Posted inଜାତୀୟ

Waqf Amendment Bill 2025: ମିଳିଲା ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ଆଇନରେ ପରିଣତ ହେଲା ଓ୍ବକଫ୍‌ ସଂଶୋଧିତ ବିଲ୍‌

ନୂଆଦିଲ୍ଲୀ,୬।୪: ଆଇନ୍‌ରେ ପରିଣତ ହୋଇଛି ଓ୍ବକଫ୍‌ ସଂଶୋଧିତ ବିଲ୍‌। ସଂସଦର ଉଭୟ ଗୃହରେ ବିଲ୍‌ଟି ପାସ ହେବା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହାକୁ ମଞ୍ଜୁରୀ ଦେଇଛନ୍ତି। ତେବେ ୧୯୯୫ର ଓ୍ବକ୍‌ଫ ସମ୍ପତ୍ତି ପରିଚାଳନା ଆଇନରେ ସଂଶୋଧନ ପାଇଁ ଅଣାଯାଇଥିବା ଏହି ବିଲ୍‌କୁ ନେଇ ବିରୋଧୀ ଦଳଗୁଡ଼ିକ ବିରୋଧ କରି ଆସୁଛନ୍ତି।
ପ୍ରକାଶ ଥାଉ କି, କଂଗ୍ରେସ ଏବଂ ଏଆଇଏମ୍‌ଆଇଏମ୍‌ ନେତା ଅସାଦୁଦ୍ଦିନ ଓଓ୍ବାଇସି ବିବାଦୀୟ ବିଲ୍‌କୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିବାବେଳେ ଶନିବାର ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ବିଧାୟକ ଅମାନତୁଲ୍ଲା ଖାନ୍‌ ବିରୋଧ କରି ସର୍ବୋଚ୍ଚ ଅଦାଲତଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେହିପରି ଏନ୍‌ଜିଓ ଆସୋସିଏଶନ ଫର୍‌ ଦି ପ୍ରୋଟେକ୍‌ଶନ ଅଫ୍‌ ସିଭିଲ୍‌ ରାଇଟ୍ସ (ଏପିସିଆର୍‌) ମଧ୍ୟ ବିଲ୍‌ର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରିଛି।
ପ୍ରସ୍ତାବିତ ଆଇନ ମୁସଲମାନଙ୍କ ପ୍ରତି ପକ୍ଷପାତ ଏବଂ ସେମାନଙ୍କୁ ଟାର୍ଗେଟ କରାଯାଉଥିବା ବିରୋଧୀ ଅଭିଯୋଗ କରିଛନ୍ତି। ସରକାରଙ୍କ ହସ୍ତକ୍ଷେପ ଦ୍ୱାରା ଧର୍ମୀୟ ଏବଂ ଦାତବ୍ୟ ଅନୁଷ୍ଠାନ ପରିଚାଳନାରେ ସଂଖ୍ୟାଲଘୁଙ୍କ ଅଧିକାର ଦୁର୍ବଳ ହେବ ବୋଲି ଆପ୍‌ ବିଧାୟକ ପିଟିଶନ୍‌ରେ ଦର୍ଶାଇଛନ୍ତି। ଉକ୍ତ ବିଲ୍‌ ସମ୍ବିଧାନର ଅନୁଚ୍ଛେଦ ୧୪, ୨୫, ୨୬ ଏବଂ ୩୦୦ଏ’ର ସିଧାସଳଖ ଉଲ୍ଲଂଘନ କରିବା ସହ ପ୍ରସ୍ତାବନା ମୂଲ୍ୟବୋଧର ଉଲ୍ଲଂଘନ ବୋଲି ଏନ୍‌ଜିଓ କହିଛି। ଏନ୍‌ଜିଓ ପକ୍ଷରୁ ଆଦିଲ ଅହମଦ ଉକ୍ତ ପିଟିଶନ ଦାଏର କରିଛନ୍ତି।
ସୂଚନାଯୋଗ୍ୟ, ୨୦୨୪ ଲୋକ ସଭା ନିର୍ବାଚନ ପରେ ଭାଜପାର ଆସନ ସଂଖ୍ୟା ପୂର୍ବାପେକ୍ଷା ଊଣା ହୋଇଛି। କିନ୍ତୁ ଶାସକ ଦଳ ସଂସଦରେ ନିଜ ଶକ୍ତି ବଜାୟ ରଖିଛି। ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ସରକାର ବହୁଚର୍ଚ୍ଚିତ ତଥା ବିବାଦୀୟ ଓ୍ବକ୍‌ଫ (ସଂଶୋଧନ) ବିଲ୍‌, ୨୦୨୫କୁ ସଂସଦରେ ପାରିତ କରାଇବାରେ ସଫଳ ହେବା ଏହାକୁ ପ୍ରମାଣିତ କରିଛି। ମୁସଲମାନ ସମ୍ପ୍ରଦାୟର ଦାନ ସମ୍ପତ୍ତି ପରିଚାଳନାରେ ସଂସ୍କାର ଆଣିବା ସକାଶେ ଉଦ୍ଦିଷ୍ଟ ଏହି ବିଧେୟକ ଲୋକ ସଭାରେ ଗୃହୀତ ହେବାର ଦିନକ ପରେ  ରାଜ୍ୟ ସଭାର ଅନୁମୋଦନ ଲାଭ କରିଥିଲା। ଉଚ୍ଚ ସଦନରେ ବିଲ୍‌ ସପକ୍ଷରେ ୧୨୮ ଭୋଟ ପଡ଼ିଥିବାବେଳେ ବିରୋଧୀ ଦଳଗୁଡ଼ିକର ୯୫ ସଦସ୍ୟ ଏହା ବିରୋଧରେ ମତଦାନ କରିଥିଲେ ।  ଚୂଡ଼ାନ୍ତ ମୋହର ପାଇଁ ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟକୁ ପଠାଯାଇଥିଲା। ରାଷ୍ଟ୍ରପତି ବିଧେୟକରେ ସ୍ବାକ୍ଷର କରିବା ପରେ ଏହା ଆଇନରେ ପରିଣତ ହୋଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri