Posted inଖେଳ

ଭାରତ-ପାକିସ୍ତାନ ଖେଳିବେ କ୍ରିକେଟ !

ଇସଲାମାବାଦ୍‌,୨୫।୩: ଭାରତ ପାକିସ୍ତାନ ମଧ୍ୟରେ ପୁଣି କ୍ରିକେଟ ଖେଳ ହେବ। ଏନେଇ ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ପକ୍ଷରୁ ସୂଚନା ଦିଆଯାଇଛି। ଦୁଇ ଦେଶ ମଧ୍ୟରେ ଖୁବ୍‌ ଶୀଘ୍ର ସିରିଜ୍‌ ଆରମ୍ଭ ହେବ। ଏସମ୍ପର୍କରେ ଇଣ୍ଟର ନ୍ୟାଶନାଲ କ୍ରିକେଟ କାଉନସିଲ୍‌(ଆଇସିସି)ର ବୈଠକରେ ଚୂଡ଼ାନ୍ତ ତିଷ୍ପତ୍ତି ଗ୍ରହଣ କରାଯିବ ବୋଲି ପିସିବି କହିଛି। ୨୦୦୮ରେ ମୁମ୍ବାଇରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତୀୟ କ୍ରିକେଟ ଦଳ ପାକିସ୍ତାନ ଗସ୍ତରେ ଯାଇ ନାହିଁ। ଦୁଇ ଦେଶ ମଧ୍ୟରେ ରାଜନୈତିକ ସଙ୍କଟ ଯୋଗୁ କ୍ରିକେଟ ଖେଳ ସମ୍ଭବ ହୋଇପାରି ନାହିଁ। ଶେଷଥର ପାଇଁ କ୍ରିକେଟ ଖେଳ ୨୦୧୨-୧୩ରେ ହୋଇଥିଲା। ଏହାପରେ କ୍ରିକେଟପ୍ରେମୀ ଦୁଇ ଦେଶ ମଧ୍ୟରେ ହେଉଥିବା ରୋମାଞ୍ଚକର ଖେୂ ଦେଖିବାରୁ ବଞ୍ଚିତ ରହିଛନ୍ତି। ତେବେ ଦୁଇ ଦେଶ ମଧ୍ୟରେ ପୁଣି କ୍ରିକେଟ ଖେଳ ଆରମ୍ଭ ପାଇଁ ପାକିସ୍ତାନ କ୍ରିକେଟ ବୋର୍ଡର ପୂର୍ବତନ ଅଧ୍ୟକ୍ଷ ଜାକା ଅଶରଫ ତିନି ଦିନ ତଳେ ପ୍ରସ୍ତାବ ଦେଇଥିଲେ। ଯଦି ଭାରତ ପାକସ୍ତାନ ନିଜ ନିଜ ଦେଶରେ ମ୍ୟାଚ୍‌ ଖେଳି ନ ପାରୁଛନ୍ତି ତେବେ ଏହାକୁ ୟୁଏଇ, ଶ୍ରୀଲଙ୍କା, ଦକ୍ଷିଣ ଆଫ୍ରିକା କିମ୍ବା ଅନ୍ୟ ଦେଶରେ ଆୟୋଜନ କରାଯାଇ ପାରିବ ବୋଲି ସେ ପ୍ରସ୍ତାବ ଦେଇଥିଲେ। ଏହା ଦ୍ୱାରା ଦୁଇ ଦେଶ ମଧ୍ୟରେ କ୍ରିକେଟ ସମ୍ପର୍କ ବୃଦ୍ଧି ପାଇବାର ଆଶା ଥିବା ସେ ମତପୋଷଣ କରିଥିଲେ। ଇଣ୍ଟର ନ୍ୟାଶନାଲ କ୍ରିକେଟ କାଉନସିଲ୍‌ର ପରିବର୍ତ୍ତିତ ନିୟମ ଦ୍ୱାରା ସଦସ୍ୟ ଦେଶ ନିଜ ଇଛା ଅନୁସାରେ ଅନ୍ୟ ଦେଶ ସହିତ କ୍ରିକେଟ ମ୍ୟାଚ୍‌ ଖେଳି ପାରିବେ। ତେବେ ହେବାକୁ ଥିବା ବୈଠକରେ ଦୁଇଦେଶ ମଧ୍ୟରେ ପୁଣି କ୍ରିକେଟ ଖେଳ ଆୟୋଜନର ବାଟ ଫିଟିବାର ସମ୍ଭାବନା ରହିଥିବା ପିସିବି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

ଛାତ୍ରୀଛାତ୍ରଙ୍କ ନିକଟରେ ମୁଣ୍ଡ ନୁଆଇଁଲେ ଆଇଆଇଟି (IIT)ବମ୍ବେ କର୍ତ୍ତୃପକ୍ଷ; ୧୮ଟି ଦାବି ନେଇ ସହମତି, ପ୍ରଫେସର ନିଲମ୍ବିତ

ମୁମ୍ବାଇ,୨୧।୯: ଆଇଆଇଟି (IIT) ବମ୍ବେର ଏକ ହଷ୍ଟେଲରେ ୨୦ ବର୍ଷୀୟ ଛାତ୍ର ସାହିଲ ୱାକୋଡେଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଛାତ୍ରୀଛାତ୍ରମାନେ ଗତ ତିନି ଦିନ ଧରି ବିକ୍ଷୋଭ…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…

ଆଜି ରାତି ୧୦:୪୫ରେ ନକ୍ଷତ୍ର ପରିବର୍ତ୍ତନ କରିବେ ବୁଧ, ଏହି ୪ଟି ରାଶିର ଚମକି ଉଠିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଗୋଚର ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ଗୁରୁତ୍ୱ ଦିଆଯାଏ । ଜ୍ୟୋତିଷଙ୍କ ମତ ଅନୁସାରେ, କୌଣସି ବଡ଼ ଗ୍ରହ ନିଜ ସ୍ଥାନ କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?