Posted inଜାତୀୟ

NEET-UG ପେପର୍‌ ଲିକ୍‌ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ପୁନଃ ପରୀକ୍ଷା ହେବ ନାହିଁ …

ନୂଆଦିଲ୍ଲୀ,୨୩।୭: ନିଟ୍‌ ୟୁଜି-୨୦୨୪ ପରୀକ୍ଷା ବିବାଦ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ ଦେଇଛନ୍ତି। ୨୪ ଲକ୍ଷ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ପରୀକ୍ଷା ଉପରେ ନିର୍ଭର କରୁଛି। ଏଣୁ ପୁନଃପରୀକ୍ଷା କରିବାକୁ ସର୍ବୋଚ୍ଚ ଅଦାଲତ ମନା କରିଛନ୍ତି। ପେପର ଲିକ୍‌କୁ ନେଇ ପର୍ଯ୍ୟାପ୍ତ ପ୍ରମାଣ ନାହିଁ ବୋଲି କୋର୍ଟ କହିଛନ୍ତି। ତେବେ ମେଡ଼ିକାଲ ପ୍ରବେଶିକା ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ସହ ବ୍ୟାପକ ଅନିୟମିତତା ଦର୍ଶାଇ ପୁନଃପରୀକ୍ଷା କରିବାକୁ ଦାବି ହୋଇଥିଲା।

ସୁପ୍ରିମକୋର୍ଟ ମଙ୍ଗଳବାର ଏହି ଆବେଦନ ଉପରେ ଶୁଣାଣି କରି ପୁନଃପରୀକ୍ଷା ହେବାର ଆବଶ୍ୟକତା ନାହିଁ ବୋଲି କହିଛନ୍ତି। ପରୀକ୍ଷାରେ ଅନିୟମିତତା ହୋଇଥିବା ନେଇ ଦିଆ ଯାଇଥିବା ତଥ୍ୟରେ ଯଥେଷ୍ଟ ପ୍ରମାଣ ନାହିଁ, ତେଣୁ ପୁନଃପରୀକ୍ଷା କରାଯିବ ନାହିଁ। ସିବିଆଇ ପକ୍ଷରୁ କରାଯାଇଥିବା ଯାଞ୍ଚରେ ୧୫୫ଜଣ ଛାତ୍ର ଲିକ୍‌ ଯୋଗୁ ଲାଭ ଉଠାଇଥିବା ଜଣାପଡ଼ିଛି। ଆଇଆଇଟି ମାଡ୍ରାସ ରିପୋର୍ଟ ଅନୁଯାୟୀ ସାରା ଦେଶରେ ପେପର୍‌ ଲିକ୍‌ ହୋଇନାହିଁ। ଏଣୁ ପୁଣିଥରେ ପରୀକ୍ଷା କରାଗଲେ ଲକ୍ଷ ଲକ୍ଷ ଛାତ୍ର ପ୍ରଭାବିତ ହେବେ। ମେଡିକାଲ ପଢ଼ା ଆରମ୍ଭ ହେବାରେ ବିଳମ୍ବ ହେବ। ଭବିଷ୍ୟତରେ ପ୍ରଶିକ୍ଷିତ ଡାକ୍ତରଙ୍କ ଅଭାବ ପରିଲକ୍ଷିତ ହୋଇପାରେ। ସମାଜର ବଞ୍ଚିତ ବର୍ଗରୁ ମନୋନୀତ ଛାତ୍ରମାନେ ଅଧ୍ୟୟନ କରିବାର ସୁଯୋଗ ହରାଇବେ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ତେବେ ଏହି ମାମଲାରେ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କେନ୍ଦ୍ର ଏବଂ ଏନ୍‌ଟିଆର୍‌ ପକ୍ଷରୁ ଯୁକ୍ତି ଉପସ୍ଥାପନ କରିଥିଲେ। ସେହିଭଳି ନିଟ୍‌ ପ୍ରବେଶିକା ପରୀକ୍ଷା ବାତିଲ କରିବାକୁ ଚାହୁଁଥିବା ସମସ୍ତ ଆବେଦନ ଉପରେ ପ୍ରଧାନ ବିଚାରପତି ଡି ଓ୍ବାଇ ଚନ୍ଦ୍ରଚୂଡ଼, ବିଚାରପତି ଜେ ବି ପାରଦୀଓ୍ବାଲା, ମନୋଜ ମିଶ୍ରଙ୍କ ବେଞ୍ଚ ଶୁଣାଣି ଶେଷ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri