Posted inଜାତୀୟ

ଭାରତ-ପାକିସ୍ତାନ ମ୍ୟାଚ୍‌ ବାତିଲ କରିବାକୁ ଦାବି କଲେ ଓଓ୍ବାଇସି

ନୂଆଦିଲ୍ଲୀ,୧୯।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ କାର୍ଯ୍ୟକଳାପ ବଢିବାରେ ଲାଗିଛି। ଗତ କିଛିଦିନ ହେବ ଆତଙ୍କବାଦୀମାନେ ସାଧାରଣ ନାଗରିକଙ୍କୁ ଟାର୍ଗେଟ କରୁଛନ୍ତି। ଏସବୁ ଘଟଣା ଭିତରେ ଆସନ୍ତା ୨୪ରେ ଟି-୨୦ ବିଶ୍ୱକପ୍‌ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହେବାର ଅଛି। ଦେଶରେ ଏହି ମ୍ୟାଚ୍‌କୁ ନେଇ ବିରୋଧ ପ୍ରଦର୍ଶନ କରାଯାଉଛି। ଏହି ମ୍ୟାଚ୍‌ ରଦ୍ଦ କରିବାକୁ ଦାବି ଉଠିଛି। କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂ, ତାରକିଶେର ପ୍ରସାଦଙ୍କ ପରେ ଏଆଇଏମଆଇଏମ୍‌ ସଭାପତି ଅସଦଉଦ୍ଦିନ ଓଓ୍ବାଇସି ମଧ୍ୟରେ ଏହି ମ୍ୟାଚ୍‌କୁ ବିରୋଧ କରିଛନ୍ତି। ସେ କହିଛନ୍ତି ଜମ୍ମୁ-କଶ୍ମୀରରେ ଆମର ୯ ଯବାନ ନିହତ ହେଲେ, କିନ୍ତୁ ସେପଟେ ଭାରତ-ପାକିସ୍ତାନ ମ୍ୟାଚ୍‌ ଖେଳାଯିବ। ଏନେଇ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ପ୍ରଧାନମନ୍ତ୍ରୀ ୨ଟି ଜିନିଷ ଉପରେ କେବେ ମୁହଁ ଖୋଲୁନାହାନ୍ତି ଗୋଟିଏ ହେଉଛି ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଏବଂ ଦ୍ୱିତୀୟଟି ଲଦାଖରେ ଚାଇନାର ଅନୁପ୍ରବେଶକୁ ନେଇ କିଛି କହୁନାହାନ୍ତି ପ୍ରଧାନମନ୍ତ୍ରୀ ବୋଲି ସେ କହିଛନ୍ତି।
ନିକଟରେ ଜମ୍ମୁ କଶ୍ମୀରରେ ଗୁପଚୁପ ବିକ୍ରେତାଙ୍କୁ ଆତଙ୍କବାଦୀମାନେ ଟାର୍ଗେଟ କରିଥିଲେ। ଗୁଳି ମାଡ ଯୋଗୁ ଉକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। ବାଙ୍କାରୁ ଆସିଥିବା ଏହି ବ୍ୟକ୍ତିଙ୍କ ପିତା ବର୍ତ୍ତମାନ ଟି -୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚକୁ ବାତିଲ କରିବାକୁ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

ଫିଟିଗଲା ଗୁମର, କଂଗ୍ରେସ ସହ ହୋଇଛି ଭିତିରି ମେଣ୍ଟ!

ନୂଆଦିଲ୍ଲୀ,୨୬।୭:ନିର୍ବାଚନରେ ହାରିବା ଏବଂ ମୁଖ୍ୟମନ୍ତ୍ରୀ ପଦ ହରାଇବା ପରେ ଜଗନମୋହନ ରେଡ୍ଡୀଙ୍କ ଅଡୁଆ ବଢିବାରେ ଲାଗିଛି। ଚନ୍ଦ୍ରବାବୁ ନାଇଡୁ ଆନ୍ଧ୍ରପ୍ରଦେଶର ସିଏମ ହୋଇଛନ୍ତି ଏବଂ ଦାୟିତ୍ୱ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri