ଦେଶରେ ବଢ଼ୁଛି କରୋନା ମିଟର: ଗତ ୨୪ଘଣ୍ଟାରେ ୧୩ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୮।୬: ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ରାଜ୍ୟରେ ୧୨,୮୪୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟା ବୃଦ୍ଧି ପାଇଛି। ଗତ ୨୪ଘଣ୍ଟାରେ ଦେଶରେ ୧୩,୨୧୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୩ଜଣଙ୍କ ମୃତ୍ୟୁ ଘଟିଛି। ଯାହା ଶୁକ୍ରବାର ତୁଳନାରେ ୨.୯ପ୍ରତିଶତ ଅଧିକ ରହିଛି। ଦେଶରେ ଏପର୍ଯ୍ୟନ୍ତ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୩୨,୮୩,୭୯୩ରେ ପହଞ୍ଚିଛି। ସେହିପରି ଗତ ୨୪ଘଣ୍ଟାରେ ୮,୧୪୮ରୋଗୀ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ଆକ୍ଟିଭ କେସ୍‌ ୬୮,୧୦୮ ରହିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଦେଶରେ ସୁସ୍ଥତା ହାର ଏପର୍ଯ୍ୟନ୍ତ ୯୮.୬୩ପ୍ରତିଶତ ରହିଛି। ଅନ୍ୟପଟେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ମହାରାଷ୍ଟରେ ୪,୧୬୫ ଚିହ୍ନଟ ହୋଇଛନ୍ତି। ଏହାପରେ କେରଳରେ ୩,୧୬୨, ଦିଲ୍ଲୀରେ ୧,୭୯୭, ହରିଆଣା ୬୮୯ ଓ କର୍ନାଟକରୁ ୬୩୪ ମାମଲା ସାମ୍ନାକୁ ଆସିଛି। ସ୍ବାସ୍ଥ୍ୟବିଭାଗ ଅନୁଯାୟୀ, ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଏହି ୫ଟି ରାଜ୍ୟରେ ସର୍ବାଧିକ ୭୯.୦୫ପ୍ରତିଶତ ରହିଛି। ଗତ ୨୪ଘଣ୍ଟାରେ ମୋଟ ୫,୧୯,୯୦୩ ନମୁନା ପରୀକ୍ଷା କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri