୨୦୩୬ ଅଲିମ୍ପିକ୍ସ ଆୟୋଜନ ପାଇଁ ଜୋରଦାର ପ୍ରସ୍ତୁତି କରୁଛି ଭାରତ: ପ୍ରଧାନମନ୍ତ୍ରୀ ଦେଲେ ଅପଡେଟ

ନୂଆଦିଲ୍ଲୀ,୪।୧: ୨୦୩୬ ଅଲିମ୍ପିକ୍ସ ଆୟୋଜନ କରିବ ଭାରତ। ଏଥିପାଇଁ ସରକାର ଜୋରଦାର ପ୍ରସ୍ତୁତି କରୁଛନ୍ତି। ଏନେଇ ନିଜେ ଅପଡେଟ ଦେଇଛନ୍ତି ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ପ୍ରଧାନମନ୍ତ୍ରୀ ଦୃଢ଼ତାର ସହ କହିଛନ୍ତି ଯେ ଭାରତ ୨୦୩୬ ଅଲିମ୍ପିକ୍ସ ଗେମ୍ସ ଆୟୋଜନ କରିବା ପାଇଁ ପୂର୍ଣ୍ଣ ଶକ୍ତିରେ ପ୍ରସ୍ତୁତି କରୁଛି।

୭୨ତମ ଜାତୀୟ ଭଲିବଲ୍ ଚାମ୍ପିଅନସିପ୍‌ର ଉଦ୍‌ଘାଟନୀ ସମାରୋହରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, “ବିଗତ ଦଶନ୍ଧିରେ ଦେଶର ବିଭିନ୍ନ ସହରରେ U-17 ଫିଫା ବିଶ୍ୱକପ୍, ହକି ବିଶ୍ୱକପ୍ ଏବଂ ବଡ଼ ଚେସ୍ ଟୁର୍ଣ୍ଣାମେଣ୍ଟ ସମେତ ୨୦ରୁ ଅଧିକ ପ୍ରମୁଖ ଆନ୍ତର୍ଜାତିକ ଇଭେଣ୍ଟ ଅନୁଷ୍ଠିତ ହୋଇଛି।” ସେ ଆହୁରି ମଧ୍ୟ କହିଛନ୍ତି ଯେ ଭାରତ ୨୦୩୦ କମନୱେଲଥ୍ ଗେମ୍ସ ଏବଂ ତା’ପରେ ୨୦୩୬ ଅଲିମ୍ପିକ୍ସ ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ହେଉଛି।

ଜାନୁଆରୀ ୪ରୁ ୧୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଭଲିବଲ୍ ଚାମ୍ପିଅନସିପ୍‌ରେ ଦେଶର ୫୮ଟି ଦଳରୁ ୧,୦୦୦ରୁ ଅଧିକ ଖେଳାଳି ଅଂଶଗ୍ରହଣ କରିବେ। ବାରାଣସୀରେ ଜାତୀୟ ଭଲିବଲ୍ ଟୁର୍ଣ୍ଣାମେଣ୍ଟ ଆୟୋଜନ ହେବା ଦ୍ୱାରା ଏହି ସହରରେ କ୍ରୀଡ଼ା ଭିତ୍ତିଭୂମିକୁ ସୁଦୃଢ଼ କରିବା ଏବଂ କ୍ରୀଡ଼ାବିତ୍‌ମାନଙ୍କୁ ପ୍ରୋତ୍ସାହିତ କରିବା ଉପରେ ଗୁରୁତ୍ୱ ଦିଆଯାଉଛି ବୋଲି ଏକ ପ୍ରେସ୍ ବିଜ୍ଞପ୍ତିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ପତ୍ନୀଙ୍କୁ କଡ଼ା ଜବାବ ଦେଲେ ମହମ୍ମଦ ଶାମି, ନିର୍ବାଚନ ଲଢ଼ିବାକୁ ନେଇ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କୁ ନେଇ ଉତ୍ତରପ୍ରଦେଶ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। କିଛି ମାସ ପୂର୍ବରୁ ଶାମି ରାଷ୍ଟ୍ରୀୟ…

GST କାଉନସିଲର ଐତିହାସିକ ନିଷ୍ପତ୍ତି: ଛୋଟ ଭୁଲରେ ଗିରଫ ହେବେନି….

ନୂଆଦିଲ୍ଲୀ,୮ା୧୦: ବ୍ୟବସାୟୀ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (MSME) ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ବଡ଼ ଆଶ୍ୱସ୍ତି ଆଣିଛି ୫୭ତମ GST କାଉନସିଲ ବୈଠକ ।…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

ବଙ୍ଗରେ ହଲଚଲ! ଉପନିର୍ବାଚନକୁ ନେଇ ମମତାଙ୍କ ବଡ଼ ଅଭିଯୋଗ; କହିଲେ ନିର୍ବାଚନ ହୋଇନି, EVMରେ…

କୋଲକାତା,୮।୧୦: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ଫଳାଫଳ ଆସିବା ପୂର୍ବରୁ ରାଜନୀତି ସରଗରମ ହୋଇଛି । ମମତା ବାନାର୍ଜୀ ଭାଜପା ଉପରେ ଗୁରୁତର…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?