ଇଣ୍ଡିଆ ସ୍କୁଲ ର଼୍ୟାଙ୍କିଂ ଆଓ୍ବାର୍ଡ, ଶିକ୍ଷା କ୍ଷେତ୍ରରେ ନୂତନ ଅଧ୍ୟାୟ ସୃଷ୍ଟି କଲା ‘ବିକାଶ ଆବାସିକ ବିଦ୍ୟାଳୟ’

ଭବାନୀପାଟଣା,୧୭।୧୦(ଉତ୍ତମ କୁମାର ଦାଶ)- ଦିଲ୍ଲୀର ଏକ ତାରକା ହୋଟେଲରେ ଗତ ୧୩ ତାରିଖରେ ଇଣ୍ଡିଆ ସ୍କୁଲ ର଼୍ୟାଙ୍କିଂଙ୍ଗ ଆୱାର୍ଡ଼ ୨୦୨୫-୨୬ ଅନୁଷ୍ଠିତ ହୋଇଥିଲା। ଏଜୁକେଶନ ୱାର୍ଲଡ୍‌ ପକ୍ଷରୁ ଏହି ସର୍ବେକ୍ଷଣରେ କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ସର୍ବଭାରତୀୟ ସ୍ତରରେ ଚତୁର୍ଦ୍ଦଶ ସ୍ଥାନ ଓ ରାଜ୍ୟ ସ୍ତରରେ ଦିତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଛି। ଏହି ସମୟରେ ଲକ୍ଷ୍ମୀ ବିକାଶ ଗ୍ରୁପ୍‌ ଅଫ୍‌ ଇନଷ୍ଟିଚ୍ୟୁଶନର ନିର୍ଦ୍ଦେଶକ ଡି ଶ୍ୟାମ ଉପସ୍ଥିତ ରହି ଏହି ସମ୍ମାନଜନକ ପୁରସ୍କାର ଗ୍ରହଣ କରିଥିଲେ। ଏହା ସଫଳତା ପରେ ଶିକ୍ଷା କ୍ଷେତ୍ରରେ ବିକାଶ ରାଜ୍ୟରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିପାରିଛି । ଏଥିସହ ବିକାଶ ଗ୍ରୁପ୍‌ ଅଫ୍‌ ଇନଷ୍ଟିଚ୍ୟୁଶନ କଳାହାଣ୍ଡି ଜିଲା ପାଇଁ ଗୌରବ ଆଣି ଦେଇଛି । ଏହି ପୁରସ୍କାର ପାଇଁ ବିକାଶ ଗ୍ରୁପ ଅଫ ଇନଷ୍ଟିଚ୍ୟୁସନ୍‌ର ଚେୟାରମ୍ୟାନ ଡି. ନାଗେଶ୍ୱର ରାଓ, ନିର୍ଦ୍ଦେଶକ ଡି ଶ୍ୟାମ, ଅନ୍ୟତମ ନିର୍ଦ୍ଦେଶକ ଡି ରାମ କୁମାର, ଶିକ୍ଷା ପ୍ରଭାରୀ ଡି ବିଜୟା, ପରିଚାଳନା ମଣ୍ଡଳୀ ସଦସ୍ୟା ଡି ପଦ୍ମିନୀ ପ୍ରମୁଖ ଖୁସି ବ୍ୟକ୍ତ କରିବା ସହ ଅନୁଷ୍ଠାନର ଅଧ୍ୟକ୍ଷା, ଉପାଧ୍ୟକ୍ଷ ଓ ସମସ୍ତ ଶିକ୍ଷକଶିକ୍ଷୟିତ୍ରୀମାନଙ୍କୁ ଏହାର ଶ୍ରେୟତା ପ୍ରଦାନ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜନଗଣନା କାର୍ଯ୍ୟ ସାରି ଫେରିବା ପରେ ଚାଲିଗଲା ଶିକ୍ଷକଙ୍କ ଜୀବନ, ଅଞ୍ଚଳରେ ଶୋକର ଛାୟା

ବାସୁଦେବପୁର,୧।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧିନ ଆର ତୁଙ୍ଗ ଗ୍ରାମର ଶିକ୍ଷକ ବଳରାମ ବିନ୍ଧାଣୀଙ୍କର ଶୁକ୍ରବାର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହ ପ୍ରଭାବରେ ମୃତ୍ୟୁ…

ଶର୍ଟ ସର୍କିଟରୁ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ମୋହନା,୧।୫(ମନ୍ମଥ ମିଶ୍ର ): କିଛି ଦିନ ହେଲା ଅଞ୍ଚଳରେ କାଳବୈଶାଖୀ ତାଣ୍ଡବ ଚାଲିଥିବା ବେଳେ ଶୁକ୍ରବାର ପୁଣି ଏକ ଅଘଟଣ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା…

କିଡନୀ ରୋଗ ନେଲା ସ୍ବାମୀଙ୍କ ଜୀବନ: ମା’ଙ୍କ କାନ୍ଧରେ ଦୁଇ ସନ୍ତାନଙ୍କ ବୋଝ

କର୍ଲାମୁଣ୍ଡା:୧।୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଧରାଖମନ ଗାଁରେ କିଡନୀ ରୋଗରେ ଆକ୍ରନ୍ତ ହୋଇ ୨୦ରୁ ଊଦ୍ଧର୍‌ବ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା…

ଜନଗଣନାରୁ ଫେରୁଥିଲେ, ଜନତା ଲେନ୍‌ରେ ସ୍କୁଟିକୁ ଧକ୍କା ଦେଲା କାର୍‌; ଛିଟିକି ପଡ଼ି ଶିକ୍ଷୟତ୍ରୀ…

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଜନଗଣନାରୁ ଫେରୁଥିଲେ। ଶିକ୍ଷୟତ୍ରୀଙ୍କ ସ୍କୁଟିକୁ କାର୍‌ ଧକ୍କା ଦେବାରୁ ସେ ଗୁରୁତର ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ଦିଗପହଣ୍ଡିରେ।…

ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା…

ଭୁବନେଶ୍ୱର,୧।୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ଅଣକୁଶଳୀ…

କାଳ ସାଜିଲା କାଳବୈଶାଖୀ, ଗଛ ଉପୁଡ଼ି ପଡ଼ିଲା ଦୋକାନ ଉପରେ, ଚାଲିଗଲା…

ଗଜପତି,୧।୫(ଗିରିଧାରୀ ପରିଛା): ଗଜପତି ଜିଲାରେ ଶୁକ୍ରବାର କାଳବୈଶାଖୀ ପ୍ରକୋପ ଦେଖିବାକୁ ମିଳିଛି। କାଳବୈଶାଖୀ ପ୍ରଭାବରେ ଝଡ଼ ତୋଫାନ ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି। ଫଳରେ ଗୋସାଣି ବ୍ଲକ…

ଶ୍ରମିକ ଦିବସ ପାଳନ କଲେ ଟାଟା ପାୱାର ସେକ୍ସନ କର୍ମଚାରୀ, ସମାନ କାମକୁ ସମାନ ଦରମା ଦାବି କରି…

ଭଞ୍ଜନଗର,୧।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭେଜିପୁଟ ଟାଟା ପାୱାର ସେକ୍ସନ କର୍ମଚାରୀ ଶୁକ୍ରବାର ଶ୍ରମିକ ଦିବସ ପାଳନ କରିଛନ୍ତି। ଲାଇନମ୍ୟାନ ବିନୋଦ କୁମାର ସାହୁ, ରାଜା…

୭ ତାରିଖ ଯାଏ କାଳବୈଶାଖୀ, ଅଶାନ୍ତ ରହିବ ସମୁଦ୍ର

ଭୁବନେଶ୍ୱର,୧ା୫: ରାଜ୍ୟରେ ୭ ତାରିଖ ଯାଏ କାଳବୈଶାଖୀ ପ୍ରଭାବ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ପୂର୍ବାନୁମାନ କରାଯାଇଛି। ଶନିବାର ୨୩ ଜିଲା ବିଜୁଳି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri