Categories: ଜାତୀୟ

ଥମୁଛି ସଂକ୍ରମଣ, କମୁନି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୪।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬ ହଜାର ୩୯୩ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୪୨ଙ୍କ ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪୨୯,୪୫,୧୬୦ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୨୩,୬୭,୦୭୦ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୬୯,୮୯୭ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୧୪,୩୮୮କୁ ବୃଦ୍ଧି ପାଇଛି।

Share