Posted inଖେଳ

ରିଜର୍ଭ ଡେରେ ଖେଳାଯିବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୦ା୯: କଲମ୍ବୋ ସ୍ଥିତ ଆର୍‌.ପ୍ରେମାଦାସ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ରବିବାର ଖେଳାଯାଉଥିବା ଏସିଆ କପ୍‌ ସୁପର-୪ ଭାରତ-ପାକିସ୍ତାନ ମ୍ୟାଚ୍‌ ବର୍ଷା କାରଣରୁ ବାଧାପ୍ରାପ୍ତ ହୋଇଛି। ଫଳରେ ରିଜର୍ଭ ଡେ ଅର୍ଥାତ ସୋମବାର ମ୍ୟାଚ୍‌ ପୁଣି ଖେଳାଯିବ।

ପାକିସ୍ତାନ ଅଧିନାୟକ ବାବର ଆଜମ୍‌ ଟସ୍‌ ଜିତି ଭାରତକୁ ବ୍ୟାଟିଂ ଆମନ୍ତ୍ରଣ ଦେଇଥିଲେ। ଭାରତ ପ୍ରଥମେ ବ୍ୟାଟିଂ କରି ୨୪.୧ ଓଭରରେ ୧୪୭ ରନ୍‌ କରିଥିବା ବେଳେ ବର୍ଷା କାରଣରୁ ଖେଳ ବନ୍ଦ ରହିଥିଲା। ପାଗ ଅନୁକୂଳ ନ ହେବାରୁ ଶେଷରେ ରିଜର୍ଭ ଡେକୁ ମ୍ୟାଚ୍‌ ଘୁଞ୍ଚାଯାଇଥିଲା। ସୋମବାର ଅପରାହ୍ନ ୨.୩୦ରେ ମ୍ୟାଚ୍‌ ଆରମ୍ଭ ହେବାକୁ ଥିବା ବେଳେ ବିରାଟ କୋହଲି ଓ ଲୋକେଶ ରାହୁଲ ବ୍ୟାଟିଂ ଆରମ୍ଭ କରିବେ। ଅଧିନାୟକ ରୋହିତ ଶର୍ମା ୫୬ ଓ ଶୁବମାନ ଗିଲ୍‌ ୫୮ ରନ୍‌ କରି ପ୍ୟାଭିଲିୟନ ଫେରିଛନ୍ତି। ଏହା ପୂର୍ବରୁ ଉଭୟ ଦଳ ମଧ୍ୟରେ ଖେଳା ଯାଇଥିବା ଗ୍ରୁପ୍‌ ପର୍ଯ୍ୟାୟ ମ୍ୟାଚ୍‌ ମଧ୍ୟ ବର୍ଷାରେ ବାତିଲ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri