ଦକ୍ଷତା ବିକାଶ ପ୍ରତିବଦ୍ଧତାକୁ ଦୋହରାଇଲା ଭାରତ

ଭୁବନେଶ୍ୱର, ୨୯।୪(ବ୍ୟୁରୋ): ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଏହି ୩ ଦିନିଆ ବୈଠକ ଓ ସେମିନାରରେ ପ୍ରାଥମିକ କ୍ଷେତ୍ର ଯଥା-କ୍ଷମତା ନିର୍ମାଣ ଓ ଭବିଷ୍ୟତର କାର୍ଯ୍ୟ କ୍ଷେତ୍ରରେ ଆଜୀବନ ଅଧ୍ୟୟନକୁ ପ୍ରୋତ୍ସାହନ ଉପରେ ବିଚାରବିମର୍ଶ କରାଯାଇଥିଲା। ଏଥିସହ ଛାତ୍ରୀଛାତ୍ରଙ୍କ ଦକ୍ଷତା ବିକାଶ ଲାଗି ପ୍ରତିବଦ୍ଧତାକୁ ଭାରତ ଦୋହରାଇଲା। ଶିକ୍ଷା ମନ୍ତ୍ରଣାଳୟ ଅଧୀନ ଉଚ୍ଚଶିକ୍ଷା ବିଭାଗ ସଚିବ କେ. ସଞ୍ଜୟ ମୂର୍ତ୍ତି, ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ସଚିବ ସଞ୍ଜୟ କୁମାର ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ସଚିବ ଅତୁଲ ତିୱାରୀଙ୍କ ସମେତ ବିଭିନ୍ନ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ, ଜି-୨୦ ସଦସ୍ୟ ରାଷ୍ଟ୍ର ସମେତ ୨୭ଟି ନିମନ୍ତ୍ରିତ ରାଷ୍ଟ୍ର, ବିଭିନ୍ନ ଅନ୍ତର୍ଜାତୀୟ ସଙ୍ଗଠନ, ୟୁନିସେଫ, ୟୁନେସ୍କୋ ଏବଂ ଆର୍ଥିକ ସହଯୋଗ ଓ ବିକାଶ ସଙ୍ଗଠନ (ଓଇସିଡି)ର ୬୦ରୁ ଅଧିକ ପ୍ରତିନିଧି ଏଥିରେ ଅଂଶଗ୍ରହଣ କରିଥିଲେ।
ପ୍ରତିନିଧିସ୍ତରୀୟ ବୈଠକ ପୂର୍ବରୁ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ସହଭାଗିତାରେ ଭୁବନେଶ୍ୱରସ୍ଥିତ ଧାତୁ ଓ ଖଣିଜ ପ୍ରଯୁକ୍ତି ପ୍ରତିଷ୍ଠାନ (ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି)ରେ ‘ଭବିଷ୍ୟତର କାର୍ଯ୍ୟ ପରିପ୍ରେକ୍ଷୀରେ କ୍ଷମତା ନିର୍ମାଣ, ଆଜୀବନ ଅଧ୍ୟୟନକୁ ପ୍ରୋତ୍ସାହନ’ ଶୀର୍ଷକ ସେମିନାର ଆୟୋଜିତ ହୋଇଥିଲା। ଏଥିରେ ୩ଟି ପାନେଲ ଆଲୋଚନା କରାଯାଇଥିଲା। ସେମିନାରରେ ବ୍ରାଜିଲ, ସ୍ପେନ, ୟୁଏଇ, ସିଙ୍ଗାପୁର, ରୁଷ୍‌, ଦକ୍ଷିଣ ଆଫ୍ରିକା, ମରିସସ୍‌, ଓଇସିଡି, ୟୁନିସେଫ, ଅଷ୍ଟ୍ରେଲିଆ, ବ୍ରିଟେନ ସମେତ ଅନ୍ୟ ରାଷ୍ଟ୍ର ଏବଂ ଅନ୍ତର୍ଜାତୀୟ ସଙ୍ଗଠନର ବିଶେଷଜ୍ଞ ପାନେଲିଷ୍ଟମାନେ ଅଂଶଗ୍ରହଣ କରିଥିଲେ। ସେମାନେ ନିଜ ନିଜ ଦେଶରେ ଏହି ବିଷୟବସ୍ତୁ ଉପରେ ଆଧାରିତ ଶ୍ରେଷ୍ଠ ପଦ୍ଧତି ଓ ନୀତିଗୁଡିକ ଉପରେ ମତାମତ ରଖିଥିଲେ। ଧନ୍ଦାମୂଳକ ଶିକ୍ଷା ଓ ତାଲିମ ଉପରେ ନୀତି ଏବଂ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ପରିବର୍ତ୍ତିତ ବିଶ୍ୱ ସହିତ ଖାପଖୁଆଇବା ଲାଗି ଦକ୍ଷତା ବିକାଶ, ଉନ୍ନତ ଦକ୍ଷତା ବିକାଶ ଏବଂ ନିରନ୍ତର ଦକ୍ଷତା ବିକାଶ (ସ୍କିଲିଂ, ଅପ୍‌ ସ୍କିଲିଂ ଓ ରି ସ୍କିଲିଂ) ଉପରେ ଆଲୋକପାତ କରିଥିଲେ। ଭବିଷ୍ୟତର କାର୍ଯ୍ୟକୁ ନେଇ ନିଜ ଦେଶରେ ଦେଖାଦେଇଥିବା ସମସ୍ୟା ଉପରେ ମଧ୍ୟ ଆଲୋକପାତ କରିଥିଲେ।
ତୃତୀୟ ଶିକ୍ଷା କାର୍ଯ୍ୟଗୋଷ୍ଠୀ ବୈଠକ ପରିପ୍ରେକ୍ଷୀରେ ଏକ ସପ୍ତାହବ୍ୟାପୀ ମଲ୍ଟିମିଡିଆ ପ୍ରଦର୍ଶନୀ ଆୟୋଜନ କରାଯାଇଥିଲା। ପ୍ରଦର୍ଶନୀରେ ଶିଳ୍ପ, ଶିକ୍ଷା ଜଗତ, ସରକାରୀ ସଂସ୍ଥା, ବହୁପକ୍ଷୀୟ ସଂସ୍ଥା, ଷ୍ଟାର୍ଟଅପ୍‌ ଏବଂ ଅନ୍ୟାନ୍ୟ ସଙ୍ଗଠନର ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ। ଭବିଷ୍ୟତର କାର୍ଯ୍ୟ ଉପରେ ସ୍ବତନ୍ତ୍ର ଅନୁଭୂତି ଜୋନ ସହିତ ବ୍ୟାପକ ଜ୍ଞାନକୌଶଳ ପ୍ରଦର୍ଶିତ ହୋଇଥିଲା। ମେଟା, ହେକ୍ସାଗନ, ଇନ୍‌ଫୋସିସ, ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରଣାଳୟ, ୟୁନିସେଫ, ଭାରତୀୟ ଜ୍ଞାନ ବ୍ୟବସ୍ଥା ଡିଭିଜନ, ଆଇଆଇଟି ଭୁବନେଶ୍ୱର, ଆଇଆଇଏମ୍‌ ସମ୍ବଲପୁର, ଟ୍ରାଇଫେଡ ଏବଂ ଅନେକ ସଂସ୍ଥା ଯୋଗଦେଇଥିଲେ। ୨୩ରୁ ୨୫ ଏବଂ ୨୭ ଓ ୨୮ ତାରିଖରେ ସ୍ଥାନୀୟ ଶିକ୍ଷାନୁଷ୍ଠାନ, ଛାତ୍ରଛାତ୍ରୀ, ଶିକ୍ଷାବିତ ଓ ଗବେଷକଙ୍କ ପାଇଁ ପ୍ରଦର୍ଶନୀ ଖୋଲାଯାଇଥିଲା। ଉଦ୍‌ଯାପନୀ ଦିବସରେ ଅନ୍ତର୍ଜାତୀୟ ପ୍ରତିନିଧିମାନଙ୍କୁ ବିଶ୍ୱ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନରେ ନିଆଯାଇଥିଲା। ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ପ୍ରତିନିଧିମାନଙ୍କୁ ଓଡ଼ିଶା ଗସ୍ତ କରିବାର ଏକ ସ୍ମରଣୀୟ ପ୍ରତୀକ ରୂପେ ପଟ୍ଟଚିତ୍ର ଉପହାର ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା

କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍‌ବିବିଏସ୍‌ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ…

ଆମେରିକା-ଇରାନ ବିବାଦ ଶେଷ ହେବ, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ? ପାକିସ୍ତାନ ପ୍ରସ୍ତୁତ କଲାଣି ଡ୍ରାପ୍ଟ – ସର୍ତ୍ତାବଳୀ କ’ଣ ଜାଣନ୍ତୁ

ତେହରାନ,୬।୪: ଆମେରିକା ଏବଂ ଇରାନ ମଧ୍ୟରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ସଂଘର୍ଷ ଶେଷ ହେବାକୁ ଯାଉଛି ଏବଂ ହର୍ମୁଜ ପ୍ରଣାଳୀ ଖୁବ ଶୀଘ୍ର…

ପୁଣି ସରଣ୍ଡାରେ ବିସ୍ଫୋରଣ: କୋବ୍ରା ୨୦୫ ବାଟାଲିୟନର ଯବାନ ଆହତ

ବଣାଇଁ,୬।୪(ପ୍ରଦୀପ ତ୍ରିପାଠୀ): ଓଡ଼ିଶା-ଝାଡଖଣ୍ଡ ସୀମା ସଂଲଗ୍ନ ସରଣ୍ଡା ଜଙ୍ଗଲରେ ସୋମବାର ପୁଣି ବିସ୍ଫୋରଣର ଖବର ସାମ୍ନାକୁ ଆସିଛି। ଯାହା ସୁରକ୍ଷା ବ୍ୟବସ୍ଥା ଏବଂ ନକ୍ସଲ କାର୍ଯ୍ୟକଳାପକୁ ନେଇ…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ…

ଯୁଦ୍ଧ ମଧ୍ୟରେ ଇରାନକୁ ଶକ୍ତ ଝଟକା: ଆମେରିକା-ଇସ୍ରାଏଲ ଆକ୍ରମଣରେ IRGC ଗୁପ୍ତଚର ମୁଖ୍ୟଙ୍କ ମୃତ୍ୟୁ

ତେହରାନ,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇରାନକୁ ଏକ ଶକ୍ତ ଧକ୍କା ଲାଗିଛି। ସୋମବାର (ଏପ୍ରିଲ ୬) ସକାଳେ ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣରେ IRGCର ଗୁପ୍ତଚର ମୁଖ୍ୟ…

କଲେଜରୁ ଫେରୁଥବା ବେଳେ ଯୁବତୀଙ୍କୁ ଅପହରଣ: କାର ଭିତରକୁ ନେଇ..

ପାଟକୁରା,୬।୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଳକ ଅଧୀନ କୁଳତୁଠୀ ଅରକ୍ଷିତ ଦାସଙ୍କ ମନ୍ଦିର ନିକଟ ନଦୀ ବନ୍ଧଗଡା ନିକଟର ଜଣେ ଯୁବତୀଙ୍କୁ ଅପହରଣ କରାଯାଇଛି।…

ଆବେଲ ପୁରସ୍କାର-୨୦୨୬

ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ଏକ ଉଲ୍ଲେଖନୀୟ ସମ୍ମାନ। ଏହାକୁ ନୋବେଲ ପୁରସ୍କାର ସହ ସମାନ ମନେ କରାଯାଇଥାଏ। ନରଓ୍ବେର ବିଶିଷ୍ଟ ଗଣିତଜ୍ଞ ନିଲ୍‌ସ ହେନରିକ…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri