Posted inଖେଳ

ଭାରତ ଶ୍ରେଷ୍ଠ ୬ଷ୍ଠ ସ୍ଥାନକୁ ଫେରିଲା

ନୂଆଦିଲ୍ଲୀ, ୮ା୧୧(ପି.ଟି.): ନିକଟରେ ଅନୁଷ୍ଠିତ ଏସିଆନ ଚାମ୍ପିୟନ୍ସ ଟ୍ରଫି ଓ ହାଙ୍ଗ୍‌ଝୋ ଏସିଆନ ଗେମ୍ସରେ ପ୍ରଭାବୀ ପ୍ରଦର୍ଶନ ପରେ ଭାରତୀୟ ମହିଳା ହକି ଦଳ ବିଶ୍ୱ ର଼୍ୟାଙ୍କିଙ୍ଗ ତାଲିକାରେ ଏହାର ଶ୍ରେଷ୍ଠ ୬ଷ୍ଠ ସ୍ଥାନ ପୁନଃ ଦଖଲ କରିବାରେ ସମର୍ଥ ହୋଇଛି। ଭାରତ ବର୍ତ୍ତମାନ ୨୩୬୮.୮୩ ରେଟିଂ ପଏଣ୍ଟ ସହ ଇଂଲଣ୍ଡ ଆଗରେ ୬ଷ୍ଠ ସ୍ଥାନରେ ରହିଛି। ଏସିଆନ ଗେମ୍ସ ପୂର୍ବରୁ ଭାରତ ୮ମ ସ୍ଥାନରେ ରହିଥିଲା। କିନ୍ତୁ ଦଳ ମହାଦେଶୀୟ ପ୍ରତିଯୋଗିତାରେ ବ୍ରୋଞ୍ଜ ପଦକ ହାସଲ କରିଥିଲା। ରାଞ୍ଚତ୍ରେ ଅପରାଜେୟ ରହିବା ସହ ଏସିଆନ ଚାମ୍ପିୟନ୍ସ ଟ୍ରଫି ଟାଇଟଲ ହାସଲ କରିବା ଦ୍ୱାରା ଏହାର ଶ୍ରେଷ୍ଠ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ଙ୍କୁ ଫେରିଥିଲା। ପୂର୍ବରୁ ଦଳକୁ ଏହି ସଫଳତା ଗତବର୍ଷ ଜୁନ୍‌ରେ ଏଫ୍‌ଆଇଏଚ୍‌ ପ୍ରୋ-ଲିଗ୍‌ରେ ମିଳିଥିଲା। ଅନ୍ୟପକ୍ଷରେ ନେଦରଲାଣ୍ଡ୍ସ ବିଶ୍ୱର ଶ୍ରେଷ୍ଠ ଦଳ ଭାବେ ୩୪୨୨.୪୦ ପଏଣ୍ଟ ସହ ପୂର୍ବ ଭଳି ପ୍ରଥମ ସ୍ଥାନରେ ରହିଥିବା ବେଳେ ଅଷ୍ଟ୍ରେଲିଆ (୨୮୧୭.୭୩ ପଏଣ୍ଟ) ଓ ଆର୍ଜେଣ୍ଟିନା (୨୭୬୬.୯୦ ପଏଣ୍ଟ) ଯଥାକ୍ରମେ ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ଅଛନ୍ତି। ଭାରତ ଉପରକୁ ଥିବା ଅନ୍ୟ ଦୁଇ ଦଳ ବେଲଜିୟମ(୨୬୦୮.୭୭ ପଏଣ୍ଟ) ଚତୁର୍ଥ ଓ ଜର୍ମାନୀ (୨୫୭୩.୭୨ ପଏଣ୍ଟ) ପଞ୍ଚମରେ ରହିଛନ୍ତି। ରାଞ୍ଚତ୍ରେ ଜାନୁୟାରୀ ୧୩ରୁ ୧୯ ପର୍ଯ୍ୟନ୍ତ ହେବାକୁଥିବା ଏଫ୍‌ଆଇଏଚ୍‌ ହକି ଅଲିମ୍ପିକ କ୍ୱାଲିଫାୟର୍ସ ପୂର୍ବରୁ ବିଶ୍ୱ ର଼୍ୟାଙ୍କିଙ୍ଗରେ ଉନ୍ନତି ଭାରତର ଆତ୍ମବିଶ୍ୱାସ ବୃଦ୍ଧିରେ ସହାୟକ ହେବ। ଆସନ୍ତାବର୍ଷର ପ୍ୟାରିସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ ପାଇଁ ଅନୁଷ୍ଠିତ ହେବାକୁଥିବା ପ୍ରତିଯୋଗିିତାରେ ଜର୍ମାନୀ, ନ୍ୟୁଜିଲାଣ୍ଡ, ଜାପାନ, ଚିଲି, ଯୁକ୍ତରାଷ୍ଟ୍ର ଆମେରିକା, ଇଟାଲୀ ଓ ଚେକ୍‌ ରିପବ୍ଲିକ ସହ ମୁକାବିଲା କରିବାକୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

ଶ୍ରାବଣ ମାସର ଶେଷ ସୋମବାରରେ ଅଦ୍ଭୁତ ଯୋଗ, ୪ ରାଶିଙ୍କ ଚମକିବ ଭାଗ୍ୟ

ଆଜି ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାର । ଜ୍ୟୋତିଷ ମତାନୁସାରେ ଆଜିର ଦିନଟି ବେଶ୍ ଶୁଭ ରହିବ । ଶ୍ରାବଣ ସୋମବାରରେ ଏକାଧିକ ଶୁଭ…

ଭାଜପାକୁ ଶକ୍ତ ଧକ୍କା, ଦଳ ଛାଡୁଛନ୍ତି ଅଭିନେତା

ଚେନ୍ନାଇ,୨୪।୮: ଥାଲାପଥି ସି. ଜୋସେଫ ବିଜୟ ରାଜନୀତିରେ ପ୍ରବେଶ ଘୋଷଣା କରିବା ପରଠାରୁ, ନେତା ଏବଂ ସେଲିବ୍ରିଟିମାନେ ତାଙ୍କ ଦଳ, ତମିଜାଗା ଭେଟ୍ରି କାଝାଗମ (TVK) ରେ…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri