Posted inଜାତୀୟ

ଏଫଏଟିଏଫର ଗ୍ରେ ଲିଷ୍ଟରୁ ବାହାରିଲା ପାକିସ୍ତାନ

ନୂଆଦିଲ୍ଲୀ,୨୨ ।୧୦: ପାକିସ୍ତାନକୁ ଏଫଏଟିଏଫର ଗ୍ରେ ଲିଷ୍ଟରୁ ବାହାର କରି ଦିଆଯାଇଛି । ଏହାକୁ ନେଇ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ତା’ର ପ୍ରତିକ୍ରିୟା ରଖିଛି ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ଅରିନ୍ଦମ ବାଗଚି କହିଛନ୍ତି, ଆମେ ଏଫଏଟିଏଫ ବୈଠକରେ ପାକିସ୍ତାନ ସନ୍ଦର୍ଭରେ ନିଆଯାଇଥିବା ନିଷ୍ପତ୍ତିକୁ ଦେଖିଛୁ । ଆମେ ଭାବୁଛୁ ପାକିସ୍ତାନ ଏସିଆ ପ୍ରଶାନ୍ତ ସମୁହ ସହ ମିଶି ମନି ଲଣ୍ଡରିଂ ଓ ଟେରର ଫାଇନାସିଂ ବିରୋଧରେ ନିଜ ବ୍ୟବସ୍ଥାକୁ ମଜଭୁତ କରିବ ।
ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ କହିଛି ଏଫଏଟିଏଫ କାର୍ଯ୍ୟର ଚାପ ଥିଲା ଯେ କୁଖ୍ୟାତ ଆତଙ୍କବାଦୀଙ୍କ ବିରୋଧରେ ପାକିସ୍ତାନକୁ କିଛ ପଦକ୍ଷେପ ନେବାକୁ ପଡିବ । ଏଥିରେ ମୁମ୍ବାଇ ଆକ୍ରମଣରେ ସାମିଲ ଥିବା ଆତଙ୍କବାଦୀ ମଧ୍ୟ ସାମିଲ ଅଟନ୍ତି । ଏହା ବିଶ୍ୱର ସ୍ୱାର୍ଥରେ ଓ ବିଶ୍ୱ ସ୍ପଷ୍ଟ ହେବ ଯେ ପାକିସ୍ତାନର ତା’ର ନିୟନ୍ତ୍ରଣରେ ଥିବା ଅଞ୍ଚଳରୁ ବାହାରୁଥିବା ଆତଙ୍କବାଦୀଙ୍କ ବିରୋଧରେ ଠୋସ ଓ ପ୍ରଭାବଶାଳୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ ।
ସୂଚନାଯୋଗ୍ୟ, ଏଫଏଟିଏଫ ହେଉଛି ଏକ ବିଶ୍ୱସ୍ତରୀୟ ସଙ୍ଗଠନ ଯାହା ଆତଙ୍କବାଦୀଙ୍କୁ ଆର୍ଥିକ ସହାୟତା ଓ ମନି ଲଣ୍ଡରିଂ ଉପରେ ନଜର ରଖିଥାଏ । ପ୍ରାୟ ୪ ବର୍ଷ ପୂର୍ବ ପାକିସ୍ତାନକୁ ଏଫଏଟିଏଫର ଗ୍ରେ ଲିଷ୍ଟ ବା ଧୂଷର ତାଲକାରେ ରଖାଯାଇଥିଲା । ଏହାସହ ଏଫଏଟିଏଫ ପ୍ରଥମଥର ଲାଗି ମ୍ୟାନମାରକୁ ଏହାର କଳା ତାଲିକାରେ ଅନ୍ତର୍ଭୁକ୍ତ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ପରଜା ବଡପଡ଼ା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri