Posted inଜାତୀୟ

ଭାରତକୁ ବଡ଼ ସଫଳତା: ୨୦୦ କୋଟି ଅତିକ୍ରମ କଲା ଟିକାକରଣ

ନୂଆଦିଲ୍ଲୀ,୧୭।୭: କରୋନା ଟିକାକରଣରେ ଭାରତ ବଡ଼ ସଫଳତା ହାସଲ କରିଛି। ଟିକାକରଣରେ ବର୍ତ୍ତମାନ ଭାରତ ୨୦୦ କୋଟି ଅତିକ୍ରମ କରିଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ ରବିବାର ସୂଚନା ଦେଇଛନ୍ତି।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ପାୟ ୯୮% ବୟସ୍କ ଲୋକ ଗୋଟିଏ ଡୋଜ୍‌ ଟିକା ନେଇଥିବାବେଳେ ୯୦% ସଂପୂର୍ଣ୍ଣ ଟିକାକରଣ କରିଛନ୍ତି। ସେହିପରି ବିଶ୍ୱ ତଥ୍ୟ ଅନୁଯାୟୀ, ବିଶ୍ୱରେ ୬୨.୧ ପ୍ରତିଶତ ଲୋକ ସଂପୂର୍ଣ୍ଣ ଟିକାକରଣ କରିସାରିଛନ୍ତି। ସେହିପରି ୭୧% ଟିକାକରଣ ଗ୍ରାମାଞ୍ଚଳରେ କରାଯାଇଥିବା ବେଳେ ୨୯% ସହରାଞ୍ଚଳରେ କରାଯାଇଛି। ତେବେ ଟିକାକରଣର ମୋଟ୍‌ ୪୮.୯ ପ୍ରତିଶତ ମହିଳାଙ୍କୁ ଏବଂ ୫୧.୫ ପ୍ରତିଶତ ପୁରୁଷଙ୍କୁ ଦିଆଯାଇଥିବା ନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଅଧିକାରୀମାନେ କହିଛନ୍ତି।

ସୂଚନାଯୋଗ୍ୟ, ଟିକାକରଣରେ ୧୦୦ କୋଟି ଅତିକ୍ରମ କରିବାକୁ ୨୭୭ ଦିନ ଲାଗିଥିଲା। ଗତ ବର୍ଷ ସେପ୍ଟେମ୍ବର ୧୭ ତାରିଖରେ ୨.୫ କୋଟି ଟିକାକରଣ କରାଯାଇଥିଲା, ଯାହା ଏ ପର୍ଯ୍ୟନ୍ତ ସର୍ବାଧିକ। ଅନ୍ୟପଟେ, କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ୧୮ରୁ ୫୯ ବୟସ୍କଙ୍କ ପାଇଁ ମାଗଣାରେ ବୁଷ୍ଟର ଡୋଜ୍‌ ଦିଆଯାଉଛି। ଏହି ମାଗଣା ଟିକାକରଣ ୭୫ ଦିନ ପର୍ଯ୍ୟନ୍ତ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଲା ବଡ଼ ଝଟକା

ଗୁଆହାଟି,୧୬।୨: ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳକୁ ଏକ ବଡ଼ ଝଟକା ଲାଗିଛି। ବରିଷ୍ଠ ନେତା ଏବଂ ପୂର୍ବତନ ରାଜ୍ୟ କଂଗ୍ରେସ ସଭାପତି ଭୂପେନ ବୋରା…

ବୃହସ୍ପତିଙ୍କ ନକ୍ଷତ୍ରରେ ଗୋଚର କରିବେ ବୁଧ, ଶିକ୍ଷା ଏବଂ କ୍ୟାରିୟରରେ ଉନ୍ନତି କରିବେ ୩ ରାଶି

ବୁଧ ଗ୍ରହ ବୃହସ୍ପତିଙ୍କ ନକ୍ଷତ୍ର ପୂର୍ବ ଭାଦ୍ରପଦରେ ଫେବୃଆରୀ ୧୫ ରୁ ମାର୍ଚ୍ଚ ୧୦ ତାରିଖ ପର୍ଯ୍ୟନ୍ତ ରହିବେ । ଜ୍ଞାନ ଏବଂ ସମୃଦ୍ଧିର ଗ୍ରହ ବୃହସ୍ପତିଙ୍କ…

ଗଜପତି କୋଣାର୍କ ପଠାଇଥିଲେ ରାଜାଭିଷେକ, ବିବାହ ବେଳର ୧,୫୧,୬୫୧ ମାଢ଼ ସୁନା

ଗତ ସଂଖ୍ୟାରେ ଆମେ ସାମ୍ରାଜ୍ୟ କେଉଁଠୁ, କେଉଁମାନେ ମନ୍ଦିର ନିର୍ମାଣ ପାଇଁ କେତେ ସହଯୋଗ କରିଥିଲେ ତା’ର ଏକ ଚିତ୍ର ଦେବାକୁ ଆରମ୍ଭ କରିଥିଲୁ। ଓଡ଼ିଆମାନେ ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri