ଭାରତରେ ଏପର୍ଯ୍ୟନ୍ତ ୪୭କୋଟିରୁ ଊର୍ଦ୍ଧ୍ୱଙ୍କୁ ଦିଆଗଲାଣି ଟିକା: ୧୧କୋଟି ନେଇଛନ୍ତି ଉଭୟ ଡୋଜ

ନୂଆଦିଲ୍ଲୀ,୨।୮: କରୋନା ବିରୋଧରେ ଜାରି ରହିଥିବା ଲଢ଼େଇରେ ସବୁଠାରୁ ବଡ଼ ଅସ୍ତ୍ର ଭାବେ ଉଭା ହୋଇଛି ଟିକା। ତେଣୁ କରୋନାକୁ ହରାଇବା ପାଇଁ ସାରା ବିଶ୍ୱରେ ଟିକାକରଣକୁ ଅଧିକ ଗୁରୁତ୍ୱ ଦିଆଯାଉଛି। ଇତିମଧ୍ୟରେ ଭାରତରେ ଟିକାକରଣ ଜାନୁୟାରୀ ୧୬ରୁ ଆରମ୍ଭ ହୋଇଥିବା ବେଳେ ଏପର୍ଯ୍ୟନ୍ତ ୪୭କୋଟିରୁ ଅଧିକ ଲୋକ ଟିକା ନେଇସାରିଲେଣି। ସେଥିମଧ୍ୟରୁ କେବଳ ୧୦କୋଟି ୪୨ ଲକ୍ଷ ଲୋକ କରୋନା ଟିକାର ଉଭୟ ଡୋଜ ନେଇସାରିଥିବା ଜଣାପଡ଼ିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁସାରେ ଦେଶରେ ଏପର୍ଯ୍ୟନ୍ତ ମୋଟ ୪୭,୨୨,୨୩,୬୩୯ଡୋଜ ଦିଆଯାଇଛି। ସେଥିମଧ୍ୟରୁ ୩୬,୭୯,୯୪,୫୮୬ ଲୋକଙ୍କୁ ପ୍ରଥମ ଡୋଜ ଦିଆଯାଇଥିବା ବେଳେ ୧୦,୪୨,୨୯,୦୫୩ଜଣ ଉଭୟ ଡୋଜ ନେଇଛନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଏପର୍ଯ୍ୟନ୍ତ ୪୯କୋଟି ୬୪ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କୁ ଟିକା ଦିଆଯାଇଛି। ଅଗଷ୍ଟ ୨ପର୍ଯ୍ୟନ୍ତ କେନ୍ଦ୍ର ସରକାର ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳକୁ ୪୯,୬୪,୯୮,୦୫୦ ଟିକା ଡୋଜ ଦେଇଛନ୍ତି। ବର୍ତ୍ତମାନ ରାଜ୍ୟଗୁଡିକ ନିକଟରେ ୩,୧୪,୩୪,୬୫୪ କରୋନା ଟିକା ଡୋଜ ଉପଲବ୍ଧ ଥିବା ବେଳେ ୯,୮୪,୬୧୦ ଟିକା ଡୋଜ ପାଇପଲାଇନରେ ଅଛି। ଯାହା ଖୁବ୍‌ଶୀଘ୍ର ରାଜ୍ୟମାନଙ୍କ ପାଇଁ ଉପଲବ୍ଧ ହେବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ନିକଟରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ଏଲ୍‌. ମଣ୍ଡାଭିଆ ଟୁଇଟ କରି ସୂଚନା ଦେଇଥିଲେ ଯେ, ପ୍ରତି ମାସରେ ଟିକା ଯୋଗାଣ ବୃଦ୍ଧି ପାଉଛି। ମେ’ରେ ରାଜ୍ୟମାନଙ୍କୁ ପ୍ରାୟ ୭୦କୋଟି ଟିକା ପ୍ରଦାନ କରାଯାଇଥିବା ବେଳେ ଜୁନରେ କେନ୍ଦ୍ର ଏହାକୁ ବୃଦ୍ଧି କରି ୧୧.୪୬ କୋଟି ଦେଇଥିଲା। ସେହିପରି ଜୁଲାଇରେ ୧୩.୫୦ କୋଟି ଡୋଜକୁ ବୃଦ୍ଧି ପାଇଥିଲା। ଅବଶ୍ୟ ଜୁଲାଇରେ ୧୩.୫୦ କୋଟି ଟିକା ଡୋଜରେ ଉଭୟ ପ୍ରଥମ ଏବଂ ଦ୍ୱିତୀୟ ଡୋଜ ରହିଥିଲା। ତେବେ ଅଗଷ୍ଟରେ ଏହି ସଂଖ୍ୟା ଆହୁରି ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। ସୂଚନା ମୁତାବକ ନିକଟରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୁପ୍ରିମକୋର୍ଟରେ ଦାଖଲ କରିଥିବା ଆଫିଡେଭିଟ୍‌ରେ କୁହାଯାଇଥିଲା ଯେ, ଅଗଷ୍ଟରୁ ଡିସେମ୍ବର ମଧ୍ୟରେ ସରକାର ୧୩୫ କୋଟି କୋଭିଡ ଟିକା କ୍ରୟ କରିବେ। ଏଥିରେ ୫୦କୋଟି କୋଭିସିଲ୍ଡ, ୪୦କୋଟି କୋଭାକ୍ସିନ, ୩୦ କୋଟି ବାୟୋ ଇ, ୧୦କୋଟି ସ୍ଫୁଟନିକ୍‌ ଭି ଓ ୫କୋଟି ଜାଇଡସ୍‌ କାଡିଲା ଡିଏନ୍‌ଏ ଟିକା ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri