ଦେଶରେ ବଢ଼ୁଛି କରୋନା ମିଟର: ଗତ ୨୪ଘଣ୍ଟାରେ ୧୩ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୮।୬: ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ରାଜ୍ୟରେ ୧୨,୮୪୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟା ବୃଦ୍ଧି ପାଇଛି। ଗତ ୨୪ଘଣ୍ଟାରେ ଦେଶରେ ୧୩,୨୧୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୩ଜଣଙ୍କ ମୃତ୍ୟୁ ଘଟିଛି। ଯାହା ଶୁକ୍ରବାର ତୁଳନାରେ ୨.୯ପ୍ରତିଶତ ଅଧିକ ରହିଛି। ଦେଶରେ ଏପର୍ଯ୍ୟନ୍ତ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୩୨,୮୩,୭୯୩ରେ ପହଞ୍ଚିଛି। ସେହିପରି ଗତ ୨୪ଘଣ୍ଟାରେ ୮,୧୪୮ରୋଗୀ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ଆକ୍ଟିଭ କେସ୍‌ ୬୮,୧୦୮ ରହିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଦେଶରେ ସୁସ୍ଥତା ହାର ଏପର୍ଯ୍ୟନ୍ତ ୯୮.୬୩ପ୍ରତିଶତ ରହିଛି। ଅନ୍ୟପଟେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ମହାରାଷ୍ଟରେ ୪,୧୬୫ ଚିହ୍ନଟ ହୋଇଛନ୍ତି। ଏହାପରେ କେରଳରେ ୩,୧୬୨, ଦିଲ୍ଲୀରେ ୧,୭୯୭, ହରିଆଣା ୬୮୯ ଓ କର୍ନାଟକରୁ ୬୩୪ ମାମଲା ସାମ୍ନାକୁ ଆସିଛି। ସ୍ବାସ୍ଥ୍ୟବିଭାଗ ଅନୁଯାୟୀ, ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଏହି ୫ଟି ରାଜ୍ୟରେ ସର୍ବାଧିକ ୭୯.୦୫ପ୍ରତିଶତ ରହିଛି। ଗତ ୨୪ଘଣ୍ଟାରେ ମୋଟ ୫,୧୯,୯୦୩ ନମୁନା ପରୀକ୍ଷା କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri