Posted inଖେଳ

ନ୍ୟୁଜିଲାଣ୍ଡକୁ ଧୂଳି ଚଟାଇ ଐତିହାସିକ ବିଜୟ ହାସଲ କଲା ଭାରତ

ରାୟପୁର,୨୪ା୧: ଅଧିନାୟକ ସୂର୍ଯ୍ୟକୁମାର ଯାଦବ (୩୭ ବଲ୍‌, ୪ ଛକା, ୯ ଚୌକା ୮୨* ରନ୍‌) ଓ ଇଶନ କିଶନ(୩୨ ବଲ୍‌, ୧୧ ଚୌକା, ୪ ଛକା, ୭୬ ରନ୍‌)ଙ୍କ ବିସ୍ଫୋରକ ବ୍ୟାଟିଂ ଯୋଗୁ ସ୍ଥାନୀୟ ଶହୀଦ ବୀର ନାରାୟଣ ସିଂ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଅନୁଷ୍ଠିତ ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଭାରତ ୭ ଉଇକେଟରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ଅନ୍ୟତମ ସଫଳ ବ୍ୟାଟର ଶୁବମ ଦୁବେ ୧୮ ବଲ୍‌ରେ ୩ ଛକା ଓ ୧ ଚୌକା ସହ ୩୬ ରନ୍‌କରି ଅପରାଜିତ ରହିଥିଲେ। ଭ୍ରମଣକାରୀ ଦଳ ଦ୍ୱାରା ଧାର୍ଯ୍ୟ ୨୦୯ ରନ୍‌ର ବିଜୟ ଲକ୍ଷ୍ୟକୁ ଘରୋଇ ଦଳ ୧୫.୨ ଓଭରରେ ମାତ୍ର ୩ ଉଇକେଟ ବିନିମୟରେ ହାସଲ କରିନେଇଥିଲା। ଏହି ବିଜୟ ଦ୍ୱାରା ଭାରତ ୫ ମ୍ୟାଚ୍‌ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ରେ ୨-୦ରେ ଅଗ୍ରଣୀ ଲାଭ କରିଛି।
ପ୍ରଥମେ ବ୍ୟାଟିଂ କରିଥିବା ନ୍ୟୁଜିଲାଣ୍ଡ ଭାରତ ସମ୍ମୁଖରେ ୨୦୯ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍‌ ଧାର୍ଯ୍ୟ କରିଥିଲା। ଡେଭନ କନ୍‌ଓ୍ବେ (୧୯ ରନ୍‌, ୩ ଚୌକା ଓ ୧ ଛକା) ଓ ଟିମ୍‌ ସାଇଫର୍ଟ (୨୪ ରନ୍‌, ୫ ଚୌକା) ୩.୧ ଓଭରରେ ୪୩ ରନ୍‌ର ବିସ୍ଫୋରକ ଆରମ୍ଭ ଦେଇଥିଲେ। ହେଲେ ଏହି ଦୁଇ ଓପ୍‌ନର କ୍ରମାଗତ ଓଭରରେ ଆଉଟ୍‌ ହୋଇଯାଇଥିଲେ। ରଚିନ ରବୀନ୍ଦ୍ର ଓ ଗ୍ଲେନ୍‌ ଫିଲିପ୍ସ ତୃତୀୟ ଉଇକେଟରେ ୨୭ ବଲରେ ଦ୍ରୁତ ୫୫ ରନ୍‌ ଯୋଡ଼ିଥିଲେ। ଏହାପରେ ଦଳ କ୍ରମାଗତ ବ୍ୟବଧାନରେ ରଚିନ(୪୪ ରନ୍‌, ୨ ଚୌକା ଓ ୪ ଛକା), ଫିଲିପ୍ସ(୧୯ ରନ୍‌, ୨ ଚୌକା ଓ ୧ ଛକା), ଡାରିଲ ମିଚେଲ(୧୮ ରନ୍‌, ୩ ଚୌକା) ଓ ମାର୍କ ଚାପ୍‌ମ୍ୟାନ(୧୦)ଙ୍କ ଉଇକେଟ ହରାଇଥିଲା। ଶେଷଆଡ଼କୁ ଅଧିନାୟକ ମିଚେଲ ସାଣ୍ଟନର ୨୭ ବଲ୍‌ରେ ଦ୍ରୁତ ୪୭(୬ ଚୌକା ଓ ୧ ଛକା) ଓ ଫକେସ ୮ ବଲ୍‌ରେ ୧୫(୨ ଚୌକା ଓ ୧ ଛକା) ରନ୍‌କରି ଅପରାଜିତ ରହିଥିଲେ। ଫଳରେ ନ୍ୟୁଜିଲାଣ୍ଡ ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୨୦୮ ରନ୍‌ କରିଥିଲା। ଭାରତ ପକ୍ଷରୁ କୁଲ୍‌ଦୀପ ଯାଦବ ୨ଟି ଉଇକେଟ ନେଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

ଏହି ୩ ରାଶିଙ୍କ ଉପରେ ପଡିଲା କେତୁଙ୍କ ଶୁଭ ଦୃଷ୍ଟି: ୯୦ ଦିନ ଯାଏ ରହିଛି ଗୋଲ୍ଡେନ ଟାଇମ, ପ୍ରତି କାମରେ ମିଳିବ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ କେତୁଙ୍କୁ ମୋକ୍ଷ, ଆଧ୍ୟାତ୍ମିକତା ଓ ଅନ୍ତର୍ଜ୍ଞାନର କାରକ ଗ୍ରହ ବୋଲି ମନେ କରାଯାଏ। ବର୍ତ୍ତମାନ କେତୁ ସିଂହ ରାଶିରେ ମଘା ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି।…

ଭାରତୀୟ କ୍ରିକେଟ ପାଇଁ ଐତିହାସିକ ଦିନ ହେବ ଅକ୍ଟୋବର ୩: ଜାଣନ୍ତୁ କାହିଁକି..

ନୂଆଦିଲ୍ଲୀ,୭।୯: ଭାରତୀୟ କ୍ରିକେଟ ପାଇଁ ଆସନ୍ତା ୩ ଅକ୍ଟୋବର ଏକ ଐତିହାସିକ ଦିନ ହୋଇପାରେ। ଯଦି ଟିମ ଇଣ୍ଡିଆ ୨୦୨୬ ଏସିଆନ ଗେମ୍ସରେ ପୁରୁଷ କ୍ରିକେଟରେ ଗୋଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri