Posted inଜାତୀୟ

ଚାଇନାରେ ରହସ୍ୟମୟ ରୋଗରେ ପୀଡିତ ହେଉଛନ୍ତି ଲୋକେ, ରାଜ୍ୟ ମାନଙ୍କୁ ସତର୍କ ରହିବାକୁ କହିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୬।୧୧: ଚାଇନାରେ ବୟସ୍କଙ୍କ ଠାରୁ ଆରମ୍ଭ କରି ଶିଶୁ ମାନଙ୍କୁ ମାଇକୋପ୍ଲାଜମା ନିମୋନିଆ ଏବଂ ଇନ୍‌ଫ୍ଲୁଏଞ୍ଜା ଫ୍ଲୁ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(ଡବ୍ଲୁଏଚଓ) ମଧ୍ୟ ଏହି ପ୍ରସଙ୍ଗରେ ଉଦବେଗ ପ୍ରକାଶ କରିଛି ଏବଂ ଚାଇନାଠାରୁ ଏହି ରୋଗ ସମ୍ବନ୍ଧରେ ସୂଚନା ମାଗିଛନ୍ତି। ଏବେ ଏହାକୁ ନେଇ ଭାରତ ସରକାର ମଧ୍ୟ ସମ୍ପୂର୍ଣ୍ଣ ଆଲର୍ଟ ମୋଡକୁ ଆସିଛନ୍ତି।

ମିଡ଼ିଆ ରିପୋର୍ଟ ଅନୁଯାୟୀ, କେନ୍ଦ୍ର ସରକାର ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳକୁ ଚିଠି ଲେଖି ଡାକ୍ତରଖାନାର ପ୍ରସ୍ତୁତି ପାଇଁ କଡା ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଏହା ମଧ୍ୟ କହିଛନ୍ତି ଯେ ଚାଇନାରେ ପିଲାମାନଙ୍କ ମଧ୍ୟରେ ଶ୍ୱାସକ୍ରିୟା ଜନିତ ସମସ୍ୟା ଉପରେ କଡ଼ା ନଜର ରଖିବାକୁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟକୁ କହିଛନ୍ତି।

ମନ୍ତ୍ରାଳାୟ ପକ୍ଷରୁ ସମସ୍ତ ରାଜ୍ୟକୁ ବର୍ତ୍ତମାନ ସ୍ଥିତି ଉପରେ କଡ଼ା ନଜର ରଖିବାକୁ କୁହାଯାଇଛି। ଏହା ସହିତ ଥଣ୍ଡା ଜ୍ୱର ଭଳି ରୋଗକୁ ସୀତା ଋତୁରେ ସତର୍କତାର ସହିତ ନଜର ରଖିବାକୁ କହିଛନ୍ତି।

ମନ୍ତ୍ରାଳାୟ ପକ୍ଷରୁ ସମସ୍ତ ରାଜ୍ୟକୁ ବର୍ତ୍ତମାନ ସ୍ଥିତି ଉପରେ କଡ଼ା ନଜର ରଖିବାକୁ କୁହାଯାଇଛି। ଏହା ସହିତ ଥଣ୍ଡା ଜ୍ୱର ଭଳି ରୋଗକୁ ସୀତା ଋତୁରେ ସତର୍କତାର ସହିତ ନଜର ରଖିବାକୁ କହିଛନ୍ତି। ସେହିଭଳି ମେଡିକାଲ ଗୁଡିକରେ ବେଡ, ଔଷଧ, ଅମ୍ଳଜାନ, ଆଣ୍ଟିବାୟୋଟିକ ଏବଂ ପିପିଇ କିଟ୍ ଆଦି ଯାଞ୍ଚ କରିବାକୂନିର୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?