ହଜାରେ ତଳକୁ ଖସିଲା ସଂକ୍ରମଣ

ନୂଆଦିଲ୍ଲୀ,୫।୪: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୧୩ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୮୧ ଜଣଙ୍କ ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪୩୧,୨୧,୯୮୨ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୨୪,୯୬,୫୧୫ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧୩,୦୧୩ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୧,୩୫୮କୁ ବୃଦ୍ଧି ପାଇଛି।