Posted inଖେଳ

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ: ଏହି ତାରିଖରେ ଖେଳାଯାଇପାରେ ମ୍ୟାଚ୍‌

ନୂଆଦିଲ୍ଲୀ,୩।୭: ଚାମ୍ପିଅନ୍ସ ଟ୍ରଫି ୨୦୨୫ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ମାର୍ଚ୍ଚ ୧ରେ ଖେଳାଯିବାର ସମ୍ଭାବନା ରହିଛି। ଏ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ପାକିସ୍ତାନ କ୍ରିକେଟ ବୋର୍ଡ ଭାରତ ଏବଂ ପାକିସ୍ତାନ ମ୍ୟାଚର ତାରିଖ ଏବଂ ସ୍ଥାନ ସ୍ଥିର କରିଛି। ଲାହୋରରେ ଭାରତ-ପାକ ମ୍ୟାଚ ଆୟୋଜନ କରିବାକୁ ପିସିବି ଯୋଜନା କରିଛି। ତେବେ ଭାରତରେ କ୍ରିକେଟ ବୋର୍ଡ ଅଫ କଣ୍ଟ୍ରୋଲ ଏ ସମ୍ପର୍କରେ କୌଣସି ପ୍ରତିକ୍ରିୟା ଦେଇନାହିଁ। ଏଥର ପାକିସ୍ତାନରେ ଚାମ୍ପିଅନ୍ସ ଟ୍ରଫି ଆୟୋଜିତ ହେବାକୁ ଯାଉଛି। କିନ୍ତୁ ଦଳ ଭାରତ ଯିବ କି ନାହିଁ ସେ ନେଇ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ।
ଚର୍ଚ୍ଚା ହେଉଛି ମାର୍ଚ୍ଚ ୧ରେ ଲାହୋରରେ ଭାରତ ଓ ପାକିସ୍ତାନ ମଧ୍ୟରେ ମ୍ୟାଚ ଖେଳାଯିବ। ଏହି ଟୁର୍ନାମେଣ୍ଟ ୧୯ ଫେବୃଆରୀରୁ ୯ ମାର୍ଚ୍ଚ ପର୍ଯ୍ୟନ୍ତ ଖେଳାଯିବ। କିନ୍ତୁ ମାର୍ଚ୍ଚ ୧୦କୁ ରିଜର୍ଭ ଡେ ଭାବରେ ରଖାଯାଇଛି। ମାର୍ଚ୍ଚ ୯ରେ ଟୁର୍ନାମେଣ୍ଟର ଫାଇନାଲ୍‌ ମ୍ୟାଚ ଖେଳାଯିବ। ଏହି ଟୁର୍ନାମେଣ୍ଟ ପାଇଁ ପିସିବି ସ୍ବତନ୍ତ୍ର ପ୍ରସ୍ତୁତି କରିଛି।
ରିପୋର୍ଟ ଅନୁଯାୟୀ, ଟି-୨୦ ବିଶ୍ୱକପ ୨୦୨୪ର ଫାଇନାଲ ମ୍ୟାଚ ପାଇଁ ପିସିବି ଚେୟାରମ୍ୟାନ ମୋହସିନ ନକଭି ବାର୍ବାଡୋସ୍‌ରେ ଥିଲେ। ସେ ଆଇସିସିକୁ ୧୫ଟି ମ୍ୟାଚର କାର୍ଯ୍ୟସୂଚୀ ଦେଇଛନ୍ତି। ଟିମ ଇଣ୍ଡିଆର ସମସ୍ତ ମ୍ୟାଚ ଲାହୋରରେ ଅନୁଷ୍ଠିତ ହେବ। ଏଠାରେ କଡା ସୁରକ୍ଷା ବ୍ୟବସ୍ଥା କରାଯିବ। ଲାହୋରରେ ୭ଟି ମ୍ୟାଚ ଖେଳାଯିବ। ୩ଟି ମ୍ୟାଚ କରାଚିରେ ଅନୁଷ୍ଠିତ ହେବ। ଏହା ସହିତ ରାଉଲପିଣ୍ଡିରେ ପାଞ୍ଚଟି ମ୍ୟାଚ ଖେଳାଯିବ।
ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପ୍ରଥମ ମ୍ୟାଚ କରାଚିରେ ଅନୁଷ୍ଠିତ ହୋଇପାରେ। ଏହା ସହିତ ଏକ ସେମିଫାଇନାଲ ମ୍ୟାଚ ମଧ୍ୟ ଏଠାରେ ହୋଇପାରେ। ରାଉଲପିଣ୍ଡିରେ ଏକ ସେମିଫାଇନାଲ ମ୍ୟାଚ ଖେଳାଯିବ। ଲାହୋରରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇପାରେ। ଏହି ସହରରେ ଟିମ ଇଣ୍ଡିଆକୁ ରଖିବାର ଯୋଜନା ଅଛି।
ଚାମ୍ପିଅନ୍ସ ଟ୍ରଫି ପାଇଁ ଦୁଇଟି ଗ୍ରୁପ ଗଠନ କରାଯାଇଛି। ଏଥିରେ ଭାରତ, ପାକିସ୍ଥାନ, ନ୍ୟୁଜିଲାଣ୍ଡ ଏବଂ ବାଂଲାଦେଶକୁ ଗ୍ରୁପ ଏରେ ରଖାଯାଇଛି। ଗ୍ରୁପ ବିରେ ଅଷ୍ଟ୍ରେଲିଆ, ଦକ୍ଷିଣ ଆଫ୍ରିକା, ଇଂଲଣ୍ଡ ଏବଂ ଆଫଗାନିସ୍ତାନର ଦଳ ରହିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?