Posted inଜାତୀୟ

ଆସନ୍ତା ୩ ବର୍ଷ ମଧ୍ୟରେ ୟୁରୋପୀୟ ଦେଶ ଭଳି ଭାରତର ରାସ୍ତା ହେବ ଚକାଚକ୍‌

ନୂଆଦିଲ୍ଲୀ,୨୬।୩: ଆଗାମୀ ୩ ବର୍ଷ ମଧ୍ୟରେ ଦେଶର ସବୁ ରାସ୍ତା ୟୁରୋପୀୟ ଦେଶ ଭଳି ଚକାଚକ ହେବ ବୋଲି କେନ୍ଦ୍ର ମନ୍ତ୍ରୀ ନିତିନ ଗଡକରୀ ପ୍ରତିଶ୍ରୁତି ଦେଇଛନ୍ତି। ଦିଲ୍ଲୀରେ ସିଆଇଆଇ ଦ୍ୱାରା ଆୟୋଜିତ ଇଣ୍ଡିଆ ଇକୋନୋମିକ କନକ୍ଲେଭ ୨୦୨୧ରେ ଗଡକରୀ କହିଛନ୍ତି ଯେ ମୋଦି ସରକାରଙ୍କ କାର୍ଯ୍ୟକାଳ ଶେଷ ହେବା ପର୍ଯ୍ୟନ୍ତ ଭାରତର ରାସ୍ତା ଆମେରିକା ଏବଂ ଅନ୍ୟ ୟୁରୋପୀୟ ଦେଶ ପରି ହେବ। ଗଡକରୀ କହିଛନ୍ତି ଯେ କେନ୍ଦ୍ର ସରକାର ପ୍ରତିଦିନ ୩୫ କିଲୋମିଟର ରାସ୍ତା ନିର୍ମାଣ କରୁଛନ୍ତି। ଖୁବଶୀଘ୍ର, ପ୍ରତିଦିନ ୪୦ କିଲୋମିଟର ରାସ୍ତା ନିର୍ମାଣ କରିବାର ଲକ୍ଷ୍ୟ ମଧ୍ୟ ପୂରଣ ହେବ। କରୋନା ମହାମାରୀ ପରେ ମଧ୍ୟ ସରକାର ଟୋଲ ସଂଗ୍ରହରେ ୧୦ ହଜାର କୋଟି ଟଙ୍କା ବୃଦ୍ଧି କରିଛନ୍ତି ବୋଲି ସେ କହିଛନ୍ତି। ଜାତୀୟ ରାଜପଥ ପ୍ରାଧିକରଣ (ଏନଏଚ୍‌ଏଆଇ) ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ଏକ ଲକ୍ଷ କୋଟି ଟଙ୍କା ସଂଗ୍ରହ ଯୋଜନା ଉପରେ କାର୍ଯ୍ୟ କରୁଛି। ଏହି ଟଙ୍କା ଶେୟାର ବଜାରରୁ ସଂଗ୍ରହ କରାଯିବ। ମନ୍ତ୍ରୀ ଇଣ୍ଡଷ୍ଟ୍ରିଙ୍କୁ ଏହି ପ୍ରସଙ୍ଗରେ ଆଗକୁ ଆସି ନିବେଶ କରି ଏହାର ଫାଇଦା ନେବାକୁ କହିଥିଲେ। ଏହା ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବ ଏବଂ ଏହି ପାଣ୍ଠିକୁ ଶକ୍ତିଶାଳୀ ଭିତ୍ତିଭୂମି ସୁବିଧା ପାଇଁ ଅର୍ଥ ବ୍ୟବହାର କରାଯାଇପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri