ବଢୁଛି କରୋନା ସଂକ୍ରମଣ ସଂଖ୍ୟା: ୧.୬୬ କୋଟି ଲୋକଙ୍କୁ ଦିଆ ସରିଲାଣି ଟିକା

ନୂଆଦିଲ୍ଲୀ,୪ ।୩: ଦେଶରେ ପୁଣିଥରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଏହା ଦେଶବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି । ଅନ୍ୟପଟେ ଏହି ମହାମାରୀକୁ ଦୂରେଇ ଦେବାକୁ ଟିକାକରଣର ଦ୍ୱିତୀୟ ପର୍ଯ୍ୟାୟ ବି ଆରମ୍ଭ ହୋଇଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ରିପୋର୍ଟ ଅନୁଯାୟୀ, ଏବେ ପର୍ଯ୍ୟନ୍ତ ୧.୬୬ କୋଟି ଲୋକଙ୍କୁ କରୋନା ଟିକା ଦିଆ ସରିଲାଣି । ଏହାପରେ ବି ଦେଶରେ କରୋନାର ନୂଆ ସଂକ୍ରମିତଙ୍କ ସଂଖ୍ୟା ଲଗାତାର ଭାବେ ବଢି ଚାଲିଛି । ଗତ ୨୪ ଘଣ୍ଟାରେ ମୋଟ ୧୭. ୪୦୭ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଏହାସହ ୮୯ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ଏଥିମଧ୍ୟରୁ ଅଧିକାଂଶ ମହାରାଷ୍ଟ୍ର, ପଞ୍ଜାବ, ଗୁଜରାଟ, ମଧ୍ୟପ୍ରଦେଶ, ଦିଲ୍ଲୀ, ହରିୟାଣା ଓ କର୍ନାଟକର ବୋଲି ଜଣାପଡିଛି । ଅନ୍ୟପଟେ ଆଇସିଏମ୍‌ଆର୍‌ର ସୂଚନା ଅନୂଯାୟୀ, ମାର୍ଚ୍ଚ ୩ ପର୍ଯ୍ୟନ୍ତ ଦେଶରେ ୨୧ କୋଟି ୯୧ ଲକ୍ଷ ୭୮ ହଜାର ୯୦୮ ନମୁନା ପରୀକ୍ଷା ସରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?