Posted inଖେଳ

ସେମିଫାଇନାଲରେ ଭାରତ

ଜିକ୍ୱେବର୍‌ହା (ଦକ୍ଷିଣ ଆଫ୍ରିକା), ୨୦।୨: ଚଳିତ ଆଇସିସି ମହିଳା ଟି୨୦ କ୍ରିକେଟ ବିଶ୍ୱକପର ସୋମବାର ଅନୁଷ୍ଠିତ ମ୍ୟାଚରେ ଭାରତ ଡକ୍‌ଓ୍ବର୍ଥ ଲୁଇସ ନିୟମରେ ଆୟର୍ଲାଣ୍ଡକୁ ୫ ରନରେ ପରାସ୍ତ କରିଛି। ଏଥିସହ ଭାରତ ସେମିଫାଇନାଲରେ ପ୍ରବେଶ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଭାରତ ୨୦ ଓଭରରେ ୬ ଉଇକେଟ ହରାଇ ୧୫୫ ରନ କରିଥିଲା। ଜବାବରେ ଆୟର୍ଲାଣ୍ଡ ୮.୨ ଓଭରରେ ୨ ଉଇକେଟ ହରାଇ ୫୪ ରନ କରିଥିବା ବେଳେ ବର୍ଷା ଆରମ୍ଭ ହୋଇଥିଲା। ଆଉ ଖେଳ ସମ୍ଭବ ନ ହେବାରୁ ଫଳାଫଳ ପାଇଁ ଡକ୍‌ଓ୍ବର୍ଥ ଲିଓ୍ବିସ ନିୟମ ପ୍ରଣୟନ କରାଯାଇଥିଲା। ଏଥିରେ ଆୟର୍ଲାଣ୍ଡ ୫ ରନ ପଛରେ ରହିଯାଇଥିଲା। ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ଭାରତ। ଦୁଇ ଓପନର ଶେଫାଳି ବର୍ମା ଓ ସ୍ମୃତି ମନ୍ଧାନା ଓପନିଂ ଯୋଡ଼ିରେ ୫୭ ବଲ୍‌ରୁ ୬୨ ରନ ଯୋଗକରି ଭଲ ପ୍ଲାଟଫର୍ମ ପ୍ରସ୍ତୁତ କରିଥିଲେ। ମ୍ୟାଚର ୧୦ମ ଓଭରରେ ଶେଫାଳି ବ୍ୟକ୍ତିଗତ ୨୪ (୨୯ ବଲ, ୩ ଚୌକା) ରନକରି ଆଉଟ ହେବାରୁ ଯୋଡ଼ି ଭାଙ୍ଗିଥିଲା। ଆୟର୍ଲାଣ୍ଡ ଅଧିନାୟିକା ଲୌରା ଡେଲାନି ଦଳକୁ ବ୍ରେକ୍‌ ଥ୍ରୁ ଦେଇଥିଲେ। ମିଡିଲ ଅର୍ଡର ବ୍ୟାଟିଂ ବିପର୍ଯ୍ୟୟ ସତ୍ତ୍ୱେ ମନ୍ଧାନା କ୍ୟାରିୟର ଶ୍ରେଷ୍ଠ ଇନିଂସ ଖେଳି ଭାରତକୁ ଏକ ସମ୍ମାନଜନକ ସ୍କୋରରେ ପହଞ୍ଚାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ। ଅଧିନାୟିକା ହରମନପ୍ରୀତ କୌରଙ୍କ ଖରାପ ଫର୍ମ ଏଠାରେ ମଧ୍ୟ ଜାରି ରହିଥିଲା। ସେ ୨୦ ବଲ୍‌ରୁ ମାତ୍ର ୧୩ ରନ କରି ପାରିଥିଲେ। ତେବେ ପ୍ରଥମ ଭାରତୀୟ ମହିଳା ଭାବେ ସେ ଟି୨୦ ଅନ୍ତର୍ଜାତୀୟରେ ୩୦୦୦ ରନ ପୂରଣ କରିଥିଲେ। ସେହିପରି ୧୫୬ ରନ ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିବା ଆୟର୍ଲାଣ୍ଡ ପ୍ରଥମ ଓଭରରେ ୨ଟି ଉଇକେଟ ହରାଇ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଆମି ହଣ୍ଟର ୧ ରନକରି ରନ୍‌ଆଉଟ ହୋଇଥିବା ବେଳେ ଓର୍ଲା ପ୍ରେଣ୍ଡରଗାଷ୍ଟଙ୍କୁ ଖାତା ଖୋଲିବା ପୂର୍ବରୁ ପ୍ୟାଭିଲିୟନ ପଠାଇଥିଲେ ରେଣୁକା ସିଂ। ତେବେ ୮.୨ ଓଭରରେ ଆୟର୍ଲାଣ୍ଡ ୨ଉଇକେଟ ହରାଇ ୫୪ ରନ କରିଥିବା ବେଳେ ବର୍ଷା ଆରମ୍ଭ ହୋଇଥିଲା। ଡକ୍‌ଓ୍ବର୍ଥ ଲିଓ୍ବିସ ନିୟମ ଅନୁସାରେ ଏହା ବିଜୟ ଲକ୍ଷ୍ୟଠାରୁ ୫ ରନ୍‌ କମ୍‌ ଥିଲା। ବିଜୟୀ ହେବାପାଇଁ ଦଳକୁ ଏହି ସମୟରେ ଅତିକମ୍‌ରେ ୫୯ ରନ କରିବା ଆବଶ୍ୟକ ହେଉଥିଲା। ସୂଚନାଯୋଗ୍ୟ, ଭାରତ ୪ ମ୍ୟାଚରୁ ୩ ବିଜୟ ସହ ୬ ପଏଣ୍ଟ ପାଇଛି। ଅନ୍ୟପକ୍ଷରେ ଆୟର୍ଲାଣ୍ଡ ସମସ୍ତ ୪ଟି ଯାକ ମ୍ୟାଚ ହାରି ଅଭିଯାନ ଶେଷ କରିଛି। ମଙ୍ଗଳବାର ଇଂଲଣ୍ଡ-ପାକିସ୍ତାନ ମ୍ୟାଚପରେ ଗ୍ରୁପ୍‌ ‘ବି’ରୁ କେଉଁ ଦଳ ଶୀର୍ଷସ୍ଥାନ ଅଧିକାର କରିବ ସ୍ପଷ୍ଟ ହେବା ପରେ ସେମିଫାଇନାଲ ଲାଇନ୍‌ଅପ୍‌ ସ୍ଥିର ହେବ। ଇଂଲଣ୍ଡ ୩ ମ୍ୟାଚରୁ ୬ ପଏଣ୍ଟ ପାଇ ସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri