Posted inଜାତୀୟ

କେନ୍ଦ୍ରର ଟିକସ ଆତଙ୍କବାଦରେ ଡରିଯିବୁ ନାହିଁ

ନୂଆଦିଲ୍ଲୀ,୩୧।୩: କଂଗ୍ରେସକୁ ଆୟକର ବିଭାଗର ୧,୮୨୩ କୋଟି ଟଙ୍କାର ନୋଟିସ୍‌କୁ ବିରୋଧ କରି ଶନିବାର ଦଳ ପକ୍ଷରୁ ବିଭିନ୍ନ ରାଜ୍ୟରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କେନ୍ଦ୍ର ସରକାରଙ୍କ ଟିକସ ଆତଙ୍କବାଦ ଦ୍ୱାରା କଂଗ୍ରେସ ଭୟଭୀତ ହେବ ନାହିଁ ବୋଲି କହିଛି। ଅନ୍ୟପକ୍ଷରେ ଟିକସ ଫାଙ୍କିଥିବା ବିରୋଧୀ ଦଳ ଦେଶକୁ ବିଭ୍ରାନ୍ତ କରୁଛି ବୋଲି ଭାଜପା ଅଭିଯୋଗ କରିଛି। ଶୁକ୍ରବାର ରାତିରେ କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାରଙ୍କୁ ମଧ୍ୟ ଆୟକର ବିଭାଗ ନୋଟିସ ଜାରି କରିଛି। ତାଙ୍କ ବିରୋଧରେ ମାମଲାର ସମାଧାନ ହୋଇସାରିଥିବାବେଳେ ଆୟକର ବିଭାଗ ନୋଟିସ ପଠାଇବାକୁ ନେଇ ଶିବକୁମାର ବିସ୍ମୟ ପ୍ରକାଶ କରିଛନ୍ତି। ଭାଜପା ନେତାମାନଙ୍କ ଟିକସ ଫାଙ୍କିକୁ ବିଭାଗ ଆଖିବୁଜି ଦେଇଥିବା କଂଗ୍ରେସ ନେତା କହିଛନ୍ତି। ଆଗାମୀ ଲୋକ ସଭା ନିର୍ବାଚନରେ ହାରିଯିବା ଭୟରେ ଭାଜପା ଆୟକର ବିଭାଗ ସମେତ ସିବିଆଇ ଏବଂ ଇଡିକୁ କଂଗ୍ରେସ ବିରୋଧରେ ଦୁରୁପଯୋଗ କରୁଥିବା କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା କହିଛନ୍ତି। ଦିଲ୍ଲୀରେ ଯୁବକଂଗ୍ରେସ ସଭାପତି ଶ୍ରୀନିବାସ ବିଭିଙ୍କ ନେତୃତ୍ୱରେ ଦଳୀୟ କର୍ମୀମାନେ ଏକ ଶୋଭାଯାତ୍ରାରେ ରାଜେନ୍ଦ୍ରପ୍ରସାଦ ରୋଡ୍‌ ଅଭିମୁଖେ ଯାଉଥିବାବେଳେ ପୋଲିସ ସେମାନଙ୍କୁ ଅଟକାଇଥିଲା। ଟିକସ ନିୟମାବଳୀ ନାଁରେ କଂଗ୍ରେସକୁ ହଇରାଣ କରାଯାଉଥିବା ଶ୍ରୀନିବାସ ଅଭିଯୋଗ କରିଛନ୍ତି। ଥିରୁଭାନନ୍ଥପୁରମରେ କେରଳ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆୟକର ବିଭାଗ କାର୍ଯ୍ୟାଳୟ ଆଗରେ ବିକ୍ଷୋପ ପ୍ରଦର୍ଶନ କରାଯାଇଥିଲା। କଂଗ୍ରେସର ଅର୍ଥ ବ୍ୟବସ୍ଥାକୁ ପଙ୍ଗୁ କରିଦେବା ସହ ଏହାର ନିର୍ବାଚନ ପ୍ରଚାରରେ ବାଧା ସୃଷ୍ଟି କରିବା ଭାଜପାର ଲକ୍ଷ୍ୟ ବୋଲି କେରଳ ପିସିସି ସଭାପତି ଏମ୍‌.ଏମ୍‌. ହାସନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

‘ବନ୍ଦେ ମାତରମ୍‌’କୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୨୨।୮: ବନ୍ଦେ ମାତରମ ଉପରେ କଂଗ୍ରେସ କାର୍ଯ୍ୟକାରିଣୀ (CWC) ପ୍ରସ୍ତାବ ଉପରେ ପ୍ରତିକ୍ରିୟା ଦେଇ, ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୨ ଅଗଷ୍ଟ) ଓଡ଼ିଶାର ତାଳଚେରରେ…

ଆତ୍ମହତ୍ୟା ପାଇଁ ପାହାଡ଼ ଧାରରେ ଠିଆ ହୋଇଥିଲେ ଯୁବକ, ପୁଅକୁ ବଞ୍ଚାଇବାକୁ ଯାଇ ଚାଲିଗଲା ମା’ବାପାଙ୍କ ଜୀବନ

ଔରଙ୍ଗାବାଦ, ୨୨।୮: ମହାରାଷ୍ଟ୍ରର ଖାଭ୍ୟଡା ଡୋଙ୍ଗରର ଏକ ବିପଦପୂର୍ଣ୍ଣ ପାହାଡ଼ରୁ ଡେଇଁ ଆତ୍ମହତ୍ୟା କରିବାକୁ ଯାଉଥିବା ୧୮ବର୍ଷୀୟ ପୁଅକୁ ବଞ୍ଚାଇବାକୁ ଯାଇ ଜୀବନ ହାରିଛନ୍ତି ମା’ବାପା। ପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri