Posted inଖେଳ

ଟାଇଟଲ ବଜାୟ ରଖିଲା ଭାରତ

ବୁସାନ (କୋରିଆ),୧।୭ (ପି.ଟି.): ଭାରତୀୟ ପୁରୁଷ କବାଡ଼ି ଦଳ ଏସିଆନ ଚାମ୍ପିୟନଶିପ୍‌ ଟାଇଟଲ ବଜାୟ ରଖିଛି। ଶୁକ୍ରବାର ଅନୁଷ୍ଠିତ ଏକ ହାଇଭୋଲଟେଜ୍‌ ଫାଇନାଲରେ ଦଳ ୪୨-୩୨ରେ ଇରାନକୁ ହରାଇ ଦେଇଛି। ମହାଦେଶୀୟ ଚାମ୍ପିୟନଶିପ୍‌ରେ ଭାରତର ଏହା ହେଉଛି ୮ମ ଟାଇଟଲ। ମ୍ୟାଚରେ ଇରାନ ଆରମ୍ଭରୁ ଆକ୍ରମଣାତ୍ମକ ଖେଳିଥିଲା। ମାତ୍ର ଭାରତ ସୁଯୋଗ ଅପେକ୍ଷାରେ ଥିଲା। ଅଧିନାୟକ ପଓ୍ବନ ସେରାଓ୍ବତଙ୍କ ଦୁଇ ଟଚ୍‌ ପଏଣ୍ଟ ସହ ପ୍ରଥମେ ଅଲଆଉଟ କରି ଭାରତକୁ ୧୦-୪ରେ ଅଗ୍ରଣୀ କରାଇଥିଲେ। ପରେ ଭାରତ ଆଉ ଏକ ଅଲଆଉଟ ସହ ଇରାନ ଉପରେ ଚାପ ସୃଷ୍ଟି କରିଥିଲା। ପ୍ରଥମାର୍ଦ୍ଧ ସୁଦ୍ଧା ଭାରତ ୨୩-୧୧ରେ ଅଗ୍ରଣୀ ଲାଭ କରିଥିଲା। ଇରାନ ଅଲରାଉଣ୍ଡର ମହମାଦ୍ରେଜା ଚିୟାନେ ନେତୃତ୍ୱ ନେଇ ତାଙ୍କ ଦଳର ପ୍ରତ୍ୟାବର୍ତ୍ତନ ପାଇଁ ଚେଷ୍ଟା କରିଥିଲେ। ମାତ୍ର ଭାରତର ଆଉ ଏକ ଅଲ୍‌ଆଉଟ ଦ୍ୱାରା ଇରାନ ୩୩-୧୪ରେ ପଛୁଆ ପଡ଼ିଯାଇଥିଲା। ଶେଷରେ ଭାରତ ୪୨-୩୨ରେ ବିଜୟ ସହ ଏସିଆନ କବାଡ଼ି ଚାମ୍ପିୟନଶିପ୍‌ ଟାଇଟଲ ବଜାୟ ରଖିଥିଲା। ଏହି ସଫଳତା ପାଇଁ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ଖେଳାଳିମାନଙ୍କୁ ଅଭିନନ୍ଦନ ଜଣାଇଛି। ଟୁର୍ନାମେଣ୍ଟର ଗତ ସଂସ୍କରଣ ୨୦୧୭ରେ ଇରାନରେ ହୋଇଥିଲା। ଏଥିରେ ଭାରତ ଏହାର ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ଫାଇନାଲରେ ପରାସ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ

ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ…

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

ଘର କାମ ସାରି ବାହାରେ ଥିବାବେଳେ ଯୁବକଙ୍କୁଦୁଇ ରାଉଣ୍ଡ ଗୁଳି

ସୋରଡ଼ା, ୧୩।୯ (ରଜନୀ ମହାପାତ୍ର): ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ…

ନୂଆଁଖାଇରେ ସମ୍ବଲପୁରୀ ଲୁଗାର କ୍ରେଜ୍‌, ବଢ଼ୁଛି ବେପାର: ବଜାରରେ ଜମୁଛି ଭିଡ଼

ଅମରପାଲି, ୧୩/୯ (ପୀତାମ୍ବର ସାହୁ): ନୂଆଁଖାଇ ପର୍ବକୁ ଆଉ କିଛି ଦିନ ବାକି ଥିବାବେଳେ ପଶ୍ଚିମ ଓଡ଼ିଶାର ବଜାରରେ ଦେଖାଦେଇଛି ଉତ୍ସବର ରଙ୍ଗ। ନୂଆଁଖାଇରେ ନୂଆ ପୋଷାକ…

ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି

ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?