Posted inଜାତୀୟ

କମୁଛି ସଂକ୍ରମଣ, ବଢୁଛି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୫।୨: ଦେଶରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ଅଧିକ ରହୁଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ମୁତାବକ, ଗତ ୨୪ ଘଣ୍ଟା ମଧ୍ୟରେ ୧, ୨୭, ୯୫୨ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୧୦୫୯ ଜଣଙ୍କ ମୃତ୍ୟୁ ଘଟିଥିବା ରେକର୍ଡ କରାଯାଇଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୧୮,୦୩,୩୧୮ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୧୦୫୯ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦେଶରେ କୋଭିଡ-୧୯ ମୃତ୍ୟୁ ସଂଖ୍ୟା ୫,୦୧,୧୧୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ମଧ୍ୟରେ ୨,୩୦,୮୧୪ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଦେଶରେ ସୁସ୍ଥ ସଂଖ୍ୟା ୪,୦୨,୪୭,୯୦୨ରେ ପହଞ୍ଚିଛି। ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୩, ୩୧, ୬୪୮ ରହିଛି। ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁସାରେ, ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ୧,୬୮,୯୮,୧୭,୧୯୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, ଦୈନିକ ପଜିଟିଭିଟି ହାର ୭.୯୮% ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri