Posted inଜାତୀୟ

ସୁଏଜ ଅବରୋଧ ହଟାଇବାକୁ ଭାରତର ପ୍ରସ୍ତାବ

ନୂଆଦିଲ୍ଲୀ, ୨୮ା୩: ସୁଏଜ କେନାଲର ପୂର୍ବ-ପଶ୍ଚିମ ଜଳପଥରେ ଗତ ୨୩ ତାରିଖରୁ ଏକ ବିଶାଳ ଜାହାଜ ଫସି ରହିଛି। ଏଥିଯୋଗୁ ପ୍ରାୟ ୨ ଶହ ଜାହାଜ କେନାଲର ଉଭୟ ପାର୍ଶ୍ୱରେ ଫସି ରହି ବିଶ୍ୱ ପରିବହନକୁ ପ୍ରଭାବିତ କରିଛି। ଭାରତ ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହିଁ। ପରିବହନ କାର୍ଯ୍ୟ ସ୍ବାଭାବିକ କରିବା ପାଇଁ ଭାରତ ୪ ସୂତ୍ରୀ ଯୋଜନା ପ୍ରସ୍ତାବ ଦେଇଛି। ଜାହାଜଗୁଡ଼ିକ କେପ୍‌ ଅଫ୍‌ ଗୁଡ୍‌ ହୋପ୍‌ ସାମୂଦ୍ରିକ ପଥ ଦେଇ ଆସିବାକୁ ଲଜିଷ୍ଟିକ୍‌ ଡିଭିଜନ୍‌, ବାଣିଜ୍ୟ ଏବଂ ପରିବହନ ଓ ଜଳପଥ ବିଭାଗ ପକ୍ଷରୁ ଏକ ବୈଠକରେ ଯୋଜନା କରାଯାଇଛି।
ଦୃଷ୍ଟିରୁ ପଚନଶୀଳ ସାମଗ୍ରୀ ଥିବା ମାଲବାହୀ ଜାହାଜଗୁଡ଼ିକୁ ଚିହ୍ନଟ କରାଯାଇ ଶିପିଂ ଲାଇନରେ ତାହାକୁ ଆଗକୁ ନିଆଯିବାକୁ ଭାରତ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି। ମାଲ ପରିବହନ ହାରରେ ସ୍ଥିରତା ରଖିବାକୁ ଶିପିଂ ଲାଇନଗୁଡ଼ିକୁ ଅନୁରୋଧ କରାଯାଇଛି। ସୁଏଜ କେନାଲ ତୁଳନାରେ କେପ୍‌ ଅଫ୍‌ ଗୁଡ୍‌ ହୋପ୍‌ ମାଲ ପରିବହନ ପାଇଁ ଅଧିକ ୧୫ ଦିନ ଲାଗିଥାଏ।
କେନାଲ ୫ ଦିନ ହେଲା ବନ୍ଦ ରହିଛି। ଭୂମଧ୍ୟସାଗର ଓ ଲୋହିତ ସାଗରକୁ ସଂଯୋଗ କରୁଥିବା ଏହି କେନାଲ ଏସିଆ ଓ ୟୁରୋପ ମଧ୍ୟରେ ସବୁଠାରୁ ବ୍ୟସ୍ତବହୁଳ ସାମୁଦ୍ରିକ ପଥ। ଏଭର ଗିଭିନ ନାମକ ପ୍ରାୟ ୪ଶହ ମିଟର ଲମ୍ବର ଜାହାଜ ଫସି ରହିଥିବାରୁ ଏହି ପଥ ଦେଇ ଜାହାଜ ଯାତାୟାତ କରିପାରୁନାହିଁ। ଯଦି ଶୀଘ୍ର ଏହି ସମସ୍ୟାର ସମାଧାନ ନ ହୁଏ ତେବେ ଭାରତକୁ ଆସୁଥିବା ଜିନିଷ ପହଞ୍ଚିବାରେ ବିଳମ୍ବ ହେବ। ଏହା ଦ୍ୱାରା ବିଭିନ୍ନ ସାମଗ୍ରୀର ଦରଦାମ ବଢ଼ିବାର ଆଶଙ୍କା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓମ୍‌ ବିର୍ଲାଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ, କିଛି ବଡ଼ ହେବାକୁ ଯାଉଛି…

ନୂଆଦିଲ୍ଲୀ,୨୨।୭: ନିଟ୍-ୟୁଜି (NEET-UG) ପରୀକ୍ଷା ପେପର୍ ଲିକ୍‌କୁ ନେଇ ସଂସଦରେ ଚାଲିଥିବା ଗତିରୋଧ ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲୋକ ସଭାରେ ଏହି ଗୁରୁତ୍ୱପୂର୍ଣ୍ଣ…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

୬୩ ବର୍ଷ ବୟସରେ ୪୫ ବର୍ଷର ପୂରୁଣା ସ୍ବପ୍ନ ପୂରଣ କଲେ ସୁଶୀଳା ଦେବୀ

ଚଣ୍ଡିଗଡ,୨୨।୭:ଶିକ୍ଷା ପାଇଁ କୌଣସି ବୟସ ସୀମା ନାହିଁ ବୋଲି ଆପଣ ହୁଏତ ଏହି କଥାଟି ଶୁଣିଥିବେ। ହରିୟାଣାର ଜଣେ ୬୩ ବର୍ଷୀୟା ଜେଜେମା ଏହାକୁ ସତ୍ୟ ପ୍ରମାଣିତ…

ସୋନମ ୱାଙ୍ଗଚୁକଙ୍କୁ ଭାବୁକ ନିବେଦନ କଲେ ଅଭିଜିତ୍‌ ଦୀପକେ, କହିଲେ-ଆପଣଙ୍କ ଜୀବନ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ…

କେତେ ଟଙ୍କାର ମାଲିକ ଧର୍ମେନ୍ଦ୍ର ପ୍ରଧାନ? ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୨ା୭: ଦେଶବ୍ୟାପୀ ଛାତ୍ର ପ୍ରତିବାଦ ଜାରି ରହିଛି। ଛାତ୍ରମାନେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ତାଙ୍କ ପଦବୀରୁ ଇସ୍ତଫା ଦେବାକୁ ଦାବି କରୁଛନ୍ତି। ତେବେ ଏହାରି…

CJPକୁ ନବୀନଙ୍କ ସମର୍ଥନ ନେଇ ବର୍ଷିଲେ ଭର୍ତ୍ତୃହରି, କହିଲେ ତାଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ…

ଭୁବନେଶ୍ୱର,୨୨ା୭: ସିଜେପିକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମର୍ଥନ ମନ୍ତବ୍ୟକୁ ନାପସନ୍ଦ କରିଛି ଭାଜପା। ଏକ ପ୍ରେସମିଟ୍‌ କରି କଡ଼ା ଜବାବ ଦେଇଛନ୍ତି ଭାଜପାର ବରିଷ୍ଠ ଏମ୍‌ପି…

CJP ଆଗରେ ନଇଁଲେ ମୋଦି ସରକାର! କହିଲେ ଯାହା ଚାହିଁବେ…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ CJP (କକରୋଚ୍ ଜନତା ପାର୍ଟି) ତରଫରୁ ଜାରି ରହିଥିବା ପ୍ରତିବାଦ ପ୍ରଦର୍ଶନ ମଧ୍ୟରେ କେନ୍ଦ୍ର ସରକାର ଆଲୋଚନା ପାଇଁ ନିଜର ପ୍ରସ୍ତୁତି ଦେଖାଇଛନ୍ତି। ସରକାରୀ…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri