ଭାରତ-ପାକ୍‌ ନୌସେନା ଜାହାଜ ମୁହାଁମୁହିିଁ ଧକ୍କା

ନୂଆଦିଲ୍ଲୀ, ୧୭ା୯ : ଆରବ ସାଗରସ୍ଥିତ ଅନ୍ତର୍ଜାତୀୟ ଜଳଭାଗରେ ପାକିସ୍ତାନୀ ନୌସେନାର ଏକ ଜାହାଜ ଅତ୍ୟନ୍ତ ବେପରୁଆ ଭାବେ ଗତିକରି ଭାରତୀୟ ନୌସେନାର ଜାହାଜ ସହ ମୁହାଁମୁହିଁ ଧକ୍କା ହୋଇଛି। ଏହି ‘ଅଗ୍ରହଣୀୟ ଆଚରଣ’କୁ ନେଇ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ (ଏମ୍‌ଇଏ) ବୁଧବାର ନୂଆଦିଲ୍ଲୀସ୍ଥିତ ପାକିସ୍ତାନୀ କାର୍ଯ୍ୟକାରୀ କୂଟନୀତିଜ୍ଞଙ୍କୁ ସମନ କରି ନିଜର କଡ଼ା ପ୍ରତିବାଦ ଦର୍ଶାଇଛନ୍ତି। ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି, ସମୁଦ୍ରରେ ପାକିସ୍ତାନୀ ନୌସେନାର ଅସୌଜନ୍ୟ ଆଚରଣ ଯୋଗୁ ଏହି ଘଟଣା ଘଟିଛି। ଭବିଷ୍ୟତରେ ଏପରି ଘଟଣାର ପୁନରାବୃତ୍ତି ରୋକିବା ପାଇଁ ସମସ୍ତ ସାମରିକ ୟୁନିଟ୍‌ଗୁଡ଼ିକ ଆବଶ୍ୟକ ସାବଧାନତା ଅବଲମ୍ବନ କରିବା ସହ ଦୁଇ ଦେଶ ମଧ୍ୟରେ ଥିବା ଦ୍ୱିପାକ୍ଷିକ ଚୁକ୍ତିକୁ ସମ୍ମାନ ଦେବା ପାଇଁ ପାକିସ୍ତାନ କୂଟନୀତିଜ୍ଞଙ୍କୁ କୁହାଯାଇଛି। ଏହି ସଂଘର୍ଷରେ ଭାରତୀୟ ଜାହାଜର କୌଣସି ବଡ଼ଧରଣର କ୍ଷତି ହୋଇନାହିଁ। ତେବେ ପାକିସ୍ତାନୀ ନୌସେନାର ଏହି କାର୍ଯ୍ୟାନୁଷ୍ଠାନ ୧୯୯୧ ଏପ୍ରିଲରେ ଭାରତ ଓ ପାକିସ୍ତାନ ମଧ୍ୟରେ ସ୍ବାକ୍ଷରିତ ‘ସୈନ୍ୟ ଅଭ୍ୟାସ, କ୍ରିୟାକଳାପ ଓ ସୈନ୍ୟ ଚଳାଚଳର ଅଗ୍ରିମ ସୂଚନା’ ସମ୍ପର୍କିତ ଚୁକ୍ତିର ଅନୁଚ୍ଛେଦ ୧୦ର ସିଧାସଳଖ ଉଲ୍ଲଂଘନ କରୁଛି। ଏହି ଘଟଣାକୁ ନେଇ ଇସ୍‌ଲାମାବାଦସ୍ଥିତ ଭାରତୀୟ କାର୍ଯ୍ୟକାରୀ କୂଟନୀତିଜ୍ଞଙ୍କୁ ମଧ୍ୟ ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟ ନିକଟରେ ସମାନ ଧରଣର ଆନୁଷ୍ଠାନିକ ପ୍ରତିବାଦ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକା ଘର ବାରଣ୍ଡାରେ ପ୍ରେମିକଙ୍କୁ ପିଟି ପିଟି ହତ୍ୟା, ପ୍ରମାଣ ନଷ୍ଟ ପାଇଁ ଜାଳିଦେଲେ ମୃତଦେହ

ଦେବଗଡ଼, ୧୭ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମିକା ଘରକୁ ଯାଇଥିବା ବେଳେ ପ୍ରେମିକଙ୍କୁ ନିର୍ମମ…

PM ମୋଦିଙ୍କ ୭୭ତମ ଜନ୍ମଦିନ, ଗୁଜରାଟରେ ଜଳିବ ୮୮ ଲକ୍ଷ ଦୀପ

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୭ତମ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଦେଶବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଶେଷ କରି ଗୁଜରାଟରେ…

ମହାଶକ୍ତିଶାଳୀ ବୁଧାଦିତ୍ୟ ରାଜଯୋଗ: ଆଜିଠୁ ୫ ରାଶିଙ୍କ ଗୋଲଡେନ୍‌ ସମୟ ଆରମ୍ଭ, ଲାଗିବ ଲଟେରୀ, ଟଙ୍କାରେ ଶୋଇବେ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ସକାଳ ୭ଟା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ନାମରେ ଅଛି ଏତେ ସମ୍ପତ୍ତି, ଜାଣନ୍ତୁ ପ୍ରପର୍ଟିର ପୂରା ତଥ୍ୟ

ନୂଆଦିଲ୍ଲୀ,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଅବସରରେ ତାଙ୍କ ଜୀବନ ଓ ବ୍ୟକ୍ତିଗତ ସମ୍ପତ୍ତିକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି। ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (PMO)ରେ…

ସମ୍ବଲପୁରରେ ଡପ୍‌ଲର ୱେଦର ରାଡାରର ଉଦ୍‌ଘାଟନ

ସମ୍ବଲପୁର, ୧୭ା୯ (ପ୍ରମୋଦ ବହିଦାର): ପବିତ୍ର ନୂଅଁାଖାଇ ଉତ୍ସବ ଅବସରରେ ସମ୍ବଲପୁରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିହୋଇଛି। କେନ୍ଦ୍ର ବିଜ୍ଞାନ ଓ…

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?