Posted inଖେଳ

ସେମିଫାଇନାଲରେ ଭାରତ

ଜିକ୍ୱେବର୍‌ହା (ଦକ୍ଷିଣ ଆଫ୍ରିକା), ୨୦।୨: ଚଳିତ ଆଇସିସି ମହିଳା ଟି୨୦ କ୍ରିକେଟ ବିଶ୍ୱକପର ସୋମବାର ଅନୁଷ୍ଠିତ ମ୍ୟାଚରେ ଭାରତ ଡକ୍‌ଓ୍ବର୍ଥ ଲୁଇସ ନିୟମରେ ଆୟର୍ଲାଣ୍ଡକୁ ୫ ରନରେ ପରାସ୍ତ କରିଛି। ଏଥିସହ ଭାରତ ସେମିଫାଇନାଲରେ ପ୍ରବେଶ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ଭାରତ ୨୦ ଓଭରରେ ୬ ଉଇକେଟ ହରାଇ ୧୫୫ ରନ କରିଥିଲା। ଜବାବରେ ଆୟର୍ଲାଣ୍ଡ ୮.୨ ଓଭରରେ ୨ ଉଇକେଟ ହରାଇ ୫୪ ରନ କରିଥିବା ବେଳେ ବର୍ଷା ଆରମ୍ଭ ହୋଇଥିଲା। ଆଉ ଖେଳ ସମ୍ଭବ ନ ହେବାରୁ ଫଳାଫଳ ପାଇଁ ଡକ୍‌ଓ୍ବର୍ଥ ଲିଓ୍ବିସ ନିୟମ ପ୍ରଣୟନ କରାଯାଇଥିଲା। ଏଥିରେ ଆୟର୍ଲାଣ୍ଡ ୫ ରନ ପଛରେ ରହିଯାଇଥିଲା। ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ଭାରତ। ଦୁଇ ଓପନର ଶେଫାଳି ବର୍ମା ଓ ସ୍ମୃତି ମନ୍ଧାନା ଓପନିଂ ଯୋଡ଼ିରେ ୫୭ ବଲ୍‌ରୁ ୬୨ ରନ ଯୋଗକରି ଭଲ ପ୍ଲାଟଫର୍ମ ପ୍ରସ୍ତୁତ କରିଥିଲେ। ମ୍ୟାଚର ୧୦ମ ଓଭରରେ ଶେଫାଳି ବ୍ୟକ୍ତିଗତ ୨୪ (୨୯ ବଲ, ୩ ଚୌକା) ରନକରି ଆଉଟ ହେବାରୁ ଯୋଡ଼ି ଭାଙ୍ଗିଥିଲା। ଆୟର୍ଲାଣ୍ଡ ଅଧିନାୟିକା ଲୌରା ଡେଲାନି ଦଳକୁ ବ୍ରେକ୍‌ ଥ୍ରୁ ଦେଇଥିଲେ। ମିଡିଲ ଅର୍ଡର ବ୍ୟାଟିଂ ବିପର୍ଯ୍ୟୟ ସତ୍ତ୍ୱେ ମନ୍ଧାନା କ୍ୟାରିୟର ଶ୍ରେଷ୍ଠ ଇନିଂସ ଖେଳି ଭାରତକୁ ଏକ ସମ୍ମାନଜନକ ସ୍କୋରରେ ପହଞ୍ଚାଇବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ। ଅଧିନାୟିକା ହରମନପ୍ରୀତ କୌରଙ୍କ ଖରାପ ଫର୍ମ ଏଠାରେ ମଧ୍ୟ ଜାରି ରହିଥିଲା। ସେ ୨୦ ବଲ୍‌ରୁ ମାତ୍ର ୧୩ ରନ କରି ପାରିଥିଲେ। ତେବେ ପ୍ରଥମ ଭାରତୀୟ ମହିଳା ଭାବେ ସେ ଟି୨୦ ଅନ୍ତର୍ଜାତୀୟରେ ୩୦୦୦ ରନ ପୂରଣ କରିଥିଲେ। ସେହିପରି ୧୫୬ ରନ ବିଜୟ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇଥିବା ଆୟର୍ଲାଣ୍ଡ ପ୍ରଥମ ଓଭରରେ ୨ଟି ଉଇକେଟ ହରାଇ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଆମି ହଣ୍ଟର ୧ ରନକରି ରନ୍‌ଆଉଟ ହୋଇଥିବା ବେଳେ ଓର୍ଲା ପ୍ରେଣ୍ଡରଗାଷ୍ଟଙ୍କୁ ଖାତା ଖୋଲିବା ପୂର୍ବରୁ ପ୍ୟାଭିଲିୟନ ପଠାଇଥିଲେ ରେଣୁକା ସିଂ। ତେବେ ୮.୨ ଓଭରରେ ଆୟର୍ଲାଣ୍ଡ ୨ଉଇକେଟ ହରାଇ ୫୪ ରନ କରିଥିବା ବେଳେ ବର୍ଷା ଆରମ୍ଭ ହୋଇଥିଲା। ଡକ୍‌ଓ୍ବର୍ଥ ଲିଓ୍ବିସ ନିୟମ ଅନୁସାରେ ଏହା ବିଜୟ ଲକ୍ଷ୍ୟଠାରୁ ୫ ରନ୍‌ କମ୍‌ ଥିଲା। ବିଜୟୀ ହେବାପାଇଁ ଦଳକୁ ଏହି ସମୟରେ ଅତିକମ୍‌ରେ ୫୯ ରନ କରିବା ଆବଶ୍ୟକ ହେଉଥିଲା। ସୂଚନାଯୋଗ୍ୟ, ଭାରତ ୪ ମ୍ୟାଚରୁ ୩ ବିଜୟ ସହ ୬ ପଏଣ୍ଟ ପାଇଛି। ଅନ୍ୟପକ୍ଷରେ ଆୟର୍ଲାଣ୍ଡ ସମସ୍ତ ୪ଟି ଯାକ ମ୍ୟାଚ ହାରି ଅଭିଯାନ ଶେଷ କରିଛି। ମଙ୍ଗଳବାର ଇଂଲଣ୍ଡ-ପାକିସ୍ତାନ ମ୍ୟାଚପରେ ଗ୍ରୁପ୍‌ ‘ବି’ରୁ କେଉଁ ଦଳ ଶୀର୍ଷସ୍ଥାନ ଅଧିକାର କରିବ ସ୍ପଷ୍ଟ ହେବା ପରେ ସେମିଫାଇନାଲ ଲାଇନ୍‌ଅପ୍‌ ସ୍ଥିର ହେବ। ଇଂଲଣ୍ଡ ୩ ମ୍ୟାଚରୁ ୬ ପଏଣ୍ଟ ପାଇ ସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

ବଲାଙ୍ଗୀରରେ ମର୍ମନ୍ତୁଦ ଦୁର୍ଘଟଣା; ଟ୍ରକ୍‌ ଚକା ତଳେ ଚାଲିଗଲା ମହିଳାଙ୍କ ଜୀବନ

ବଲାଙ୍ଗୀର,୧୧।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଇଁତଳା ୨୬ନମ୍ବର ଜାତୀୟ ରାଜପଥ ସଦର ବ୍ଲକ ଅନ୍ତର୍ଗତ ରତାଖଣ୍ଡି ଠାରେ ଏକ ମର୍ମନ୍ତ ଦୁର୍ଘଟଣା ଘଟିଛି । ବାଇକ୍-ଟ୍ରକ…

ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….

ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍‌ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ…

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?