Posted inଜାତୀୟ

ଭାରତ-ପାକିସ୍ତାନ ମ୍ୟାଚ୍‌ ବାତିଲ କରିବାକୁ ଦାବି କଲେ ଓଓ୍ବାଇସି

ନୂଆଦିଲ୍ଲୀ,୧୯।୧୦: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ କାର୍ଯ୍ୟକଳାପ ବଢିବାରେ ଲାଗିଛି। ଗତ କିଛିଦିନ ହେବ ଆତଙ୍କବାଦୀମାନେ ସାଧାରଣ ନାଗରିକଙ୍କୁ ଟାର୍ଗେଟ କରୁଛନ୍ତି। ଏସବୁ ଘଟଣା ଭିତରେ ଆସନ୍ତା ୨୪ରେ ଟି-୨୦ ବିଶ୍ୱକପ୍‌ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହେବାର ଅଛି। ଦେଶରେ ଏହି ମ୍ୟାଚ୍‌କୁ ନେଇ ବିରୋଧ ପ୍ରଦର୍ଶନ କରାଯାଉଛି। ଏହି ମ୍ୟାଚ୍‌ ରଦ୍ଦ କରିବାକୁ ଦାବି ଉଠିଛି। କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂ, ତାରକିଶେର ପ୍ରସାଦଙ୍କ ପରେ ଏଆଇଏମଆଇଏମ୍‌ ସଭାପତି ଅସଦଉଦ୍ଦିନ ଓଓ୍ବାଇସି ମଧ୍ୟରେ ଏହି ମ୍ୟାଚ୍‌କୁ ବିରୋଧ କରିଛନ୍ତି। ସେ କହିଛନ୍ତି ଜମ୍ମୁ-କଶ୍ମୀରରେ ଆମର ୯ ଯବାନ ନିହତ ହେଲେ, କିନ୍ତୁ ସେପଟେ ଭାରତ-ପାକିସ୍ତାନ ମ୍ୟାଚ୍‌ ଖେଳାଯିବ। ଏନେଇ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ପ୍ରଧାନମନ୍ତ୍ରୀ ୨ଟି ଜିନିଷ ଉପରେ କେବେ ମୁହଁ ଖୋଲୁନାହାନ୍ତି ଗୋଟିଏ ହେଉଛି ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଏବଂ ଦ୍ୱିତୀୟଟି ଲଦାଖରେ ଚାଇନାର ଅନୁପ୍ରବେଶକୁ ନେଇ କିଛି କହୁନାହାନ୍ତି ପ୍ରଧାନମନ୍ତ୍ରୀ ବୋଲି ସେ କହିଛନ୍ତି।
ନିକଟରେ ଜମ୍ମୁ କଶ୍ମୀରରେ ଗୁପଚୁପ ବିକ୍ରେତାଙ୍କୁ ଆତଙ୍କବାଦୀମାନେ ଟାର୍ଗେଟ କରିଥିଲେ। ଗୁଳି ମାଡ ଯୋଗୁ ଉକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିଲା। ବାଙ୍କାରୁ ଆସିଥିବା ଏହି ବ୍ୟକ୍ତିଙ୍କ ପିତା ବର୍ତ୍ତମାନ ଟି -୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚକୁ ବାତିଲ କରିବାକୁ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri