍ପର୍କୀୟଙ୍କ ଘରେ ନେଲେ ଆଶ୍ରୟ

ତୁମୁଡ଼ିବନ୍ଧ, (ଦୀପକ କୁମାର ପରାସେଠ): କନ୍ଧମାଳ ଜିMkତୁମୁଡ଼ିବନ୍ଧ ବ୍ଲକ୍‌ର ବେଲଘର ବନାଞ୍ଚଳରେ ଦୀର୍ଘଦିନ ହେଲା ବଣୁଆ ହାତୀଙ୍କ ଉପଦ୍ରବ ଲାଗି ରହିଛି। କେତେବେଳେ ହାତୀପଲ ଫସଲ ନଷ୍ଟ…

ଲୋକଙ୍କୁ ସହାନୁଭୂତି ଦେଖାଅ, ସହାୟତା ଯୋଗାଅ: ଅଧିକାରୀଙ୍କୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ପରାମର୍ଶ

ଭଞ୍ଜନଗର, ୨।୧୧ (ବାବୁଲା ପ୍ରଧାନ): ଗୋଟିଏ ବାତ୍ୟାର ଦୁଃଖ ନ ଲିଭୁଣୁ ପୁଣି ଆଉ ଏକ ବାତ୍ୟାର ଆଶଙ୍କା ଦେଖାଦେଇଛି। ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ବିପନ୍ନ ଲୋକଙ୍କ…

ଜନ୍ମଦିନରେ ପ୍ରଶଂସକଙ୍କ ଇଚ୍ଛା ପୂରଣ କଲେ ଶାହରୁଖ, ଦେଲେ ଏଭଳି ସରପ୍ରାଇଜ୍‌ , ସମସ୍ତେ ଚକିତ

ମୁମ୍ବାଇ: ବଲିଉଡ ସୁପରଷ୍ଟାର ଶାହରୁଖ ଖାନ ନଭେମ୍ବର ୨ ତାରିଖରେ ନିଜ ଜନ୍ମଦିନ ପାଳନ କରୁଛନ୍ତି। ପ୍ରତିବର୍ଷ ଶାହରୁଖ ନିଜ ବଙ୍ଗଳା ‘ମନ୍ନତ’ର ବାଲକୋନିକୁ ଆସି ପ୍ରଶଂସକଙ୍କୁ…

ଡକାୟତି ମାମଲା: ଜାମିନ ଖାରଜ, ଜେଲ  ଗଲେ  …   

ଦିଗପହଣ୍ଡି,୨|୧୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ଚାଞ୍ଚଡାପଲ୍ଲୀ ଗ୍ରାମର କୃଷ୍ଣ ସ୍ବାଇଁ ଓରଫ କଟିକିଆ ଙ୍କୁ ସୋମବାର ଦିଗପହଣ୍ଡି ପୋଲିସ ଗିରଫ କରି…

ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ମାଲେସିଆକୁ ହରାଇଲା ଜାପାନ

ଜଳନ୍ଧର, ୨ା୧୧: ଜାପାନ ଏହାର ଅନ୍ତିମ ରାଉଣ୍ଡ-ରବିନରେ ଏସିଆନ ଗେମ୍ସ ରୌପ୍ୟ ବିଜେତା ମାଲେସିଆକୁ ୨-୧ ଗୋଲ୍‌ରେ ପରାସ୍ତ କରି ଏଠାରେ ଚାଲିଥିବା ଏସିଆନ ଚାମ୍ପିୟନ୍ସ ଟ୍ରଫି…

ବନ୍ୟା କ୍ଷୟକ୍ଷତି ଆକଳନ ନେଇ ଆର୍‌ଡିସିଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ: ତୁରନ୍ତ କ୍ଷୟକ୍ଷତି ଆକଳନ କରିବାକୁ ତହସିଲଦାରମାନଙ୍କୁ ନିର୍ଦ୍ଦେଶ

ଛତ୍ରପୁର, ୨/୧୧ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମ୍ପ୍ରତି ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତିର ଆକଳନ ଯଥାସମ୍ଭବ ଶୀଘ୍ର ଓ ସଠିକ୍ ଭାବେ ଶେଷ କରିବାକୁ ଦକ୍ଷିଣାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?