ବାଣିଜି୍ୟକ କାରବାର ବଢ଼ାଇବେ ଭାରତ, କାତାର

ନୂଆଦିଲ୍ଲୀ, ୧୯।୨: ନୂଆଦିଲ୍ଲୀସ୍ଥିତ ହାଇଦ୍ରାବାଦ ହାଉସ୍‌ରେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାତାରର ଅମିର ଶେଖ୍‌ ତମିମ ବିନ୍‌ ହମଦ୍‌ ଅଲ୍‌-ଥାନୀଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ଏହି ଅବସରରେ ଦୁଇ ଦେଶ ମଧ୍ୟରେ ବାଣିଜ୍ୟ, ନିବେଶ, ଶକ୍ତି, ଟେକ୍ନୋଲୋଜି ଆଦି କ୍ଷେତ୍ରରେ ଅନେକ ଚୁକ୍ତିନାମା ସ୍ବାକ୍ଷର ହୋଇଛି। ବାଣିଜି୍ୟକ ଏବଂ ଲୋକ ସମ୍ପର୍କକୁ ଆହୁରି ମଜଭୁତ କରିବା ଦିଗରେ ରଣନୈତିକ ଭାଗୀଦାରିକୁ ବୃଦ୍ଧି କରିବା ପାଇଁ ୨ ନେତା ଜୋର୍‌ ଦେଇଥିଲେ। ଆଗାମୀ ୫ ବର୍ଷ ମଧ୍ୟରେ ବାର୍ଷିକ ଦ୍ୱିପାକ୍ଷିକ ବାଣିଜ୍ୟକୁ ୧୪ ବିଲିୟନ ଡଲାରରୁ ଦ୍ୱିଗୁଣିତ କରି ୨୮ ବିଲିୟନ ଡଲାରରେ ପହଞ୍ଚାଇବା ପାଇଁ ଏହି ଆଲୋଚନାରେ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି, ଯେଉଁଥିରେ ୨ ଦେଶ ସହମତି ପ୍ରକାଶ କରିଛନ୍ତି। ଏହି ଅବସରରେ ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଏବଂ କାତାରର ବହିର୍ବ୍ୟାପାର ମନ୍ତ୍ରୀ ଶେଖ୍‌ ମହମ୍ମଦ ବିନ୍‌ ଅବଦୁଲ ରେହମାନ ବିନ୍‌ ଜସିମ ଅଲ୍‌ ଥାନୀଙ୍କ ମଧ୍ୟରେ ବିଭିନ୍ନ ଦସ୍ତାବିଜ୍‌ ଆଦାନପ୍ରଦାନ କରାଯାଇଥିଲା। ଆଲୋଚନାରେ ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ରମନ୍ତ୍ରୀ ନିର୍ମଳା ସୀତାରାମନ, ପିୟୂଷ ଗୋୟଲ, ହରଦୀପ ସିଂ ପୁରୀ ପ୍ରମୁଖ ଉପସ୍ଥିତ ଥିଲେ।
ଆଲୋଚନାରେ ଇସ୍ରାଏଲ ଏବଂ ହମାସ୍‌ ପ୍ରସଙ୍ଗ ମଧ୍ୟ ଉଠିଥିଲା। ଏନେଇ ଉଭୟ ମୋଦି ଓ କାତାରର ଅମିର
ନିଜ ମତ ରଖିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କାତାର ଜେଲରେ ବନ୍ଦୀ ଥିବା ୬୦୦ ଭାରତୀୟଙ୍କ ପ୍ରସଙ୍ଗ ଉଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri