ଯୁଦ୍ଧରୁ ଦୂରେଇ ରୁହ ଭାରତ-ପାକିସ୍ତାନ…ଜାତିସଂଘ ପକ୍ଷରୁ ଆସିଲା ବଡ଼ ବୟାନ

ନୂଆଦିଲ୍ଲୀ,୫।୫: ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ, ଜାତିସଂଘର ମହାସଚିବ ଆଣ୍ଟୋନିଓ ଗୁଟେରେସ ଏକ ବଡ଼ ବୟାନ ଦେଇଛନ୍ତି। ସେ ଉଭୟ ଦେଶକୁ ସଂଯମତା ଅବଲମ୍ବନ କରିବାକୁ ଆହ୍ବାନ କରିଛନ୍ତି। ଗୁଟେରେସ କହିଛନ୍ତି ଯେ ଭାରତ ଏବଂ ପାକିସ୍ତାନ ସେନା ମୁହାଁମୁହିଁ ହେବାଠାରୁ ଦୂରେଇ ରହିବା ଉଚିତ। କାରଣ ଏହା କୌଣସି ସମାଧାନର ରାସ୍ତା ବାହାରିବ ନାହିଁ। ମୁଁ ପୁଣି ଥରେ ପହଲଗାମ ଆକ୍ରମଣକୁ ନିନ୍ଦା କରୁଛି। ସାଧାରଣ ନାଗରିକଙ୍କୁ ଟାର୍ଗେଟ କରିବା ଗ୍ରହଣୀୟ ନୁହେଁ। ଆକ୍ରମଣର ଦୋଷୀମାନଙ୍କୁ କଠୋର ଦଣ୍ଡ ମିଳିବା ଉଚିତ ବୋଲି ସେ କହିଛନ୍ତି। ତେବେ ଉତ୍ତେଜନା ହ୍ରାସ କରିବା ଏବଂ କୂଟନୀତି ଏବଂ ଶାନ୍ତି ନବୀକରଣ ପାଇଁ କାମ କରୁଥିବା ଯେକୌଣସି ପଦକ୍ଷେପକୁ ସମର୍ଥନ କରିବାକୁ ଜାତିସଂଘ ପ୍ରସ୍ତୁତ। ଏହାଦ୍ୱାରା ଭାରତ ଏବଂ ପାକିସ୍ତାନ ଉଭୟ ମଧ୍ୟରେ ଶାନ୍ତି ପ୍ରତିଷ୍ଠା କରିବାକୁ ସେ ଆହ୍ବାନ କରିଛନ୍ତି।

ଗୁଟେରେସ ପୂର୍ବରୁ ପହଲଗାମ ଆକ୍ରମଣ ଉପରେ ମଧ୍ୟ ଏକ ବୟାନ ଦେଇଥିଲେ। ସେ କହିଥିଲେ ଯେ ସାଧାରଣ ନାଗରିକଙ୍କ ଉପରେ ଆକ୍ରମଣ କୌଣସି ପରିସ୍ଥିତିରେ ଗ୍ରହଣୀୟ ନୁହେଁ। ସେ ପୀଡିତଙ୍କ ପରିବାର ପ୍ରତି ସମବେଦନା ପ୍ରକାଶ କରିଥିଲେ ଏବଂ କହିଥିଲେ ଯେ ଆକ୍ରମଣର ନିରପେକ୍ଷ ତଦନ୍ତ ହେବା ଉଚିତ। ସେ ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଏବଂ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫଙ୍କ ସହ ଟେଲିଫୋନରେ କଥାବାର୍ତ୍ତା କରିଥିଲେ, ଯେଉଁଥିରେ ଭାରତ-ପାକିସ୍ତାନ ଉତ୍ତେଜନା ହ୍ରାସ ଏବଂ ନ୍ୟାୟିକ ପ୍ରକ୍ରିୟା ଉପରେ ଆଲୋଚନା କରାଯାଇଥିଲା। ଜୟଶଙ୍କର ଗୁଟେରସଙ୍କ ନିନ୍ଦାକୁ ପ୍ରଶଂସା କରିଥିଲେ।

କହିରଖୁଛୁ, ୨୨ ଏପ୍ରିଲରେ ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ପ୍ରାଣ ହରାଇଥିଲେ। ଏହି ଆକ୍ରମଣରେ, ନିରସ୍ତ୍ର ଲୋକଙ୍କୁ ଆତଙ୍କବାଦୀମାନେ ଟାର୍ଗେଟ କରିଥିଲେ। ପର୍ଯ୍ୟଟକମାନଙ୍କୁ ସେମାନଙ୍କ ଧର୍ମ ବିଷୟରେ ପଚାରିବା ପରେ ସଶସ୍ତ୍ର ଆତଙ୍କବାଦୀମାନେ ସେମାନଙ୍କୁ ଗୁଳି କରି ହତ୍ୟା କରିଥିଲେ। ଏହି ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ଭାରତ ଚେନାବ ନଦୀର ପାଣି ବନ୍ଦ କରିଦେଲା। ପାକିସ୍ତାନୀମାନଙ୍କ ଭିସା ବାତିଲ କରାଯାଇଥିଲା। ଭାରତ ଆକାଶପଥ ବନ୍ଦ କରିଦେଲା। ଏହା ବ୍ୟତୀତ ଆହୁରି ଅନେକ କାର୍ଯ୍ୟାନୁଷ୍ଠାନ ମଧ୍ୟ ନିଆଯାଇଥିଲା। ପ୍ରତିବଦଳରେ, ପାକିସ୍ତାନ ମଧ୍ୟ ଭାରତ ବିରୁଦ୍ଧରେ ଅନେକ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri