Posted inଖେଳ

ଓ୍ବାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପ୍‌ ପଏଣ୍ଟ ଟେବୁଲ ଶୀର୍ଷରେ ଭାରତ ଅପରିବର୍ତ୍ତିତ

ଦୁବାଇ, ୧୩।୭: ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ମ୍ୟାଚ୍‌ ସହ ଦୀର୍ଘ ୪ ମାସର ବ୍ୟବଧାନ ପରେ ପଡ଼ିଆକୁ ଫେରିଛି ଅନ୍ତର୍ଜାତୀୟ କ୍ରିକେଟ୍‌। ମହାମାରୀ କରୋନା ଭାଇରସ୍‌ ଲାଗି ଗତ ମାର୍ଚ୍ଚ ୧୫ରୁ ଅନ୍ତର୍ଜାତୀୟ କ୍ରିକେଟ୍‌ ପ୍ରତିଯୋଗିତା ବନ୍ଦ ରହିଥିଲା। ତେବେ ସାଉଥାମ୍ପଟନର ରୋଜ୍‌ ବାଉଲରେ ଘରୋଇ ଇଂଲଣ୍ଡ ବିପକ୍ଷରେ ଅନୁଷ୍ଠିତ ପ୍ରଥମ ଟେଷ୍ଟ ମ୍ୟାଚ୍‌କୁ ଓ୍ବେଷ୍ଟଇଣ୍ଡିଜ ୪ ଉଇକେଟ୍‌ ଜିତିନେଇଛି। ଏହି ବିଜୟ ସହ ଜାସନ ହୋଲ୍ଡରଙ୍କ ଦଳ ୪୦ ପଏଣ୍ଟ ହାସଲ କରିଛି। ଏଥିସହ ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌ ପଏଣ୍ଟ ଟେବୁଲ ତାଲିକାରେ ଓ୍ବେଷ୍ଟଇଣ୍ଡିଜ ୭ମ ସ୍ଥାନରେ ରହିଛି। ଓ୍ବାଲର୍‌ଡ ଟେଷ୍ଟ ଚାମ୍ପିୟନଶିପ୍‌ ଆରମ୍ଭ ହେବା ପରଠାରୁ ଓ୍ବେଷ୍ଟଇଣ୍ଡିଜର ଏହା ପ୍ରଥମ ଟେଷ୍ଟ ବିଜୟ। ଅପରପକ୍ଷରେ ପରାଜୟ ସତ୍ତ୍ୱେ ଇଂଲଣ୍ଡ ମୋଟ୍‌ ୧୪୬ ପଏଣ୍ଟ ସହ ତାଲିକାର ୪ର୍ଥ ସ୍ଥାନରେ ସ୍ଥିର ରହିଛି। ତେବେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଏହି ଟେବୁଲର ଶୀର୍ଷ ସ୍ଥାନ ବଜାୟ ରଖିଛି। କୋହଲିଙ୍କ ଦଳ ବର୍ତ୍ତମାନ ସୁଦ୍ଧା ଚାମ୍ପିୟନଶିପ୍‌ରେ ମୋଟ୍‌ ୯ ମ୍ୟାଚ୍‌ ଖେଳି ୭ ବିଜୟ ଓ ୨ ପରାଜୟ ସହ ୩୬୦ ପଏଣ୍ଟ ଲାଭ କରିଛି। ଯେଉଁଥିରେ ଭାରତ ୩ଟି ଟେଷ୍ଟ ସିରିଜ ଜିତିଛି। ଅଷ୍ଟ୍ରେଲିଆ (୨୯୬) ଓ ନ୍ୟୁଜିଲାଣ୍ଡ (୧୮୦) ଯଥାକ୍ରମେ ଟେବୁଲର ୨ୟ ଓ ୩ୟ ସ୍ଥାନରେ ରହିଛନ୍ତି। ଅଷ୍ଟ୍ରେଲିଆ ୧୦ ମ୍ୟାଚ୍‌ ଖେଳି ୭ ବିଜୟ, ୨ ପରାଜୟ ଓ ଗୋଟିଏ ଟେଷ୍ଟ ଡ୍ର ରଖିଛି। ଏହା ମଧ୍ୟରେ ଅଷ୍ଟ୍ରେଲିଆ ୨ଟି ସିରିଜ ହାତେଇବାରେ ସଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri