Posted inଖେଳ

ଭାରତ-କାତାର ଫୁଟ୍‌ବଲ ମ୍ୟାଚ: ଅନ୍‌ଲାଇନ ଟିକେଟ ବିକ୍ରି ଆରମ୍ଭ

ଭୁବନେଶ୍ୱର, ୧୧।୧୧(ତପନ ସ୍ବାଇଁ): ଭାରତ ଓ କାତାର ମଧ୍ୟରେ ଫିଫା ବିଶ୍ୱକପ ୨୦୨୬/ଏଏଫ୍‌ସି ଏସିଆନ କପ୍‌ ୨୦୨୭ ଯୁଗ୍ମ ଯୋଗ୍ୟତା ପର୍ଯ୍ୟାୟ ଫୁଟବଲ ମ୍ୟାଚ ଆସନ୍ତା ୨୧ ତାରିଖରେ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଏହି ମ୍ୟାଚ ପାଇଁ ଶୁକ୍ରବାରଠାରୁ ଅନ୍‌ଲାଇନ୍‌ ଟିକେଟ ବିକ୍ରି ଆରମ୍ଭ ହୋଇଛି। ଟିକେଟ ଗୁଡ଼ିକ www.ticketgenie.inରେ ଉପଲବ୍ଧ। ଅନ୍‌ଲାଇନ୍‌ରେ ଟିକେଟ କିଣିବା ପରେ ଦର୍ଶକମାନେ ଏହାକୁ ୧୭ ତାରିଖ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୬ଟା ମଧ୍ୟରେ ଗେଟ୍‌ ନଂ-୪ ନିକଟରେ ଥିବା କାଉଣ୍ଟରରେ ସ୍ବାପ୍‌ କରିପାରିବେ। କଳିଙ୍ଗ ଷ୍ଟାଡିୟମ ଗେଟ୍‌ ନଂ-୪ ନିକଟରେ ଉପଲବ୍ଧ କାଉଣ୍ଟରରେ ଆସନ୍ତା ୧୭ ତାରିଖରୁ ଅଫ୍‌ଲାଇନ୍‌ ଟିକେଟ ଉପଲବ୍ଧ ହେବ। ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୬ଟା ମଧ୍ୟରେ ଫୁଟବଲପ୍ରେମୀମାନେ ବ୍ୟକ୍ତିଗତ ଉପସ୍ଥିତ ରହି ଟିକେଟ କ୍ରୟ କରିପାରିବେ। ନର୍ଥ ଓ୍ବେଷ୍ଟଷ୍ଟାଣ୍ଡ ପାଇଁ ଟିକେଟ ମୂଲ୍ୟ ୫୦୦ ଟଙ୍କା ଧାର୍ଯ୍ୟ କରାଯାଇଛି। ଏହା ବ୍ୟତୀତ ଇଷ୍ଟ ଷ୍ଟାଣ୍ଡ, ସାଉଥ୍‌ ଷ୍ଟାଣ୍ଡ ଓ ନର୍ଥ ଷ୍ଟାଣ୍ଡର ଟିକେଟ ମୂଲ୍ୟ ୨୦୦ ଟଙ୍କା ରଖା ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri