ବାଣିଜି୍ୟକ କାରବାର ବଢ଼ାଇବେ ଭାରତ, କାତାର

ନୂଆଦିଲ୍ଲୀ, ୧୯।୨: ନୂଆଦିଲ୍ଲୀସ୍ଥିତ ହାଇଦ୍ରାବାଦ ହାଉସ୍‌ରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାତାରର ଅମିର ଶେଖ୍‌ ତମିମ ବିନ୍‌ ହମଦ୍‌ ଅଲ୍‌-ଥାନୀଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ଏହି ଅବସରରେ ଦୁଇ ଦେଶ ମଧ୍ୟରେ ବାଣିଜ୍ୟ, ନିବେଶ, ଶକ୍ତି, ଟେକ୍ନୋଲୋଜି ଆଦି କ୍ଷେତ୍ରରେ ଅନେକ ଚୁକ୍ତିନାମା ସ୍ବାକ୍ଷର ହୋଇଛି। ବାଣିଜି୍ୟକ ଏବଂ ଲୋକ ସମ୍ପର୍କକୁ ଆହୁରି ମଜଭୁତ କରିବା ଦିଗରେ ରଣନୈତିକ ଭାଗୀଦାରିକୁ ବୃଦ୍ଧି କରିବା ପାଇଁ ୨ ନେତା ଜୋର୍‌ ଦେଇଥିଲେ। ଆଗାମୀ ୫ ବର୍ଷ ମଧ୍ୟରେ ବାର୍ଷିକ ଦ୍ୱିପାକ୍ଷିକ ବାଣିଜ୍ୟକୁ ୧୪ ବିଲିୟନ ଡଲାରରୁ ଦ୍ୱିଗୁଣିତ କରି ୨୮ ବିଲିୟନ ଡଲାରରେ ପହଞ୍ଚାଇବା ପାଇଁ ଏହି ଆଲୋଚନାରେ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି, ଯେଉଁଥିରେ ୨ ଦେଶ ସହମତି ପ୍ରକାଶ କରିଛନ୍ତି। ଏହି ଅବସରରେ ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଏବଂ କାତାରର ବହିର୍ବ୍ୟାପାର ମନ୍ତ୍ରୀ ଶେଖ୍‌ ମହମ୍ମଦ ବିନ୍‌ ଅବଦୁଲ ରେହମାନ ବିନ୍‌ ଜସିମ ଅଲ୍‌ ଥାନୀଙ୍କ ମଧ୍ୟରେ ବିଭିନ୍ନ ଦସ୍ତାବିଜ୍‌ ଆଦାନପ୍ରଦାନ କରାଯାଇଥିଲା। ଆଲୋଚନାରେ ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ରମନ୍ତ୍ରୀ ନିର୍ମଳା ସୀତାରାମନ, ପିୟୂଷ ଗୋୟଲ, ହରଦୀପ ସିଂ ପୁରୀ ପ୍ରମୁଖ ଉପସ୍ଥିତ ଥିଲେ।
ଆଲୋଚନାରେ ଇସ୍ରାଏଲ ଏବଂ ହମାସ୍‌ ପ୍ରସଙ୍ଗ ମଧ୍ୟ ଉଠିଥିଲା। ଏନେଇ ଉଭୟ ମୋଦି ଓ କାତାରର ଅମିର
ନିଜ ମତ ରଖିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କାତାର ଜେଲରେ ବନ୍ଦୀ ଥିବା ୬୦୦ ଭାରତୀୟଙ୍କ ପ୍ରସଙ୍ଗ ଉଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

ପ୍ରାଥମିକ ସ୍ତରରେ ମାତାପିତାଙ୍କ ଶିକ୍ଷା ପିଲାଙ୍କ ପାଇଁ ଭବିଷ୍ୟତରେ ଉଜ୍ବଳମୟ ହୋଇଥାଏ

କେସିଙ୍ଗା,୨୫।୧୨,( ତୁମେଶ୍ୱର ସାହୁ): ପିଲାଙ୍କ ଜନ୍ମ ଦିନରୁ ମାତାପିତାଙ୍କର ଯେଉଁ ଭଳି ଯତ୍ନ ଓ ଶିକ୍ଷା ମିଳି ଥାଏ, ତଦନୁଯାୟୀ ପିଲା ଭବିଷ୍ୟତରେ ଏକ ସୁନାଗରିକ...

ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ!

ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri