Posted inଖେଳ

ସୂର୍ଯ୍ୟଙ୍କ ଅର୍ଦ୍ଧଶତକ ସତ୍ତ୍ୱେ ବଡ଼ ଟାର୍ଗେଟ ଛିଡ଼ା କରିପାରିଲାନି ଟିମ୍‌ ଇଣ୍ଡିଆ

କଲମ୍ବୋ,୨୫।୭: ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ଅର୍ଦ୍ଧଶତକୀୟ ଇନିଂସ ସତ୍ତ୍ୱେ ଟିମ୍‌ ଇଣ୍ଡିଆ ପ୍ରତିପକ୍ଷ ଶ୍ରୀଲଙ୍କା ଆଗରେ ୧୬୫ ରନ୍‌ର ଟାର୍ଗେଟ ଛିଡ଼ା କରିଛି। ଏହି ମ୍ୟାଚ୍‌ ଜରିଆରେ ଟି୨୦ ପଦାର୍ପଣ କରିଛନ୍ତି ପୃଥ୍ବୀ ଶ’ ଓ ବରୁଣ ଚକ୍ରବର୍ତ୍ତୀ।

ପଦାର୍ପଣକାରୀ ବ୍ୟାଟ୍ସମ୍ୟାନ ପୃଥ୍ବୀ ପ୍ରଥମ ବଲରେ ହିଁ ଖାତା ଖୋଲିବା ପୂର୍ବରୁ ଆଉଟ୍‌ ହୋଇଥିଲେ। ସଞ୍ଜୁ ସାମସନ ପୁଣି ଥରେ ଭଲ ଆରମ୍ଭକୁ ବଡ଼ ସ୍କୋରରେ ପରିବର୍ତ୍ତନ କରିବାରେ ବିଫଳ ହୋଇଛନ୍ତି। ସେ ୨ ଚୌକା ଓ ଗୋଟିଏ ଛକା ସହାୟତାରେ ୨୭ ରନ୍‌ କରିଥିଲେ। ଏହାପରେ ଅଧିନାୟକ ଶିଖର ଧାଓ୍ବନ (୪୬ ରନ୍‌, ୪ ଚୌକା ଓ ଗୋଟିଏ ଛକା) ଓ ସୂର୍ଯ୍ୟକୁମାର (୫୦ ରନ୍‌, ୫ ଚୌକା ଓ ୨ ଛକା) ୩ୟ ଉଇକେଟ ପାଇଁ ଯୋଡ଼ି ଥିଲେ ୬୨ ରନ୍‌। ଦୁହେଁ ପ୍ୟାଭିଲିୟନ ଫେରିବା ପରେ ଇଶାନ କିଷନ ୨୦ ଓ ହାର୍ଦ୍ଦିକ ପାଣ୍ଡ୍ୟା ୧୦ ରନ୍‌ କରିଥିଲେ। ଫଳରେ ଭାରତ ୨୦ ଓଭରରେ ୫ ଉଇକେଟ ହରାଇ ୧୬୪ ରନ୍‌ କରିବାକୁ ସକ୍ଷମ ହୋଇଛି। ଘରୋଇ ଦଳ ପକ୍ଷରୁ ଦୁଶମନ୍ଥା ଚମିରା ଓ ଓ୍ବାନିନ୍ଦୁ ହାସାରଙ୍ଗା ୨ ଲେଖାଏ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?