Posted inଜାତୀୟ

ସାରା ପୃଥିବୀରେ ଖାଦ୍ୟ ଯୋଗାଇବାକୁ ଭାରତ ପ୍ରସ୍ତୁତ, ଡବ୍ଲ୍ୟୁଟିଓ ଅନୁମତିକୁ ଅପେକ୍ଷା…

ନୂଆଦିଲ୍ଲୀ, ୧୨।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ ଆଲୋଚନା ସମୟରେ କହିଛନ୍ତି ଯେ ଯଦି ବିଶ୍ୱ ବାଣିଜ୍ୟ ସଂଗଠନ (ଡବ୍ଲୁଟିଓ) ଅନୁମତି ଦିଏ ତେବେ ଭାରତ ପୃଥିବୀରେ ଖାଦ୍ୟ ଯୋଗାଇବାକୁ ଭାରତ ପ୍ରସ୍ତୁତ। ଭାରତର ଖାଦ୍ୟ ଭଣ୍ଡାରକୁ ପୃଥିବୀର ବିଭିନ୍ନ ଦେଶକୁ ଯୋଗାଇବାକୁ ମୋଦି ଅଫର ଦେଇଥିଲେ।

ଏସମ୍ପର୍କରେ ମଙ୍ଗଳବାର ଭିଡିଓ କନଫରେନ୍ସିଂ ଜରିଆରେ ଗୁଜୁରାଟର ଅଦଲଜରେ ଶ୍ରୀ ଅନ୍ନପୂର୍ଣ୍ଣା ଧାମ ଟ୍ରଷ୍ଟର ହଷ୍ଟେଲ ଏବଂ ଶିକ୍ଷା କମ୍ପ୍ଲେକ୍ସର ଉଦଘାଟନୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ବିଷୟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହି ଯୁଦ୍ଧ ଯୋଗୁ ପୃଥିବୀର ବିଭିନ୍ନ ସ୍ଥାନରେ ଖାଦ୍ୟ ସାମଗ୍ରୀ ହ୍ରାସ ପାଉଛି। ଫଳରେ ଦୁନିଆ ଏକ ବିପଜ୍ଜନକ ପରିସ୍ଥିତିର ସମ୍ମୁଖୀନ ହୋଇଛି। ବିଭିନ୍ନ ଦେଶ ଯାହା ଆବଶ୍ୟକ କରୁଛନ୍ତି ତାହା କେହି ପାଇପାରୁ ନାହାଁନ୍ତି। ପେଟ୍ରୋଲ, ତେଲ ଏବଂ ସାରର ଉପଲବ୍ଧତା ହ୍ରାସ ପାଉଛି।

ସେ କହିଛନ୍ତି ଯେ ବର୍ତ୍ତମାନ ପୃଥିବୀ ଏକ ନୂତନ ଏବଂ ସବୁଠୁ ବଡ ସମସ୍ୟାର ସମ୍ମୁଖୀନ ହେବାରେ ଲାଗିଛି। ପୃଥିବୀର ଖାଦ୍ୟ ଭଣ୍ଡାର ଶୂନ୍ୟ ହେବାରେ ଲାଗିଛି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସେ ଆମେରିକାର ରାଷ୍ଟ୍ରପତିଙ୍କ ସହ କଥାବାର୍ତ୍ତା ସମୟରେ ଏହି ପ୍ରସଙ୍ଗ ଉଠାଇଥିଲେ। ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଥିଲେ ଡବ୍ଲୁଟିଓ ଅନୁମତି ଦେଲେ ଆସନ୍ତାକାଲିଠାରୁ ଭାରତ ଖାଦ୍ୟ ସାମଗ୍ରୀ ଯୋଗାଇବାକୁ ପ୍ରସ୍ତୁତ ଅଛି।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ରୁଷିଆ-ୟୁକ୍ରେନ ଯୁଦ୍ଧର ପ୍ରଭାବ ଯୋଗୁ ପ୍ରତ୍ୟେକ ଦେଶ ନିଜ ନିଜର ଖାଦ୍ୟ ଭଣ୍ଡାରକୁ ସୁରକ୍ଷିତ ରଖିବାକୁ ଚେଷ୍ଟା କରୁଛନ୍ତି। କିନ୍ତୁ ଭାରତର ଲୋକଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ଅଛି। ଦେଶର କୃଷକମାନଙ୍କୁ ପ୍ରଶଂସା କରିବା ସହିତ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଆମର କୃଷକମାନେ ମଧ୍ୟ ପୃଥିବୀବାସୀଙ୍କୁ ଖାଇବାକୁ ଦେବା ପାଇଁ ବ୍ୟବସ୍ଥା କରିଛନ୍ତି। ତଥାପି, ଆମକୁ ପୃଥିବୀର ବାଣିଜ୍ୟ ନିୟମ ଅନୁଯାୟୀ କାର୍ଯ୍ୟ କରିବାକୁ ପଡିବ। ତେବେ ଡବ୍ଲୁଟିଓ କେବେ ଅନୁମତି ଦେବ ଏବଂ ଆମେ କେବେ ପୃଥିବୀକୁ ଖାଦ୍ୟ ଯୋଗାଇ ପାରିବା ତାହା ସମୟ ହିଁ କହିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri